Posted inରାଜ୍ୟ

ଭୟମୁକ୍ତ ଓଡ଼ିଶା ଜଙ୍ଗଲ, ଦୁଇ ଜାଆଁଳା ଛୁଆଙ୍କୁ ଧରି ଘୁରି ବୁଲୁଛି କଲରାପତରିଆ ବାଘୁଣୀ

ଭୁବନେଶ୍ୱର,୧୮।୩: ପୁଣିଥରେ କ୍ୟାମେରାରେ କଏଦ ହେଲା କଳା କଲରାପତରିଆ। ଓଡ଼ିଶାର ଆଭ୍ୟନ୍ତରୀଣ ଇଲାକାରେ କଳା କଲରାପତରିଆ ବାଘୁଣୀ ସହ ଦୁଇ ଯାଆଁଳା ବାଘ ଛୁଆର ଦୃଶ୍ୟ ବି କଏଦ ହୋଇଛି। କଲରାପତରିଆ ବାଘ ଛୁଆ ମଧ୍ୟରୁ ଗୋଟିଏ ସାଧାରଣ ହୋଇଥିବା ବେଳେ ଅନ୍ୟଟି କଳା ରଙ୍ଗର ଦେଖିବାକୁ ମିଳିଛି। ଓଡ଼ିଶା ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ ଏକ୍ସରେ ଏହି ଫଟୋ ପୋଷ୍ଟ କରିଛନ୍ତି।

ତେବେ ଓଡ଼ିଶାରେ ଆଗକୁ ସରକାର ନିଜସ୍ବ କଲରାପତରିଆ ବାଘ ଗଣନା କରିବେ। ଆସନ୍ତା ମେ’ରୁ ହାତୀ ଗଣନା ସହ ଏକକାଳୀନ କଲରାପତରିଆ ବାଘ ଗଣନା କରାଯିବ। ରାଜ୍ୟର ସବୁ ଅଞ୍ଚଳରେ କଲରାପତରିଆ ଗଣନା ହେବ ବୋଲି ପିସିସିଏଫ୍‌(ବନ୍ୟପ୍ରାଣୀ) ସୁଶାନ୍ତ ନନ୍ଦ ଶୁକ୍ରବାର ସୂଚନା ଦେଇଛନ୍ତି।

ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ(ଏନ୍‌ଟିସିଏ) ଏବଂ ଓ୍ବାଇଲ୍ଡ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆର ମିଳିତ ସହଯୋଗରେ ଦେଶରେ ହୋଇଥିବା କଲରାପତରିଆ ଗଣନା ରିପୋର୍ଟ-୨୦୨୨ ଗୁରୁବାର ପ୍ରକାଶ ପାଇଥିଲା, ଯେଉଁଥିରେ ଦେଶରେ ଗତ ୪ବର୍ଷରେ କଲରାପତରିଆ ବାଘଙ୍କ ସଂଖ୍ୟା ବଢ଼ିଥିବାବେଳେ ଓଡ଼ିଶାରେ ହ୍ରାସ ପାଇଥିବା ଦର୍ଶାଯାଇଥିଲା। ୨୦୧୮ ମସିହାରେ ହୋଇଥିବା ଗଣନା ବେଳେ ରାଜ୍ୟରେ ୭୬୦ଟି କଲରାପତରିଆ ବାଘ ଥିବାବେଳେ ୨୦୨୨ରେ ଏହା ୫୬୮କୁ ହ୍ରାସ ପାଇଛି। ତେଣୁ ନିଜସ୍ବ ଗଣନା ପାଇଁ ରାଜ୍ୟ ବନ ବିଭାଗ ନିଷ୍ପତ୍ତି ନେଇଛି।

ଏ ନେଇ ପିସିସିଏଫ୍‌ କହିଛନ୍ତି, ଏନ୍‌ଟିସିଏ ରିପୋର୍ଟକୁ ତର୍ଜମା କରାଯାଉଛି। ସେଥିରେ କିଛି ତ୍ରୁଟି ଥିବା ଜଣାପଡ଼ୁଛି। ତେଣୁ ଏହାକୁ ରାଜ୍ୟସ୍ତରରେ ସଂଶୋଧନ କରାଯିବ। ପ୍ରଥମତଃ ଏହା ଏନ୍‌ଟିସିଏର ଏକ ଆକଳନ ରିପୋର୍ଟ। ଦ୍ୱିତୀୟରେ ୨୦୨୨ରେ ସେମାନେ ମାତ୍ର ୩ଟି ସ୍ଥାନରେ କ୍ୟାମେରା ଟ୍ରାପ୍‌ ଲଗାଇଥିଲେ। କିନ୍ତୁ ୨୦୧୮ ଆକଳନବେଳେ ୧୪ ଜାଗାରେ କ୍ୟାମେରା ଟ୍ରାପ ଲାଗିଥିଲା, ଯେଉଁଥିରୁ ସେମାନେ ୭୬୦ କଲରାପତରିଆ ଥିବା ଜାଣିବାକୁ ପାଇଥିଲେ।

ତେବେ ୨୦୨୨ରେ ଏନ୍‌ଟିସିଏ କ୍ୟାମେରା ଟ୍ରାପ ଲଗାଇଥିବା ଶିମିଳିପାଳ ଓ ସାତକୋଶିଆରେ କଲରାପତରିଆ ସଂଖ୍ୟା ବଢ଼ିଥିବା ରାଜ୍ୟ ପାଇଁ ଖୁସି ଖବର। ଯଦି ଶିମିଳିପାଳ ଓ ସାତକୋଶିଆ ବଫର ଏରିଆରେ କ୍ୟାମେରା ଲାଗିଥାନ୍ତା, ତା’ହେଲେ ସଂଖ୍ୟା ଆହୁରି ବଢ଼ିଥାନ୍ତା। ଏନ୍‌ଟିସିଏ କଲରାପତରିଆ ଆକଳନ ରିପୋର୍ଟ ଗ୍ରହଣୀୟ। କିନ୍ତୁ ସେମାନେ ବହୁତ କମ ଅଞ୍ଚଳ କଭର କରିଥିବାରୁ ଆକଳନ ଏକପାଖିଆ ହୋଇଯାଉଛି ବୋଲି ପିସିସିଏଫ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଛାଡିବା ଖବରକୁ ଖଣ୍ଡନ କଲେ ନୀତେଶ, କହିଲେ ମୋ ଆକାଉଣ୍ଟ…

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ତେବେ ଏଭଳି ଏକ ଖବରକୁ ଖଣ୍ଡନ କରିଛନ୍ତି ନୀତେଶ। ସେ କହିଛନ୍ତି, ତାଙ୍କ ଫେସବୁକ୍‌ ଆକାଉଣ୍ଟ...

ଆତ୍ମସମର୍ପଣ କଲେ ୨୩ ମାଓବାଦୀ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡାରେ ସୋମବାର ୨୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଲୋନ୍‌ ଭାରାଟୁ ଅଭିଯାନରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା...

ଆସନ୍ତା ୨ରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ

ଭୁବନେଶ୍ୱର,୨୯।୪: ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨ ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ। ଏଥିସହ...

ଭାଜପାରୁ ଇସ୍ତଫା ଦେଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ସୋମବାର ନୀତେଶ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଏମ୍‌ପି...

ବିଜେଡିରେ ଯୋଗ ଦେଲେ ପୂର୍ବତନ କଂଗ୍ରେସ ଜିଲା କାର୍ଯ୍ୟକାରୀ ସଭାପତି

କେନ୍ଦୁଝର,୨୯।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କଂଗ୍ରେସ ପୂର୍ବତନ ଜିଲା କାର୍ଯ୍ୟକାରୀ ସଭାପତି ରତିକାନ୍ତ ବାରାଲ ବିଧିବଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ସେ ପୂର୍ବରୁ...

ବାଲିଗୁଡ଼ା ଆସନ ପାଇଁ ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ଦାଖଲ କଲେ ପ୍ରାର୍ଥିପତ୍ର

ବାଲିଗୁଡା,୨୯।୪:(ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରବଳ ଖରା ସତ୍ତ୍ୱେ ହଜାର ହଜାର ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରାରେ ଆସି କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ...

ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା-ବିଜେଡି, ଶୁଭିଲା ଜୟ ଶ୍ରୀରାମ, ଜୟଜଗନ୍ନାଥ

ଭୁବନେଶ୍ୱର,୨୯।୪: ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା ଓ ବିଜେଡି କର୍ମୀ। ଭାଜପା ଲୋକ ସଭା ପ୍ରାର୍ଥୀ ସମ୍ବିତ ପାତ୍ର ଓ ବିଜେଡିର ସତ୍ୟବାଦୀ...

ମେ’ ୩ରେ ରାୟଗଡ଼ା ଆସିବେ ରାହୁଲ

ଭୁବନେଶ୍ୱର,୨୯।୪: ମେ’ ୩ ତାରିଖରେ ରାୟଗଡ଼ା ଆସିବେ ରାହୁଲ ଗାନ୍ଧୀ। ଏ ନେଇ ସୂଚନା ଦେଇଛନ୍ତି ଭକ୍ତ ଦାସ। ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟ ନବରଙ୍ଗପୁର ଗସ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri