ଟିକା ଦେବା ପାଇଁ ପ୍ରବଳ ବର୍ଷାରେ ନଦୀ ପାରିହେଲେ ମହିଳା ସ୍ବାସ୍ଥ୍ୟକର୍ମୀ

ବୈପାରୀଗୁଡା,୧୨ା୯(ଡି.ଏନ୍‌.ଏ.): କୋରାପୁଟ ଜିଲା ବୈପାରୀଗୁଡା ବ୍ଲକ ବାଲଗାଁ ପଞ୍ଚାୟତରେ ଜଣେ ମହିଳା ସ୍ବାସ୍ଥ୍ୟକର୍ମୀ ଓ ଅଙ୍ଗନୱାଡି କର୍ମୀ ଲୋକଙ୍କୁ ସେବା ଯୋଗାଇ ଦେବାପାଇଁ ନିଜ ଜୀବନକୁ ବାଜି ଲଗାଇ ଦେଇଛନ୍ତି। ଚାଲିଥିବା ଟିକାକରଣ କାର୍ଯ୍ୟକ୍ରମରେ ଲୋକଙ୍କୁ ଟିକାଦେବାକୁ ଉଭୟ ପାଣି ଭର୍ତ୍ତି ଖରସ୍ରୋତା ନାଳ ପାରି ହୋଇ ଲୋକଙ୍କୁ ଟିକା ଦେଇ ନିଜ କାର୍ଯ୍ୟଦକ୍ଷତାର ପରିଚୟ ଦେଇଛନ୍ତି।

ଖବରରୁ ଜଣାପଡିଛି, ଶୁକ୍ରବାର ମୁଣ୍ଡାଗୁଡ଼ା ଗ୍ରାମବାସୀଙ୍କୁ କରୋନା ଟିକାଦେବାକୁ ସ୍ଥିର ହୋଇଥିଲା। ତେବେ ବର୍ଷା ଯୋଗୁ ଗ୍ରାମବାସୀ ଟିକାଦାନ କେନ୍ଦ୍ରକୁ ନାଳ ପାରି ହୋଇ ଆସିପାରି ନ ଥିଲେ। ମୁଣ୍ଡାଗୁଡ଼ା ଗ୍ରାମକୁ ଯିବା ରାସ୍ତାରେ ଏହି ନାଳ ପଡ଼ିଥାଏ। ଖରାଦିନେ ଉକ୍ତ ନାଳରେ ପାରିହୋଇ ଯିବା କୌଣସି ସମସ୍ୟା ନ ଥାଏ ା ମାତ୍ର ବର୍ଷା ଦିନେ ନାଳରେ ପାଣି ଉଛୁଳି ଥାଏ । ଶୁକ୍ରବାର ମୁଣ୍ଡାଗୁଡ଼ାବାସୀଙ୍କୁ କରୋନା ଟିକା ଦେବାକୁ ସ୍ଥିର ହୋଇଥିଲେ ମଧ୍ୟ ନାଳରେ ପାଣି ଅଧିକ ଆସିବାରୁ ନାଳ ଆରପଟ ଥିବା ଗ୍ରାମବାସୀ ଟିକା ନେବାକୁ ଟିକାଦାନ କେନ୍ଦ୍ରକୁ ଆସିପାରି ନ ଥିଲେ। ଏ ପରିସ୍ଥିତିରେ ଲୋକଙ୍କୁ ସେବା ଯୋଗାଇ ଦେବାପାଇଁ ମହିଳା ସ୍ବାସ୍ଥ୍ୟକର୍ମୀ ସୁଧାମଣି ମାର୍ଣ୍ଡି ଓ ଅଙ୍ଗନୱାଡି କର୍ମୀ ସୁଲୋଚନା ନାୟକ ଅଣ୍ଟା ଭିଡ଼ିଲେ। ନିଜ ଜୀବନକୁ ବାଜି ଲଗାଇ ଉଭୟ ନାଳ ପାରହୋଇ ଆରପଟେ ପହଞ୍ଚତ୍ ଗ୍ରାମବାସୀଙ୍କୁ ଟିକା ଦେଇଥିଲେ। ଉଭୟ କର୍ମଚାରୀଙ୍କ ଏପରି ସାହସିକତାକୁ ଅଞ୍ଚଳବାସୀ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ହାଟଡ଼ିହୀରେ ସରକାରୀ ପାଣ୍ଠି ହେରଫେର ଅଭିଯୋଗ: ଅଫିସରେ ବସି ତଦନ୍ତ ସାରିବା ନେଇ ଅଭିଯୋଗକାରୀଙ୍କ ଅସନ୍ତୋଷ

ହାଟଡ଼ିହୀ,୧୩।୮(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅଧୀନ ସଢ଼ା ପଞ୍ଚାୟତରେ ବିଭିନ୍ନ ସରକାରୀ ଉନ୍ନୟନ କାର୍ଯ୍ୟରେ ଅନୁଦାନ ହେରଫେର ହୋଇଥିବା ଅଭିଯୋଗର ଏକମାସ ପରେ ତଦନ୍ତ ହୋଇଥିଲେ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

“ଆଟ୍ ହୋମ୍” କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ଅଜିତ ସେଠୀ

ଛତ୍ରପୁର,୧୩|୮(ଦିଲ୍ଲୀପ ସାମଲ / ଦ୍ଵାରିକା ପଟନାୟକ): ଆଗାମୀ ସ୍ୱାଧୀନତା ଦିବସ ଅବସରରେ ରାଜଭବନ ତଥା ଲୋକ ସେବା ଭବନରେ ଆୟୋଜିତ ହେବାକୁ ଥିବା ସ୍ୱତନ୍ତ୍ର “ଆଟ୍ ହୋମ୍”…

ଅଟୋକୁ ଅଟକାଇ ଦମ୍ପତିଙ୍କୁ ହତ୍ୟା ଉଦ୍ୟମ ସହ ଲୁଟ୍, ଜେଲ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୩|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ନିକଟରେ ଏକ ଯାତ୍ରୀବାହୀ ଅଟୋକୁ ଅଟକାଇ ଦମ୍ପତିଙ୍କୁ ହତ୍ୟା ଉଦ୍ୟମ କରିବା ସହ ୨୨୦୦…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri