ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ମହିଳା ଡାକ୍ତର, ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହରାଇଲେ

ରାୟଗଡା,୧୮।୧୨(ଆଶିଷ ରଞ୍ଜନ ପଣ୍ଡା)- ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳା ଡାକ୍ତର। ରାୟଗଡା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟକରୁଥିବା ଅତିରିକ୍ତ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମମତା ଚୌଧୁରୀ ଡିଜିଟାଲ ଆରେଷ୍ଟର ଶିକାର ହୋଇଥିବା ସୂଚନା ମିଳିଛି । ଏନେଇ ଡାକ୍ତର ଚୌଧୁରୀ ରାୟଗଡା ଥାନାରେ ଏତଲା ଦେଇଥିବା ଜଣାପଡିଛି ।

ସୂଚନା ଅନୁସାରେ, କିଛି ଦିନ ତଳେ ତାଙ୍କୁ ଏକ ଫୋନ କଲ ଆସିଥିଲା। ବ୍ୟକ୍ତି ଜଣକ ଏକ କୋରିୟର ଅଫିସରୁ କହୁଥିବା ପରିଚୟ ଦେଇ ମମତାଙ୍କ ଆଧାର କାର୍ଡ ସହ ଲିଙ୍କ ଥିବା ଏକ ସନ୍ଦେହଜନକ ବ୍ୟାଗ ଆସିଥିବା କହିଥିଲେ। ଏପରିକି ଆପଣଙ୍କ ନାମରେ ସଙ୍ଗୀନ ଅଭିଯୋଗ ଅଛି ବୋଲି କହିଥିଲେ। ସଙ୍ଗେ ସଙ୍ଗେ କଲ ନକଲି ପୋଲିସ ଅଫିସରଙ୍କ ନିକଟକୁ ଟ୍ରାନ୍ସଫର ମଧ୍ୟ ହୋଇଥିଲା। ସାଇବର ଅପରାଧୀ ଜଣକ ଯାଞ୍ଚ ଶେଷ ନ ହେବା ପର୍ଯ୍ୟନ୍ତ ଘରୁ ନ ବାହାରିବାକୁ ଡାକ୍ତର ମମତାଙ୍କୁ କହିଥିଲେ। ନଚେତ ତାଙ୍କୁ ଗିରଫ କରାଯିବ ବୋଲି ଧମକ ଦେଇଥିଲେ । ଏଥିରେ ସହଯୋଗ ନ କଲେ ଅସୁବିଧାର ସମ୍ମୁଖିନ ହେବେ ବୋଲି ତାଙ୍କୁ ଧମକ ଦିଆଯାଇଥିଲା। ଦୁଇ ଦିନ ମଧ୍ୟରେ ଡାକ୍ତର ମମତା ଡିଜିଟାଲ ଆରେଷ୍ଟର ଶିକାର ହୋଇ ୧୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇର ଶିକାର ହୋଇଥିଲେ। ଡାକ୍ତର ମମତାଙ୍କ ଅଭିଯୋଗ କ୍ରମେ ରାୟଗଡା ପୋଲିସ ଏବଂ ସାଇବର ସେଲ ବିଭାଗ ଘଟଣାର ତଦନ୍ତ କରୁଥିବା ଜଣାପଡିଛି । ରାୟଗଡା ଆଇଆଇସି ପ୍ରସନ୍ନ କୁମାର ବେହେରା ଏନେଇ ମାମଲା ରୁଜୁ ହୋଇଥିବା ନେଇ ସୂଚନା ଦେଇଥିବା ବେଳେ ଡାକ୍ତର ମମତାଙ୍କୁ ଫୋନ ଯୋଗେ ପଚାରିବାରୁ କେଣସି ସୂଚନା ଦେଇ ନ ଥିଲେ । ତେବେ ଦେଶରେ ଏହିଭଳି ବିଭିନ୍ନ ସାଇବର ଅପରାଧ ଘଟୁଥିଲେ ମଧ୍ୟ ଏହାର ନିୟନ୍ତ୍ରଣ ପାଇଁ କୌଣସି ଠୋସ ପଦକ୍ଷେପ ଗ୍ରହଣ କରାଯାଉନାହିଁ ବୋଲି ସାଧାରଣରେ ଅଭିଯୋଗ ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାଇପ ବିଛାଇବା ପାଇଁ ଗାଁ ଗାଁରେ ଖୋଳା ଚାଲିଛି କଂକ୍ରିଟ ରାସ୍ତା: ପାଇପ ବିଛାଇବା ପରେ ମରାମତି ନାହିଁ

ଅମରପାଲି, ୨୭।୯ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବିଭିନ୍ନ ଗ୍ରାମରେ ମେଗା ପାନୀୟଜଳ ପ୍ରକଳ୍ପ ପାଇଁ ପାଇପ ବିଛାଇବା କାମ ଚାଲିଛି। ଏଥିପାଇଁ ଏକ…

ସମୁଦ୍ର ଗର୍ଭରେ ଲୀନ ହେବ ଆଉ ୨ ମନ୍ଦିର

ଛତ୍ରପୁର,୨୭ା୯ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଦିନକୁ ଦିନ କ୍ଷୟ ହେବାରେ ଲାଗିଛି। ଗଭୀର ଅବପାତ ପ୍ରଭାବରେ ଉଚ୍ଚ ଜୁଆର କୂଳ…

ବୌଦ୍ଧ ବିଧାୟକଙ୍କ ନାଁରେ ଗିରଫ ପରୱାନା

ହରଭଙ୍ଗା,୨୭ା୯(ନରେନ୍ଦ୍ର କୁମାର ସାହୁ): ୨୦୨୪ରେ ଅନୁଷ୍ଠିତ ୧୭ତମ ବିଧାନସଭା ନିର୍ୱାଚନ ସମୟରେ ବର୍ତ୍ତମାନର ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ହୀରାକୁଦର ୨୦ ଗେଟ୍‌ ଖୋଲିଲା: ବୈତରଣୀରେ ୮, ସାଳନ୍ଦୀରେ ୬ ବନ୍ୟା

ଭୁବନେଶ୍ୱର, ୨୭ା୯ (ବନ୍ଦନା ସେଠୀ): ଲଗାଣ ବର୍ଷା ଯୋଗୁ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟାସ୍ଥିତି ଗମ୍ଭୀର ହୋଇଚାଲିଛି। ଦକ୍ଷିଣ ଓଡ଼ିଶାରେ ଦୁଇଦିନ ଧରି କେତେକ ନଦୀରେ ବନ୍ୟା…

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?