ଅଫିସରେ ମହିଳା ଆର୍‌ଆଇଙ୍କୁ ଆକ୍ରମଣ

ଆନନ୍ଦପୁର,୨୦।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ମହିଳା ରାଜସ୍ବ ନିରୀକ୍ଷକ ସୀମା ସିମନ୍ତିନୀ ସାହୁ ସୋମବାର ସକାଳେ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବାବେଳେ ମରଣାନ୍ତକ ଆକ୍ରମଣର ଶିକାର ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟକୁ ନିଆଯଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କଟକ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଆକ୍ରମଣକାରୀ ଆନନ୍ଦପୁର ଥାନା ଅଧୀନ ବାଙ୍ଖିଡି ଗ୍ରାମର ଗୋବିନ୍ଦ ଜେନା(୫୫)। ସେ ଏକ ମାରଣାସ୍ତ୍ରରେ ଆର୍‌ଆଇଙ୍କୁ ଆକ୍ରମଣ କରିଥିବା ଜଣାପଡ଼ିଛି। ଏନେଇ ପୋଲିସ ଏକ ମାମଲା (ନଂ. ୨୮୦/୨୧) ରୁଜୁ କରି ଗୋବିନ୍ଦଙ୍କୁ ଗିରଫ କରିବା ସହ ମାରଣାସ୍ତ୍ର ଜବତ କରିଛି। ଘଟଣାର ଅଧିକ ତଦନ୍ତ ଜାରି ରଖିଥିବା ଥାନା ଅଧିକାରୀ ମନୋରଞ୍ଜନ ପ୍ରଧାନ ସୂଚନା ଦେଇଛନ୍ତି।

ତାଙ୍କ ଦଖଲରେ ଥିବା ଜମିକୁ ଅନ୍ୟ ଜଣେ ବ୍ୟକ୍ତିଙ୍କ ନଁାରେ ଆର୍‌ଆଇ ସାହୁ ପଟ୍ଟା କରାଇ ଦେଇଛନ୍ତି। ଏହାକୁ ବିରୋଧ କରିଆସୁଥିବା ବେଳେ ବାରମ୍ବାର ଅଫିସ୍‌କୁ ଦୌଡୁଥିଲେ। କିନ୍ତୁ ତାଙ୍କ କଥାକୁ ଗୁରୁତ୍ୱ ଦିଆଯାଉ ନ ଥିଲା। ଏହାକୁ ନେଇ ସେ ଆକ୍ରମଣ କରିଥିବା ଅଭିଯୁକ୍ତ ଗୋବିନ୍ଦ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷେ ଘଟଣାର ତଦନ୍ତ ଚାଲିଛି। କାରଣ ସ୍ପଷ୍ଟ ହୋଇନାହିଁ ବୋଲି ଥାନା ଅଧିକାରୀ ପ୍ରଧାନ କହିଛନ୍ତି। ଆନନ୍ଦପୁର ଉପଜିଲାପାଳ ଗୋପିନାଥ କୁଅଁର ଏହି ଘଟଣାକୁ ନିନ୍ଦା କରିବା ସହ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା: ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଛୁରାମାଡ଼

ନବରଙ୍ଗପୁର, ୧୦/୧୦ (ସନ୍ତୋଷ ସନ୍ତୋଷ): ଉମରକୋଟରେ କଲେଜ ନିର୍ବାଚନକୁ କେନ୍ଦ୍ର କରି ଉତ୍ତେଜନା ଦେଖାଦେଇଛି। ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଦୀପକମଲ ମହାପାତ୍ର ନାମକ…

ନାଗସାପ ସହ ରିଲ୍ସ କରିବାବେଳେ ମାରିଲା ଚୋଟ, ଚାଲିଗଲା ଯୁବକଙ୍କ ଜୀବନ

ପୁରୀ,୧୦ା୧୦(ଅଜିତ୍‌ କୁମାର ମହାନ୍ତି): ସୋସିଆଲ ମିଡିଆରେ ରିଲ୍ସ କରିବା ନିଶା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ନାଗ ସାପକୁ ଧରି ରିଲ୍ସ କରୁଥିବା ବେଳେ ସାପ…

ସିଜେପି ଆନ୍ଦୋଳନକୁ ମିଳିଲା ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ, CJI କହିଲେ…

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀରେ କକରୋଚ ଜନତା ପାର୍ଟି(ସିଜେପି)ର ପ୍ରଦର୍ଶନକୁ ମିଳିଛି ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ।ଫଳରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାରଙ୍କ ବିରୋଧରେ ଜାରି ଆନ୍ଦୋଳନ ଆହୁରି ତୀବ୍ର…

ଦିଲ୍ଲୀ ଆନ୍ଦୋଳନ ସମୟରେ ଅଭିଜିତ ଦୀପ୍‌କେଙ୍କ ଘରୁ ଆସିଲା ଏହି ଦୁଃଖଦ ଖବର, ଭାଙ୍ଗିପଡ଼ିଛନ୍ତି ପୂରା ପରିବାର

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀର ଜନ୍ତରମନ୍ତରଠାରେ କକ୍ରୋଚ୍ ଜନତା ପାର୍ଟି (ସିଜେପି ) ପକ୍ଷରୁ ଚାଲିଥିବା ଆନ୍ଦୋଳନ ଏବଂ ଗିରଫଦାରୀ ମଧ୍ୟରେ ସିଜେପି ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେଙ୍କ ପରିବାରରୁ ଏକ…

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

ନୀଳମାଧବଙ୍କ ନୀତିକାନ୍ତି ବିଳମ୍ବ ନେଇ ବିବାଦୀୟ ପରିସ୍ଥିତି, ମଧ୍ୟାହ୍ନ ସାଢ଼େ ୧୨ଟା ସୁଦ୍ଧା ହୋଇନି ଆଳତି

ଖଣ୍ଡପଡ଼ା,୧୦ା୧୦(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପ୍ରଭୁ ଶ୍ରୀ ନୀଳମାଧବ ଜୀଉ ସର୍ବଜନ ବିଦିତ। ପୁରୀ ଶ୍ରୀ ମନ୍ଦିରର ପୂଜା ନୀତି ସହ…

ବିଦ୍ୟାଳୟରେ ଅବ୍ୟବସ୍ଥା: ଚରମସୀମାରେ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ, ବିଡିଓଙ୍କୁ ଭେଟିବାକୁ ଚାଲିଚାଲି ପଳେଇଲେ

ବାରିପଦା,୧୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ଶନିବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ…

କଳିଙ୍ଗା ଘାଟି ବନ୍ଦ: ବିକଳ୍ପ ରାସ୍ତାରେ ଟ୍ରାଫିକ୍ ଜାମ୍, ଜବରଦଖଲ ହଟାଇବାକୁ ତହସିଲଦାରଙ୍କ କଡ଼ା ପଦକ୍ଷେପ

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲାକୁ ସଂଯୋଗ କରୁଥିବା କଳିଙ୍ଗା ଘାଟିରେ ଭୂସ୍ଖଳନ ଯୋଗୁ ଯାତାୟାତ ବନ୍ଦ ରହିଛି। ଫଳରେ ଗଞ୍ଜାମରୁ କନ୍ଧମାଳ ଏବଂ କନ୍ଧମାଳରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?