ଅଫିସରେ ଲାଞ୍ଚ ନେଉଥିଲେ ମହିଳା ଡାଟାଏଣ୍ଟ୍ରି ଅପରେଟର, ରେଡ୍‌ହ୍ୟାଣ୍ଡ୍‌ରେ ଧରିଲା ଭିଜିଲାନ୍ସ

ଖୋର୍ଦ୍ଧା,୧୫ା୧୦(ପ୍ରଭାତ ପାଣିଗ୍ରାହୀ): ବେଗୁନିଆ ତହସିଲରେ କାର୍ଯ୍ୟରତ ଡାଟାଏଣ୍ଟ୍ରି ଅପରେଟର ସ୍ମୃତି ଜୟସିଂହ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଘରବାଡ଼ି କିସମ ପରିବର୍ତ୍ତନ ପାଇଁ ଅତିରିକ୍ତ ତହସିଲଦାରଙ୍କ ନାମରେ ୮ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାହୋଇଛନ୍ତି ସ୍ମୃତି। ଖୋର୍ଦ୍ଧା ଓ ଭିଜିଲାନ୍ସ ଟିମ୍‌ ମିଳିତ ଭାବେ ଚଢ଼ାଉ କରିଥିଲେ। ୩ ଡିଏସ୍‌ପି, ୨ ଇନ୍ସପେକ୍ଟର ଚଢ଼ାଉରେ ସାମିଲ ହୋଇଛନ୍ତି। ଭିଜିଲାନ୍ସ କାର୍ଯ୍ୟାଳୟ ସମେତ ବାସଭବନରେ ଚଢ଼ାଉ କରିଛି।

ଗଡମାଣିତ୍ରୀର ଶିଶିର ମଙ୍ଗରାଜ ଘରବାଡ଼ି କିସମ ପରିବର୍ତ୍ତନ ପାଇଁ ଆବେଦନ କରିଥିଲେ। ଗତ ଏକ ମାସ ଧରି ସେ କାର୍ଯ୍ୟାଳୟକୁ ଦୌଡୁଥିବା ବେଳେ ସ୍ମୃତି ତାଙ୍କୁ କହିଲେ ଆର୍‌ଆଇ ଏବଂ ଅତିରିକ୍ତ ତହସିଲଦାର ଟଙ୍କା ନେବେ। ଟଙ୍କା ଦେଲେ କାମ ହୋଇଯିବ। ଶିଶିର ଏ ସମ୍ପର୍କରେ ଗତ ୧୪ତାରିଖରେ ଖୋର୍ଦ୍ଧା ଭିଜିଲାନ୍ସ ବିଭାଗରେ ଲିଖିତ ଅଭିଯୋଗ କରିଥିଲେ। ତାଙ୍କ ଅଭିଯୋଗକୁ ଭିତ୍ତି କରି ଭିଜିଲାନ୍ସ ଜାଲ ବିଛାଇଥିଲା। ବୁଧବାର ଅପରାହ୍ନ ସେ କାର୍ଯ୍ୟାଳୟରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍‌ ତାଙ୍କଠାରୁ ରଙ୍ଗ ପ୍ରଲେପ ଦିଆ ଟଙ୍କା ଜବତ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri