ସ୍କୁଲରେ ମହିଳା ଅଭିଭାବକ-ଶିକ୍ଷୟିତ୍ରୀ ମୁହାଁମୁହିଁ

ଆନନ୍ଦପୁର,୨୬।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ପଦ୍ମପୁର ସତ୍ୟନାରାୟଣ ଉଚ୍ଚ ବିଦ୍ୟାଳୟ ପରିସରରେ ସୋମବାର ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଦ୍ୟାଳୟ କମ୍ପ୍ୟୁଟର ରୁମ୍‌ରେ ପଡିଥିବା କିଛି ପୁରୁଣା କାର୍ପେଟକୁ ବଦଳାଯାଇ ନୂଆ କାର୍ପେଟ ଲଗାଯାଇଥିଲା। ପୁରୁଣା କାର୍ପେଟଗୁଡିକ ବିଦ୍ୟାଳୟରେ ଥିବା ବେଳେ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀ ଲୁଚାଛପା ଭାବେ ଏକ ବସ୍ତାରେ ପେକିଂ କରି ଶନିବାର ସନ୍ଧ୍ୟାରେ ବିଦ୍ୟାଳୟର କେତେକ ଛାତ୍ରଙ୍କ ଦ୍ୱାରା ଘରକୁ ନେଉଥିଲେ। ସେତିକି ବେଳେ ଗ୍ରାମବାସୀଙ୍କ ଦ୍ୱାରା ଏହା ଧରାପଡିଥିଲା।

ଖବର ପାଇ ବିଦ୍ୟାଳୟ କମିଟି ସଦସ୍ୟ ଘଟଣାସ୍ଥଳରେ ପହଞ୍ଚି କାର୍ପେଟକୁ ଜବତ କରିଥିଲେ। ସୋମବାର ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବଙ୍କିମ ଚରଣ ମିଶ୍ରଙ୍କ ଉପସ୍ଥିତିରେ ଅନୁଷ୍ଠିତ ଏକ ବୈଠକରେ ଅଭିଭାବକଙ୍କ ସମେତ ବିଦ୍ୟାଳୟର ଶିକ୍ଷୟିତ୍ରୀ, ଶିକ୍ଷକ ଓ ସିଆରସିସି ବିଶ୍ୱ ଭୂଷଣ ରାଉତ ଉପସ୍ଥିତ ରହି ଘଟଣା ସମ୍ପର୍କରେ ଆଲୋଚନା କରିଥିଲେ। ହେଲେ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ସେତିକି ବେଳେ ପିଲାଙ୍କୁ ଡାକି ପଚରାଯିବାରୁ ସମ୍ପୃକ୍ତ ଶିକ୍ଷୟିତ୍ରୀଙ୍କ ନାମ ପଦାକୁ ଆସିଥିଲା।

ଏଥିରେ ଉତ୍ତେଜିତ ହୋଇ କିଛି ଅଭିଭାବକ ବିଦ୍ୟାଳୟରେ ପୂର୍ବରୁ ଚୋରି ହୋଇଥିବା ଘଟଣାରେ ଶିକ୍ଷୟିତ୍ରୀଙ୍କ ସମ୍ପୃକ୍ତ ଥିବା ଅଭିଯୋଗ କରିଥିଲେ। ଏପରିକି ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ଘଟଣାର ସମାଧାନ ପାଇଁ ପ୍ରଧାନ ଶିକ୍ଷକ ଓ ସିଆରସିସି ଅଫିସ କାର୍ଯ୍ୟାଳୟରେ ଆଲୋଚନା ବେଳେ କିଛି ଅଭିଭାବକ ଓ ଶିକ୍ଷୟିତ୍ରୀଙ୍କ ମଧ୍ୟରେ ବଚସା ହୋଇଥିଲା। ଶିକ୍ଷୟିତ୍ରୀ ଜଣକ ଧରି ଥିବା ପାଣି ବୋତଲରେ ଜଣେ ମହିଳା ଅଭିଭାବକଙ୍କୁ ଆକ୍ରମଣ କରିଥିଲେ। ଏନେଇ ମହିଳା ଅଭିଭାବକ ଜଣକ ଶିକ୍ଷୟିତ୍ରୀଙ୍କୁ ପଲଟା ଆକ୍ରମଣ କରିଥିଲେ। ଫଳରେ ଉଭୟ ଆହତ ହୋଇଛନ୍ତି। ମହିଳା ଅଭିଭାବକଙ୍କୁ ଏକ ଅଟୋ ଯୋଗେ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିବା ବେଳେ ଶିକ୍ଷୟିତ୍ରୀଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଚିକିତ୍ସା ପାଇଁ ନିଆଯାଇଥିଲା। ଘଟଣା ସମ୍ପର୍କରେ ଖବର ପାଇ ଆନନ୍ଦପୁର ବ୍ଲକ ଶିକ୍ଷା ଅଧିକାରୀ ଉମାକାନ୍ତ ରାଉତ ଓ ଆନନ୍ଦପୁର ପୋଲିସ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ଉଦ୍ୟମ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri