ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ ଅଧିକାରୀ କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଜଗବନ୍ଧୁ ବାର୍ଲା ଶନିବାର ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ସେ ହେଲେ ନୂଆପଡ଼ା ଗ୍ରାମ ଚରିଆପଡ଼ା ସାହିର ଝୁମୁରି ବେହେରା। କେସ୍‌ ନଂ ନଂ.୩୫୩/୨୫ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତାଙ୍କୁ ଦିଗପହଣ୍ଡି ସବ୍‌ ଜେଲ୍‌ ହାଜତକୁ ପଠାଇ ଦିଆଯାଇଥିଲା। ସେଠାରେ କେହି ମହିଳା ଜେଲ ଓ୍ବାର୍ଡର ନ ଥିବାରୁ ତାଙ୍କୁ ରାତିରେ ବ୍ରହ୍ମପୁର ଜେଲ ହାଜତକୁ ସ୍ଥାନାନ୍ତର କରାଯାଇଛି।

ସୂଚନାଯୋଗ୍ୟ, ଗତ ଅକ୍ଟୋବର ୧୨ ତାରିଖ ଭୋର୍‌ ସମୟରେ ନାରାୟଣଙ୍କ ରକ୍ତାକ୍ତ ମୃତଦେହ ନଦୀପଠାରେ ପଡ଼ିଥିବା କିଛି ବ୍ୟକ୍ତି ଦେଖିବା ପରେ ପୋଲିସକୁ ଖବର ଦେଇଥିଲେ। ନାରାୟଣଙ୍କ ପୁଅ ଶିବ ଏନେଇ କେ.ନୂଆଗାଁ ଥାନାରେ ଏତଲା ଦେଇଥିଲେ। ହତ୍ୟା ଘଟଣାର ୫ ଦିନ ପୂର୍ବେ ନାରାୟଣ ଝୁମୁରିଙ୍କ ଘରେ ପଶି ତାଙ୍କ ଝିଅଙ୍କୁ ଅସଦାଚରଣ କରିଥିଲେ। ନାବାଳିକାଙ୍କ ମା’ ଘରକୁ ଫେରିବା ପରେ ଝିଅ ସବୁ କଥା ତାଙ୍କୁ କହିଥିଲେ। ନାବାଳିକାଙ୍କ ପରିବାର ଲୋକେ ନାରାୟଣଙ୍କୁ ଘଟଣା ପଚାରିବା ସହ ମାଡ଼ ମାରିଥିଲେ। ନାବାଳିକାଙ୍କ ମା’ ଏନେଇ ଦିଗପହଣ୍ଡି ଥାନା କୋଟିନଡ଼ା ଗ୍ରାମରେ ରହୁଥିବା ତାଙ୍କ ସାନଭାଇ ଶୁଭରାଜ ବେହେରାଙ୍କୁ ଜଣାଇଥିଲେ। ଭାଣିଜୀଙ୍କୁ ଘରେ ପଶି ଅସଦାଚରଣ କରିଥିବା ନାରାୟଣଙ୍କୁ ଶୁଭରାଜ ହତ୍ୟା କରିବା ପାଇଁ ତାଙ୍କ ସାଙ୍ଗ ନୂଆପଡ଼ା ଗ୍ରାମର ଶଙ୍କର ବେହେରାଙ୍କ ସହ କଥା ହୋଇ ବ୍ଲୁ – ପ୍ରିଣ୍ଟ ପ୍ରସ୍ତୁତ କରିଥିଲେ। ଅକ୍ଟୋବର ୧୧ ତାରିଖ ସନ୍ଧ୍ୟାରେ ଉଭୟେ ଦିଗପହଣ୍ଡି ପୁଞ୍ଜିକୟାଁ ଛକରେ ମିଶି କଥା ହେବା ପରେ ଚିକିଟି ଧାନଘର ଛକ କୁ ବାଇକରେ ଯାଇଥିଲେ। ସେଠାରେ ରାତ୍ରି ଭୋଜନ ସାରି ଉଭୟେ ବାଇକ୍‌ରେ ନୂଆପଡ଼ା ଗ୍ରାମ ନିକଟ ଧାନ୍ୟରାଶି ଶିବମନ୍ଦିରରେ ରାତି କଟାଇଥିଲେ। ଶୁଭରାଜଙ୍କ ଭଉଣୀ ନୂଆପଡ଼ା ଗାଁର ଝୁମୁରି ବେହେରା ରାତି ପ୍ରାୟ ୩ଟାରେ ଭାଇ ଶୁଭରାଜଙ୍କୁ ଜଣାଇଥିଲେ। ନାରାୟଣ ନଦୀପଠାରେ ଥିବା ତାଙ୍କ ବଗିଚାରେ ପହଞ୍ଚି ପୂଜା ପାଇଁ ଫୁଲ ତୋଳିବା ପରେ ନଦୀକୁ ଗାଧୋଇବାକୁ ଯାଇଥିଲେ। ସେଠାରେ ପୂର୍ବରୁ ପ୍ରସ୍ତୁତ ହୋଇ ରହିଥିବା ଶୁଭରାଜ ଏବଂ ଶଙ୍କର ନାରାୟଣଙ୍କୁ ଅତର୍କିତ ଭାବେ କାତିରେ ହାଣି ଦେଇଥିଲେ। ତାଙ୍କ କଟା ଯାଇଥିବା ବାମ ହାତକୁ ଉଭୟେ ଘଟଣାସ୍ଥଳଠାରୁ ପ୍ରାୟ ୧୨୪ ଫୁଟ ଦୂରରେ ଫିଙ୍ଗି ବାଇକ୍‌ ଯୋଗେ ବ୍ରହ୍ମପୁର ଚାଲି ଯାଇଥିଲେ। ସେଠାରୁ ସେମାନେ ଫେରାର ହୋଇଯାଇଥିଲେ। ପୂର୍ବରୁ ତଦନ୍ତକାରୀ ଅଧିକାରୀ ଶଙ୍କରଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିବା ବେଳେ ଶୁଭରାଜ ଦିଗପହଣ୍ଡି କୋର୍ଟରେ ଆତ୍ମସମର୍ପଣ କରିଥିଲେ। ଉଭୟେ ଦିଗପହଣ୍ଡି ସବ୍‌ ଜେଲରେ ବିଚାରାଧୀନ ଅନ୍ତେବାସୀ ଭାବେ ରହୁଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri