ପୁଟିନଙ୍କ ନାଁ ନେଇ ଚାକିରି ହରାଇଲେ ରେଡିଓ ହୋଷ୍ଟ

ନୁର ସୁଲତାନ,୨୯ ।୩: ରୁଷିଆ-ୟକ୍ରେନ୍ ଯୁଦ୍ଧମଧ୍ୟରେ କାଜାକସ୍ତାନର ଜଣେ ରେଡିଓ ହୋଷ୍ଟଙ୍କୁ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଉପରେ ଟିପ୍ପଣି ମହଙ୍ଗା ପଡିଛି । ରେଡିଓ ହୋଷ୍ଟ ଫେସବୁକ ଚ୍ୟାଟ ସମୟରେ କହିଥିଲେ ଯଦି ଆପଣ ଅଧିକ କଥା କହୁଛନ୍ତି ତେବେ ଆମେ ଆକ୍ରମଣ କରିବାକୁ ଅଙ୍କଲ ବୋବା(ପୁଟିନ)ଙ୍କୁ ଡାକି ଦେବୁ । ୟୁକ୍ରେନରେ ଯୁଦ୍ଧକୁ ନେଇ ଫେସବୁକରେ ୟୁକ୍ରେନ ଓ ରୁଷିଆ ସମର୍ଥକଙ୍କ ମଧ୍ୟରେ ଗରମାଗରମ ଅନ୍‌ଲାଇନ ଆଲୋଚନା ଚାଲିଥିବା ସମୟରେ ଏହା ଘଟିଛି ।
ସୂଚନାଯୋଗ୍ୟ, ପୂର୍ବ ସୋଭିଏତ ଗଣରାଜ୍ୟ କାଜକିସ୍ତାନ, ରୁଷିଆ ସହ ବିଶ୍ୱର ସବୁଠାରୁ ବଡ ଦ୍ୱିତୀୟ ସବୁଠାରୁ ଲମ୍ବା ସୀମା ଶେୟାର କରୁଛି । ଏହାସହ ରୁଷିଆ ନେତୃତ୍ୱ ବାଲା ବ୍ୟବସାୟ ଓ ସେନା ବ୍ଲକର ସଦସ୍ୟ ହୋଇଥିବାରୁ ମସ୍କୋ ସହ ଘନିଷ୍ଠ ଆର୍ଥିକ ଓ ରାଜନୈତିକ ସମ୍ପର୍କ ରଖିଛି ।
ପୁଟିନଙ୍କୁ ନେଇ କରାଯାଇଥିବା ଟିପ୍ପଣିକୁ ନେଇ ୟୁରୋପ ପ୍ଲସ କାଜାକିସ୍ତାନ ରେଡିଓ ଷ୍ଟେଶନର ଖୁବ୍ ଚର୍ଚ୍ଚା ହେଉଛି । ଏହାପରେ ରେଡିଓ ଷ୍ଟେଶନ ଉକ୍ତ ଫେସବୁକ ଟିପ୍ପଣିଠାରୁ ନିଜକୁ ଦୂରେଇ ଦେଇଛି । ଏହାସହ ସୋମବାର ରେଡିଓ ହୋଷ୍ଟଙ୍କୁ ଚାକିରିରୁ ବାହାର କରିଦିଆଯାଇଛି । ହେଲେ ରେଡିଓ ହୋଷ୍ଟ ଏହାକୁ ନେଇ କୌଣସି ପ୍ରତିକ୍ରିୟା ଦେଇ ନାହାନ୍ତି । ସେ ଏ ସମ୍ପର୍କରେ କିଛି କହିବାକୁ ମନା କରି ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ଓଡ଼ିଶା ବନ୍ଦର ପ୍ରଭାବ: କେନ୍ଦ୍ର ସରକାର ବିରୋଧରେ ଗର୍ଜିଲେ ବିରୋଧୀ

ଗଞ୍ଜାମ,୮।୧୦(ବିଦ୍ୟାଧର ସାହୁ):ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗଞ୍ଜାମରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ ସିପିଆଇ(ଏମ) ସମେତ ବାମପନ୍ଥୀ ଦଳ ପକ୍ଷରୁ…

ଏହି ନେତାଙ୍କୁ ପ୍ରଧାନମନ୍ତ୍ରୀ ଭାବେ ଦେଖିବାକୁ ଚାହୁଁଥିଲେ ନାନା ପାଟେକର; ପ୍ରଧାନମନ୍ତ୍ରୀ ପଦକୁ ନେଇ କହିଥିଲେ ଗୁରୁତ୍ୱପୂର୍ଣ୍ଣ କଥା

ମୁମ୍ବାଇ,୮।୧୦: ହିନ୍ଦୀ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ନିଜର ଦୀର୍ଘ ଚଳଚ୍ଚିତ୍ର କ୍ୟାରିୟର ମଧ୍ୟରେ ସେ କେବଳ ନିଜ ଚଳଚ୍ଚିତ୍ର ପାଇଁ…

୨୫ ଏକରର ଫାର୍ମହାଉସ କୋଟି କୋଟି ଟଙ୍କାର ସମ୍ପତ୍ତି: କାହା ପାଇଁ କ’ଣ ଛାଡ଼ିଯାଇଛନ୍ତି ନାନା? ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ବିୟୋଗରେ ଚଳଚ୍ଚିତ୍ର ଜଗତ ଶୋକାକୁଳ ହୋଇପଡ଼ିଛି। ଗୁରୁବାର ସକାଳେ (ଅକ୍ଟୋବର ୮) ଗୋଆସ୍ଥିତ ବାସଭବନରେ ୭୫ ବର୍ଷ ବୟସରେ…

ଘଡ଼ଘଡ଼ି ସହ ଛେଚିବ ବର୍ଷା: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୮ା୧୦(ସୌମ୍ୟରଞ୍ଜନ ରାଉତ):ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ ଆସନ୍ତା ୨ରୁ…

ଏହି କ୍ରିକେଟର୍‌ଙ୍କୁ ହୃଦୟରୁ ପସନ୍ଦ କରୁଥିଲେ ନାନା ପାଟେକର: ଆଉଟ୍‌ ହେଲେ ଖାଉ ନ ଥିଲେ…

ମୁମ୍ବାଇ,୮।୧୦: ବଲିଉଡ୍‌ର ଲୋକପ୍ରିୟ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ପରଲୋକରେ ସିନେମା ଜଗତରେ ଶୋକର ଛାୟା ଖେଳିଯାଇଛି। ନାନା ପାଟେକର…

ଇଣ୍ଡିଆ ମେଣ୍ଟର ଓଡ଼ିଶା ବନ୍ଦର ପ୍ରଭାବ: ଦାରିଙ୍ଗବାଡ଼ିରେ ରାସ୍ତା ଅବରୋଧ

ଦାରିଙ୍ଗବାଡ଼ି, ୮।୧୦ (ଅରୁଣ ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ମେଣ୍ଟ ପକ୍ଷରୁ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବ୍ଲକରେ ଦେଖିବାକୁ ମିଳିଛି।…

ଅମଳ ପୂର୍ବରୁ ଚାଷୀମୁଣ୍ଡରେ ଚଡ଼କ: ଧାନ ଫସଲରେ ରୋଗପୋକ, ମଉଳି ଯାଉଛି ଅମଳ ଆଶା

ବରଗଡ଼,୮ା୧୦(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି ବୋଲି କୁହାଯାଏ। ହେଲେ ଏଠାରେ ଧାନଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ସମସ୍ୟା ଏଠାରେ ସାଧାରଣରେ…

ବରଗଡ଼ରେ ବନ୍ଦକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ: ଗାଡ଼ି ଚଳାଚଳ ଠପ୍‌

ବରଗଡ଼,୮।୧୧(ପ୍ରେମାନନ୍ଦ ଖମାରୀ): ଗୁରୁବାର ଓଡ଼ିଶା ବନ୍ଦ ଡାକରାକୁ ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ସକାଳୁ ଦୋକାନ, ବଜାର ବନ୍ଦ ରହିଛି । ଗାଡ଼ି ଚଳାଚଳ ଠପ ପଡିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?