ମହିଳା କଏଦୀ ବିକିବେ ଖାଦ୍ୟସାମଗ୍ରୀ

ଭୁବନେଶ୍ୱର,୨।୧(ବ୍ୟୁରୋ): ଝାରପଡା ସ୍ବତନ୍ତ୍ର ଜେଲରେ ରହୁଥିବା ବିଚାରାଧୀନ ମହିଳା କଏଦୀମାନେ ବିଭିନ୍ନ ଖାଦ୍ୟସାମଗ୍ରୀ ପ୍ରସ୍ତୁତ କରୁଛନ୍ତି। ପ୍ରାଥମିକ ପର୍ଯ୍ୟାୟରେ ହଳଦୀ, ଅଟା, ବେସନ ଓ ମୁଢ଼ି ଆଦି ସାମଗ୍ରୀ ତିଆରି କରୁଛନ୍ତି। ଏହାର ବିକ୍ରି ନିମନ୍ତେ ଜେଲ ବାହାରେ କାରାଗାର ଶିଳ୍ପ ସାମଗ୍ରୀ ବିକ୍ରୟ କେନ୍ଦ୍ର ଖୋଲାଯାଇଛି। ଶୁକ୍ରବାର ଜେଲ ଏଡିଜି ସନ୍ତୋଷ ଉପାଧ୍ୟାୟ ଏହାକୁ ଉଦ୍‌ଘାଟନ କରି କଏଦୀଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରାଯିବା ପାଇଁ ଏଭଳି ପଦକ୍ଷେପ ନିଆଯାଉଥିବା କହିଛନ୍ତି। ବଜାରରେ ମିଳୁଥିବା ସାମଗ୍ରୀଠାରୁ ଏଠାରେ ଅପେକ୍ଷାକୃତ କମ୍‌ ଦାମ୍‌ ରହିଛି। ଅପମିଶ୍ରଣର ଭୟ ମଧ୍ୟ ନାହିଁ ବୋଲି ଏଡିଜି ଉପାଧ୍ୟାୟ କହିଛନ୍ତି।

ସୁପରିଣ୍ଟେଣ୍ଡେଣ୍ଟ ରବୀନ୍ଦ୍ର ନାଥ ବାରିକ କହିଲେ, ଭବିଷ୍ୟତରେ ନୂଆ ଜେଲ ମାନୁଆଲ୍‌ ଅନୁଯାୟୀ ସାକ୍ଷାତ୍‌ ବା ମୁଲାକାତ ବ୍ୟବସ୍ଥାର ପରିବର୍ତ୍ତନ କରାଯିବ। ସାକ୍ଷାତ୍‌ ସ୍ଥାନରେ ସ୍ବଚ୍ଛ କାଚ ଲଗାଯିବ। କଥାବାର୍ତ୍ତା ପାଇଁ ୧୬ଟି ଇଣ୍ଟରକମ୍‌ ଫୋନ ବ୍ୟବସ୍ଥା ରହିବ। କାଚର ଉଭୟ ପାର୍ଶ୍ୱରେ ରହି କଏଦୀ ଓ ସେମାନଙ୍କ ଲୋକ ପରସ୍ପରକୁ ଦେଖିବା ସହ ଇଣ୍ଟରକମ୍‌ ଫୋନ୍‌ରେ କଥାହୋଇ ପାରିବେ। ଅନ୍ୟପକ୍ଷରେ ଜେଲରେ ସଜା କାଟୁଥିବା କଏଦୀଙ୍କ ଦୈନକ ମଜୁରି ପୂର୍ବରୁ ୫୦ଟଙ୍କା ଥିବାବେଳେ ଏହାକୁ ୧୦୦ ଟଙ୍କାକୁ ବୃଦ୍ଧି କରିବାକୁ ରାଜ୍ୟ ସରକାରଙ୍କୁ ସୁପାରିସ କରାଯାଇଛି। ଏଥିସହ ଚଳିତ ବର୍ଷର ମାନୁଆଲ ଅନୁଯାୟୀ ବିଭିନ୍ନ ସଂସ୍କାରମୂଳକ କାର୍ଯ୍ୟକ୍ରମ ହାତକୁ ନିଆଯିବ। ଏହାଦ୍ୱାରା ଜେଲରେ ସଜା କାଟୁଥିବା କଏଦୀମାନେ ସ୍ବାବଲମ୍ବୀ ହେବା ସହ ବାହାରକୁ ବାହାରିଲେ ମୁଖ୍ୟ ସ୍ରୋତରେ ସାମିଲ ହେବାକୁ ସେମାନଙ୍କୁ କୌଣସି ପ୍ରତିବନ୍ଧକ ହେବ ନାହିଁ। କେବଳ ଝାରପଡା ଜେଲ ନୁହେଁ ରାଜ୍ୟରେ ଥିବା ଅନ୍ୟ ସମସ୍ତ ଜେଲରେ ଏହା କାର୍ଯ୍ୟକାରୀ କରାଯିବ। ଏହାଦ୍ୱାରା ସେମାନଙ୍କ ଆର୍ଥତ୍କ ସ୍ବଚ୍ଛଳତା ବଢ଼ିବା ସହ ମାନସିକତାରେ ପରିବର୍ତ୍ତନ ଆସିବ ବୋଲି ଜେଲ କର୍ତ୍ତୃପକ୍ଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri