ବର୍ଷେ ତିଷ୍ଟିଲାନି ପ୍ରେମ ବିବାହ: ଦଉଡି ଦେଲେ ମହିଳା କନଷ୍ଟେବଳ

ଗୋପାଳପୁର,୨୯ା୮(ଡି.ଏନ.ଏ.): ଗୋପାଳପୁର ଥାନା ଅଧୀନ ଆମ୍ବପୁଆ ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ମହିଳା କନଷ୍ଟେବଳ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଯାଜ୍ଞସିନୀ ବେହେରା(୨୭)। ବ୍ରହ୍ମପୁର ପୋଲିସ ଜିଲା ରିଜର୍ଭରେ ଯାଜ୍ଞସିନୀ ଏପିଆର କନଷ୍ଟେବଳ ଭାବେ କାର୍ଯ୍ୟ କରୁଥିଲେ । ଉକ୍ତ ପୋଲିସ ଜିଲା ରିଜର୍ଭରେ ଟି.ଜନାର୍ଦ୍ଦନ ଜେନା ମଧ୍ୟ ଏପିଆର କନଷ୍ଟେବଳ ଭାବେ କାର୍ଯ୍ୟ କରୁଥିଲେ। ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ି ଉଠି ଗତବର୍ଷ ବିବାହ କରିଥିଲେ। ପାରିବାରିକ କଳହକୁ ନେଇ ଯାଜ୍ଞସିନୀ ଏକ ପ୍ଲାଷ୍ଟିକ ଦଉଡ଼ି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ପରିବାର ଲୋକ ଯାଜ୍ଞସିନୀଙ୍କୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଥଇ ଗୋପାଳପୁର ଥାନାରେ ଏକ ମାମଲା(ନଂ. ୧୬/୨୧) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାନସର୍‌ ମେଡିସିନକୁ ମିଳିଲା ମଞ୍ଜୁରୀ: ରୋଗୀଙ୍କ ପାଇଁ ବଡ଼ ଆଶ୍ୱସ୍ତି

ଓ୍ବାଶିଂଟନ୍‌,୨୭।୮: ଆମେରିକାର ଖାଦ୍ୟ ଏବଂ ଔଷଧ ପ୍ରଶାସନ (FDA) ମେଟାଷ୍ଟାଟିକ ପାନକ୍ରିଏଟିକ କ୍ୟାନସର୍‌ ରୋଗର ଚିକିତ୍ସା ପାଇଁ ରେଭଲ୍ୟୁସନ ମେଡିସିନ୍ସର ନୂତନ ଔଷଧ ‘ରାସୋକ’କୁ ଅନୁମୋଦନ କରିଛି।…

୩୦୦ରୁ ଅଧିକ ଭାରତୀୟଙ୍କ ପତ୍ତା ମିଳୁନି, ଚିନ୍ତାରେ ପରିବାର: କେଉଁ ରାଜ୍ୟରୁ କେତେ ନିଖୋଜ ଜାଣନ୍ତୁ…

କାଠମାଣ୍ଡୁ,୨୭।୮: ନେପାଳରେ ପ୍ରବଳ ବନ୍ୟା ଓ ଭୂସ୍ଖଳନ ଭୟଙ୍କର ଧ୍ୱଂସଲୀଳା ରଚିଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ଏପର୍ଯ୍ୟନ୍ତ ୧୬୨ ଜଣଙ୍କ ମୃତ୍ୟୁ ନିଶ୍ଚିତ ହୋଇଛି। ମୃତକଙ୍କ ସଂଖ୍ୟା…

ଗଞ୍ଜାମ ସହର ପାଇଁ ଗର୍ବ ଆଣିଲେ ଆନନ୍ଦିନୀ, ଅଞ୍ଚଳରେ ଖୁସିର ଲହରୀ

ଗଞ୍ଜାମ,୨୭ା୮(ବିଦ୍ୟାଧର ସାହୁ): ପଠାଣି ସାମନ୍ତ ମେଧା ବୃତ୍ତି ପରୀକ୍ଷାରେ ଆନନ୍ଦିନୀ ପଣ୍ଡା ସଫଳତା ପାଇଛନ୍ତି । ଆନନ୍ଦିନୀ ହେଉଛନ୍ତି ଗଞ୍ଜାମ ସହର ଦୁର୍ଗା ଦେବୀ ସାହି ମହେନ୍ଦ୍ର…

କିଏ ଏହି ଅନୟା ବାଙ୍ଗର, ଆପଣ ତାଙ୍କ ବିଷୟରେ କେତେ ଜାଣନ୍ତି? ଜାଣନ୍ତୁ ଜୀବନ କାହାଣୀ

ନୂଆଦିଲ୍ଲୀ,୨୭।୮: କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଦ୍ୱାରା ସମ୍ପ୍ରଦାୟ କ୍ରିକେଟ ଖେଳିବାକୁ ଅନୁମତି ଦିଆଯିବା ପରେ ଅନାୟା ବାଙ୍ଗର ବହୁତ ଚର୍ଚ୍ଚାର ବିଷୟ ହୋଇଛନ୍ତି। ସେ ସମ୍ପ୍ରତି ଖେଳକୁ…

ଟିମ ଇଣ୍ଡିଆରେ ସ୍ଥାନ ପାଇଲେ ଦ୍ରାବିଡ-ସେହ୍ବାଗଙ୍କ ପୁଅ: ଏହି ଦେଶ ବିପକ୍ଷରେ ଖେଳିବେ ଦିନିକିଆ ସିରିଜ୍‌

ନୂଆଦିଲ୍ଲୀ,୨୭।୮: ପୂର୍ବତନ ଟିମ ଇଣ୍ଡିଆ ଅଧିନାୟକ ରାହୁଲ ଦ୍ରାବିଡ ଏବଂ କିମ୍ବଦନ୍ତୀ ଓପନର ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଏବେ ଟିମ ଇଣ୍ଡିଆ ଜର୍ସି ପିନ୍ଧି ନଜର ଆସିବେ।…

ଆମ୍ବଗଛରେ ଝୁଲୁଛି ପୁଷ୍ପାଞ୍ଜଳୀଙ୍କ ମୃତଦେହ, ଦେହରେ….

ପାଟଣା,୨୭ା୮(ବୀର କିଶୋର ଦାଶ): ପାଟଣା ଥାନା ଡାଳପକା ପଞ୍ଚାୟତର ବନବୀର ଗ୍ରାମର ଆମ୍ବଗଛରୁ ଜଣେ ଯୁବତୀଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି । ମୃତ ଯୁବତୀ ଜଣକ…

ଯୁବକ ସଂଘ ପକ୍ଷରୁ ରାସ୍ତା ସଫେଇ ଅଭିଯାନ: ଗ୍ରାମବାସୀଙ୍କ ପ୍ରଶଂସା

କର୍ଲାମୁଣ୍ଡା,୨୭।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରା ରାଧା ମାଧବ ଯୁବକ ସଂଘ ପକ୍ଷରୁ ଗାଁର ପରିବେଶକୁ ସ୍ବଚ୍ଛ ଓ ସୁନ୍ଦର ରଖିବା ଲକ୍ଷ୍ୟରେ…

ଏତେ ଅଧିକ ବଢିଯିବ ଅଣ୍ଡା ଦାମ୍‌, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ, ୨୭।୮: ପିଆଜ, ଚିନି ଓ ଡାଲିର ବଢ଼ୁଥିବା ଦର ମଧ୍ୟରେ ଏବେ ଅଣ୍ଡାର ଦାମ ମଧ୍ୟ ବହୁତ ବଢ଼ିବାର ଆଶଙ୍କା ରହିଛି। ଗତ ଏକ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri