ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର ଜିଲା ନୀଳଗିରି ଅଭିମୁଖେ ଯାଇଥିଲେ। ଗତ ୧୧ ତାରିଖରେ ୨୫ଟି ହାତୀ ଫେରିଥିବା ବେଳେ ୨ଟି ହାତୀ ୧୨ ତାରିଖରେ ବେତନଟୀ ରେଞ୍ଜ ଚୁଆପଦା ଜଙ୍ଗଲରେ ପହଞ୍ଚତ୍ଥିଲେ। ସେଥିମଧ୍ୟରୁ ଏକ ୭/୮ ବର୍ଷୀୟା ମାଈହାତୀ ମୁହଁରେ ଗଭୀର କ୍ଷତ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଥିଲା। ତା’ପାଟିରୁ ରକ୍ତ ଝରିବା ସହ ଦୁର୍ଗନ୍ଧ ହେଉଥିଲା। ହାତୀଟି ଖାଦ୍ୟ ପାନୀୟ ଗ୍ରହଣ କରି ନ ପାରି ଏଣେତେଣେ ଦୌଡ଼ି ବୁଲୁଥିଲା। ବନ ବିଭାଗ ଅଧିକାରୀ, କର୍ମଚାରୀ ଓ ଡାକ୍ତରୀ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍ ଟ୍ରାଙ୍କୁଲାଇଜ୍‌ କରି ହାତୀଟିକୁ ଉଦ୍ଧାର କରିଥିଲେ। ପରେ ତାକୁ ଶିମିଳିପାଳ ଜାତୀୟ ଉଦ୍ୟାନ ଉତ୍ତର ଡିଭିଜନ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଅଧୀନରେ ଥିବା ତାଳବନ୍ଧ ରେଞ୍ଜ କାନଛିଣ୍ଡା ପ୍ରାଣୀ ଚିକିତ୍ସାଳୟରେ ରଖି ଚିକିତ୍ସା କରାଯାଉଛି। ଅନାହାର ଓ ସଂକ୍ରମଣ ବୃଦ୍ଧି ଯୋଗୁ ହାତୀଟି ଏବେ ମୃତ୍ୟୁ ସହ ସଂଗ୍ରାମ କରୁଛି।
ଆର୍‌ସିସିଏଫ୍‌ ଗୋଗିନେନୀ କୁହନ୍ତି, ହାତୀର ଜିଭଟି ଏକ ତୃତୀୟାଂଶ ଛିଣ୍ଡି ଯାଇଥିବା ବେଳେ ସଂକ୍ରମଣ ବୃଦ୍ଧି ପାଇଛି। ଡାକ୍ତରୀ ଟିମ୍‌ ତା’ର ଚିକିତ୍ସା ଜାରି ରଖିଛନ୍ତି। ତଦନ୍ତ ପରେ ବିସ୍ଫୋରଣଜନିତ ଘଟଣା ହୋଇଥିଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସେହିପରି ପୂର୍ବତନ ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ଭାନୁମିତ୍ର ଆଚାର୍ଯ୍ୟ କୁହନ୍ତିି, ଏହା ଏକ ଜଘନ୍ୟ ଅପରାଧ। ଏଭଳି ନୃଶଂସ କାର୍ଯ୍ୟ କରିଥିବା ଅଭିଯୁକ୍ତଙ୍କୁ ହତ୍ୟା ଭଳି ଆଇନରେ ଦଣ୍ଡିତ କରାଯିବା ଉଚିତ। ପରିବେଶବିତ୍‌ ସଂଯୁକ୍ତା ବସା କୁହନ୍ତି, ବାଣ ବିସ୍ଫୋରଣ ପାଇଁ ହାତୀର ଜିଭ ଛିଣ୍ଡିଛି। ଏଭଳି କ୍ରୂର ଘଟଣାକୁ ସେ ଦୃଢ଼ ନିନ୍ଦା କରିଛନ୍ତି। ତେବେ ଜଙ୍ଗଲୀ ବାର୍‌ହା ଶିକାର କିମ୍ବା ବନ୍ୟଜନ୍ତୁଙ୍କୁ ଭୟଭୀତ କରିବା ପାଇଁ ବିଶେଷତଃ ଚାଷୀମାନେ ପନିପରିବା କିମ୍ବା ଫଳଜାତୀୟ ଖାଦ୍ୟରେ ବିସ୍ଫୋରକ ଭର୍ତ୍ତି କରି ବ୍ୟବହାର କରିଥାନ୍ତି। ଏହିଭଳି ଅମାନବୀୟ ଆକ୍ରୋଶର ଶିକାର ହୋଇ ମାଈହାତୀଟି ମୃତ୍ୟୁସହ ସଂଗ୍ରାମ କରୁଥିବା ଚର୍ଚ୍ଚା ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ

ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ…

୭୫ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ ପାଇଁ ରହିଛନ୍ତି ଜଣେ ମହିଳା ସୂପରଭାଇଜର-ସିଡ଼ିପିଓ: ଖାଲି ପଦବୀ ପୂରଣ ଦାବି

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ରହିଛି ୬୨ଟି ରାଜସ୍ବ ଗ୍ରାମ। ଶିଶୁ, ଗର୍ଭବତୀ, ପ୍ରସୂତୀ, କିଶୋରୀ ବାଳିକାମାନଙ୍କ ପାଇଁ ସରକାରଙ୍କ…

ଉପନିର୍ବାଚନରେ ପରାଜୟ ପରେ ଆକ୍ସନ ମୋଡକୁ ଆସିଲେ ପିଏମ୍‌ ମୋଦି: ନୀତୀଶ କୁମାର-ଶିବରାଜ ସିଂହଙ୍କୁ…

ନୂଆଦିଲ୍ଲୀ,୫।୮: ମଧ୍ୟପ୍ରଦେଶର ଦତିଆ ଏବଂ ବିହାରର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ଭାଜପା ପ୍ରାର୍ଥୀଙ୍କୁ କଡ଼ା ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଏହାକୁ ନେଇ ଦଳ ଭିତରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri