Posted inଜାତୀୟ

ଦିଲ୍ଲୀରେ ମହିଳା ଡାକ୍ତରଙ୍କୁ ବଳାତ୍କାର

ନୂଆଦିଲ୍ଲୀ,୨୮ା୧୦: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଜଣେ ବ୍ୟକ୍ତି ସେନା ଅଫିସର ପରିଚୟ ଦେଇ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଆରବ ନାମକ ଯୁବକଙ୍କ ଘର ଦିଲ୍ଲୀର ଛତରପୁରରେ ଓ ସେ ଡେଲିଭରି ବୟ ଭାବେ କାର୍ଯ୍ୟ କରନ୍ତି। ସେ ନିଜକୁ ସେନାର ଜଣେ ଲ୍ୟୁଟ୍‌ନାଣ୍ଟ ପରିଚୟ ଦେଇ ଡାକ୍ତରଙ୍କ ସହ ଇନ୍‌ଷ୍ଟାଗ୍ରାମ୍‌ରେ ସମ୍ପର୍କ ସ୍ଥାପନ କରିଥିଲେ। ପରେ ଉଭୟ ହ୍ବାଟ୍ସଆପ୍‌ରେ ଚାର୍ଟିଂ ଆରମ୍ଭ କରିଥିଲେ ବୋଲି ପୋଲିସ କହିଛି। ଆରବ ଜମ୍ମୁ-କଶ୍ମୀରରେ ପୋଷ୍ଟିଂ ହୋଇଥିବା କହିବା ସହ ସେନା ପୋଷାକରେ ଥିବା ଫଟୋ ପଠାଇଥିଲେ। ଚଳିତ ମାସ ଆରମ୍ଭରେ ସେ ଦିଲ୍ଲୀ ଆସି ଡାକ୍ତରଙ୍କ ମସ୍‌ଜିଦ ମୋଥ୍‌ ଅଞ୍ଚଳରେ ଥିବା ଘରକୁ ଯାଇଥିଲେ। ସେଠାରେ ସେ ଡାକ୍ତରଙ୍କୁ ଖାଦ୍ୟରେ ନିଶା ଦେଇ ବଳାତ୍କାର କରିଥିଲେ ବୋଲି ଅଭିଯୋଗ ହୋଇଛି। ୧୬ ତାରିଖରେ ଡାକ୍ତରଙ୍କ ଅଭିଯୋଗକ୍ରମେ ପୋଲିସ ଛତରପୁର ଅଞ୍ଚଳର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ଏକ ସେନା ପୋଷାକ ଦୋକାନରୁ ଏହାକୁ କିଣିଥିଲେ ବୋଲି ଜେରା ବେଳେ ପୋଲିସକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ବିଶ୍ୱକପ୍‌ ପାଇଁ ଫିଫାର ଆସିଲା ନୂଆ ନିୟମ, ଜାଣନ୍ତୁ…

ଜୁରିଚ୍‌,୨୦ା୩: ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ‘ଫିଫା’ର ଏକ ନୂଆ ନିୟମ ଅନୁମୋଦନ ଲାଭ କରିଛି। ଏଣିକି ମହିଳା ବିଶ୍ୱକପ୍‌ ଓ ଅନ୍ୟ ଟୁର୍ନାମେଣ୍ଟଗୁଡ଼ିକରେ ମହିଳା ଫୁଟ୍‌ବଲ…

ତୃତୀୟ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ

ଅକ୍‌ଲାଣ୍ଡ,୨୦ା୩: ଶୁକ୍ରବାର ଖେଳାଯାଇଥିବା ତୃତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୮ ଉଇକେଟରେ ପରାସ୍ତ କରିଛି ନ୍ୟୁଜିଲାଣ୍ଡ। ଟମ୍‌ ଲଥାମ(୬୩)ଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ…

ରୁଷିଆରେ ଡିଜିଟାଲ୍‌ ଷ୍ଟ୍ରାଇକ୍‌: ଡ୍ରୋନ୍‌ ମାଡ଼ ଭୟରେ ଇଣ୍ଟରନେଟ୍‌ ସେବା ବନ୍ଦ, ପୁଟିନଙ୍କୁ ଘାରିଛି ଅଜଣା ଭୟ?

ନୂଆଦିଲ୍ଲୀ,୨୦।୩: ବର୍ତ୍ତମାନ ସାରା ବିଶ୍ୱ ଏକ ଅସ୍ଥିର ପରିସ୍ଥିତି ଦେଇ ଗତି କରୁଛି। ଗୋଟିଏ ପଟେ ରୁଷିଆ-ୟୁକ୍ରେନ ଯୁଦ୍ଧ ଜାରି ରହିଥିବା ବେଳେ ଅନ୍ୟପଟେ ଇରାନ, ଇସ୍ରାଏଲ…

ବାଲିଗୁଡ଼ାରେ ଗ୍ୟାସ୍‌ ସମସ୍ୟା, ହୋଟେଲ ବନ୍ଦ

ବାଲିଗୁଡା,୨୦ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛି। ଫଳରେ ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର ଅସନ୍ତୋଷ ବୃଦ୍ଧି ପାଇଛି। ଅନ୍ୟପଟେ…

ସରକାରଙ୍କ ବଡ଼ ଘୋଷଣା: ନିୟମିତ ହେବେ ସ୍କିମାଟିକ ଜୁନିୟର ଶିକ୍ଷକ

ଭୁବନେଶ୍ୱର,୨୦।୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଚୁକ୍ତିଭିତ୍ତିକ ସ୍କିମାଟିକ ଜୁନିୟର ଶିକ୍ଷକଙ୍କୁ ନିୟମିତ କର୍ମଚାରୀ ମାନ୍ୟତା ମିଳିବ ବୋଲି ସରକାରଙ୍କ…

IPL ପୂର୍ବରୁ ସରକାରଙ୍କ ‘ମାଷ୍ଟରଷ୍ଟ୍ରୋକ୍‌’: ୩୦୦ ଅଧିକ ବେଆଇନ ବେଟିଂ ସାଇଟ୍‌ ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୦।୩: ଭାରତରେ ବେଆଇନ ଜୁଆ ଏବଂ ସଟ୍ଟାବାଜି (Betting) ଚଳାଉଥିବା ସଂସ୍ଥାଗୁଡ଼ିକ ବିରୋଧରେ କେନ୍ଦ୍ର ସରକାର ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଆଗକୁ ଆଇପିଏଲ୍‌(IPL…

ଗ୍ରାହକଙ୍କୁ Zomatoର ବଡ଼ ଝଟ୍‌କା! ଏଲ୍‌ପିଜି ସଙ୍କଟ ପରେ ଏବେ ଅନଲାଇନ୍‌ରେ ଖାଇବା ମଗାଇବା ହେଲା ମହଙ୍ଗା, ଦେବାକୁ ହେବ…

ନୂଆଦିଲ୍ଲୀ,୨୦।୩:ସାଧାରଣ ଲୋକଙ୍କ ପକେଟ ଉପରେ ପୁଣି ଏକ ମହଙ୍ଗା ମାଡ଼ ହୋଇଛି। ଯଦି ଆପଣ ଅନଲାଇନ୍‌ରେ ଖାଦ୍ୟ ଅର୍ଡର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

ଛାତ୍ରୀମାନେ ନିଜ ସୁରକ୍ଷା ନିଜେ କରିବା ପାଇଁ ନେଲେ ଏମିତି ପଦକ୍ଷେପ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୩(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁଠାରେ ରହିଥିବା ଋଷିମାଳ ଡିଗ୍ରୀ ମହାବିଦ୍ୟାଳୟରେ ମାର୍ଚ୍ଚ ୫ରୁ ୧୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri