କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ ଷ୍ଟାଫ କ୍ୱାର୍ଟରରେ ସନ୍ଦେହଜନକ ମୃତ୍ୟୁ ଘଟିଛି। ଶୋଇଥିବା ଘରେ ସେ ପୋଡ଼ି ଯାଇ ମୃତ୍ୟୁବରଣ କରିଛନ୍ତି। ତେବେ କେଉଁ କାରଣରୁ ତାଙ୍କର ମୃତ୍ୟୁ ହୋଇଛି ତାହା ଜଣାପଡ଼ିନାହିଁ। ପାରିବାରିକ କଳହରୁ ଏହି କାଣ୍ଡ ଘଟିଥିବା କୁହାଯାଉଛି। ମୃତ ଏଏନଏମଙ୍କ ସ୍ବାମୀ ମଧ୍ୟ ପୋଡି ଯାଇ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

 

Dharitri – Odisha’s No.1 Odia Daily

 

Share