Posted inଖେଳ

ଫ୍ରେଞ୍ଚ୍‌ ଓପନରୁ ଓହରିଲେ ଫେଡରର

ପ୍ୟାରିସ, ୭।୬-ତୃତୀୟ ରାଉଣ୍ଡରେ ସଂଘର୍ଷପୂର୍ଣ୍ଣ ବିଜୟ ପରେ ସୁଇଜରଲାଣ୍ଡର ରୋଜର ଫେଡରର ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ଟୁର୍ନାମେଣ୍ଟରୁ ଓହରି ଯାଇଛନ୍ତି। ଆଣ୍ଠୁରେ ୨ ଥର ଅସ୍ତ୍ରୋପଚାର ହୋଇଥିବାରୁ ଏପରି ଏକ ମ୍ୟାଚ ପରେ ଆଉ ଖେଳ ବଜାୟ ରଖିବା ବର୍ତ୍ତମାନ ସମ୍ଭବ ନୁହେଁ ବୋଲି ଏହି ୩୯ ବର୍ଷୀୟ ଖେଳାଳି ପ୍ରକାଶ କରିଛନ୍ତି। ପ୍ରକାଶ ଯୋଗ୍ୟ ଯେ, ଫେଡରରଙ୍କୁ ଜର୍ମାନୀର ଡୋମିନିକ କୋଏଫର ତୃତୀୟ ରାଉଣ୍ଡରେ କଡ଼ା ଚ୍ୟାଲେଞ୍ଜ ଦେଇଥିଲେ। ଶେଷରେ ଫେଡରର ୭-୬(୭/୫), ୬-୭(୩/୭), ୭-୬(୭/୪), ୭-୫ ସେଟ୍‌ରେ ବିଜୟ ହାସଲ କରିଥିଲେ। ଆହତ ସମସ୍ୟା ଯୋଗୁ ଫେଡରର ମାତ୍ର ୩ଟି ମ୍ୟାଚ ଖେଳି ଫ୍ରେଞ୍ଚ୍‌ ଓପନ ଆସିଥିଲେ। ତେଣୁ ତାଙ୍କ ଟାଇଟଲ ହାସଲ ଆଶା କମ୍‌ ବୋଲି ଅନେକ ପୂର୍ବାନୁମାନ କରିଥିଲେ। ତୃତୀୟ ରାଉଣ୍ଡରେ ସଂଘର୍ଷ ତାଙ୍କ ପାଇଁ ସତର୍କଘଣ୍ଟି ସଦୃଶ ହୋଇଥିଲା। ୨୭ ବର୍ଷୀୟ ବାମହାତୀ କୋଏଫର ୫୬ ର଼୍ୟାଙ୍କ୍‌ଫ୍ରାପ୍ତ ଖେଳାଳି। ସେ ଟୁର୍‌ ସ୍ତରରେ କେବେ ଟାଇଟଲ ଜିତି ନ ଥିବାବେଳେ ମାତ୍ର ଥରେ କୌଣସି ବଡ଼ ପ୍ରତିଯୋଗିତାର ୪ର୍ଥ ରାଉଣ୍ଡ ପର୍ଯ୍ୟନ୍ତ ଯାଇ ପାରିଛନ୍ତି। ମାତ୍ର ତାଙ୍କ ବିରୋଧରେ ଫେଡରର ସାଢ଼େ ୩ ଘଣ୍ଟା ସମୟ ନେଇ ସଂଘର୍ଷ କରଥିଲେ। ଏହାକୁ ମିଶାଇ ୬୮ଥରପାଇଁ ସେ ବଡ଼ ଟୁର୍ନାମେଣ୍ଟର ୪ର୍ଥ ରାଉଣ୍ଡରେ ପ୍ରବେଶ କରଥିଲେ। ଏ କ୍ଷେତ୍ରରେ ସେ ନୋଭାକ୍‌ ଜୋକୋଭିଚ୍‌ (୫୪) ଏବଂ ରାଫାଲ ନାଡାଲ(୫୦)ଙ୍କୁ ବହୁ ପଛରେ ପକାଇ ଦେଇଛନ୍ତି। ଅଗଷ୍ଟ ୮ରେ ୪୦ ବର୍ଷରେ ପଦାର୍ପଣ କରିବାକୁ ଯାଉଥିବା ଏହି ୨୦ ଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ୧୭ ବର୍ଷ ପୂର୍ବରୁ ଫ୍ରେଞ୍ଚ୍‌ ଓପନ ୩ୟ ରାଉଣ୍ଡରୁ ବିଦାୟ ନେଇଥିଲେ। ୨୦୦୯ରେ ସେ ଚାମ୍ପିୟନ ହୋଇଥିବାବେଳେ ଅନ୍ୟ ୪ଥର ଫାଇନାଲରେ ପ୍ରବେଶ କରି ରାଫାଲ ନାଡାଲଙ୍କଠାରୁ ହାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

ଲଜ୍ଜାଜନକ ରେକର୍ଡ କଲେ ମୋହିତ ଶର୍ମା

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ...

ଇତିହାସ ରଚିଲେ ପନ୍ତ: ଟି-୨୦ରେ ଏମିତି ରେକର୍ଡ କରିବାରେ ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୨୫।୪: ଅଧିନାୟକ ରିଷଭ ପନ୍ତଙ୍କ ଅପରାଜିତ ୮୮ ରନ ଯୋଗୁ ଦିଲ୍ଲୀ କ୍ୟାପିଟାଳ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଚାରି ଉଇକେଟ ପାଇଁ ୨୨୪ ରନ ସଂଗ୍ରହ...

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri