ଏନ୍‌ବିଡବ୍ଲ୍ୟୁରୁ ଆଶ୍ୱସ୍ତି ପାଇଲେ ଅନୁଭବ

କଟକ,୧୬ା୫ (କାର୍ତ୍ତିକ ସାହୁ): ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଜାମିନ୍‌ ବିହୀନ ଗିରଫ ପରୱାନା (ଏନ୍‌ବିଡବ୍ଲ୍ୟୁ)ରୁ ଗୁରୁବାର ଆଶ୍ୱସ୍ତି ପାଇଛନ୍ତି। କଟକ ଜେଏମ୍‌ଏଫ୍‌ସି କୋର୍ଟ ଅନୁଭବଙ୍କ ନାଁରେ ଜାରି କରିଥିବା ଏହି ଏନ୍‌ବିଡବ୍ଲ୍ୟୁ ଉପରେ ହାଇକୋର୍ଟ ସ୍ଥଗିତାଦେଶ ଦେଇଛନ୍ତି। ଅନୁଭବ ଆସନ୍ତା ୨୩ ତାରିଖ ମଧ୍ୟରେ ଜେଏମ୍‌ଏଫ୍‌ସି କୋର୍ଟରେ ହାଜର ହୋଇପାରିବେ ବୋଲି ହାଇକୋର୍ଟ କହିଛନ୍ତି। ଆସନ୍ତା ଜୁଲାଇ ୮ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ସୂଚନା ଅନୁସାରେ, ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପକ୍ଷରୁ ରୁଜୁ ନିର୍ଯାତନା ମାମଲାରେ ଅନୁଭବ ଜେଏମ୍‌ଏଫ୍‌ସି କୋର୍ଟରେ ହାଜର ନ ହୋଇ ବାରମ୍ବାର ମହଲତ ନେଇଥିଲେ। ଗତ ୧୩ ତାରିଖରେ ଅନୁଭବ କୋର୍ଟରେ ହାଜର ନ ହୋଇ ତାଙ୍କ ଓକିଲଙ୍କ ଜରିଆରେ ଏକ ପିଟିଶନ ଦାଖଲ କରି ପୁଣି ଅଧିକ ସମୟ ମାଗିଥିଲେ। ବାରମ୍ବାର ଏପରି ସମୟ ମାଗିବା ଦ୍ୱାରା ଶୁଣାଣି ବିଳମ୍ବିତ ହେଉଥିବାରୁ କୋର୍ଟ ଅନୁଭବଙ୍କ ପିଟିଶନକୁ ଖାରଜ କରିବା ସହ ତାଙ୍କ ବିରୋଧରେ ଏନ୍‌ବିଡବ୍ଲ୍ୟୁ ଜାରି କରିଥିଲେ। ଏଥିସହ ଆସନ୍ତା ୨୩ ତାରିଖ ସୁଦ୍ଧା ୱାରେଣ୍ଟ କାର୍ଯ୍ୟକାରୀ କରିବାକୁ କୋର୍ଟ କଟକ ପୁରୀଘାଟ ଥାନା ଆଇଆଇସିଙ୍କୁ ନିର୍ଦ୍ଦେଶ ଦେଇଥିଲେ। ନିମ୍ନକୋର୍ଟଙ୍କ ଏହି ଆଦେଶ ରଦ୍ଦ କରିବାକୁ ଅନୁଭବ ହାଇକୋର୍ଟରେ ପିଟିଶନ୍‌ ଦାଏର କରିଥିଲେ। ସେ ଆବେଦନରେ ଦର୍ଶାଇଥିଲେ, ଏବେ ଦେଶରେ ସାଧାରଣ ନିର୍ବାଚନ ଚାଲିଛି। ସେ ଭାଜପାର ଷ୍ଟାର ପ୍ରଚାରକ ଅଛନ୍ତି। ଏଥିସହ ତାଙ୍କ ମାଆଙ୍କ ଚିକିତ୍ସା ପାଇଁ ସେ ନୂଆଦିଲ୍ଲୀରେ ଥିବାରୁ ହାଜର ହୋଇପାରିନାହାନ୍ତି। ତେଣୁ ଏନ୍‌ବିଡବ୍ଲ୍ୟୁ ଉପରେ ସ୍ଥଗିତାଦେଶ ଜାରି କରିବାକୁ ସେ ତାଙ୍କ ଓକିଲ ମାଧ୍ୟମରେ ଯୁକ୍ତି ରଖିଥିଲେ। କୋର୍ଟ ତାଙ୍କ ଯୁକ୍ତିକୁ ଗ୍ରହଣ କରି ପରବର୍ତ୍ତୀ ଶୁଣାଣି ଯାଏ ଏନ୍‌ବିଡବ୍ଲ୍ୟୁ କାର୍ଯ୍ୟକାରୀ ନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

RSS ମୁଖ୍ୟ ପଦ ଛାଡ଼ିବା ନେଇ ମୋହନ ଭାଗବତଙ୍କ ବଡ଼ ବୟାନ, କହୁ କହୁ କହିଦେଲେ…

ମୁମ୍ବାଇ,୮।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ମୁଖ୍ୟ ମୋହନ ଭାଗବତ ରବିବାର ମୁମ୍ବାଇରେ ଆୟୋଜିତ ସଂଘର ଶତବାର୍ଷିକୀ ଉତ୍ସବରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବୟସ ବଢ଼ିବା…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

ବିଲ୍‌ କରିବା ଆଶାରେ ଶୀଘ୍ର ଶେଷ କରୁଛନ୍ତି କାମ: ଠିକ୍‌ ଢଙ୍ଗରେ ଲାଗୁନି ଷ୍ଟ୍ରିଟ୍‌ ଲାଇଟ 

ଧର୍ମଶାଳା,୨।୮(ଶିବ ପ୍ରଶାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ବିଭିନ୍ନ ଗାଁରେ ଅନ୍ଧକାର ଦୂର କରିବା ନିମନ୍ତେ ବ୍ଲକ ପ୍ରଶାସନ ପକ୍ଷରୁ ସୋଲାର ଷ୍ଟ୍ରିଟ୍‌ ଲାଇଟ ଲଗାଯିବା…

ମା’ ତାରାତାରିଣୀଙ୍କ ହୁଣ୍ଡିରୁ ମିଳିଲା କୁନି ପୁଅର ଚିଠି; ଦୁଃଖ ଶୁଣିବାକୁ ମା’ଙ୍କ ପାଖେ ଆକୁଳ ନିବେଦନ

ପୁରୁଷୋତ୍ତମପୁର,୮।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡିରୁ ମିଳିଥିବା ଏକ ଚିଠି ଏବେ ଶ୍ରଦ୍ଧାଳୁଙ୍କ ମନକୁ ଆନ୍ଦୋଳିତ କରିଛି। ଜଣେ କୁନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri