Posted inଖେଳ

କ୍ୱାଲିଫାଇଂ ପୂର୍ବରୁ ମହିଳା ଟେନିସ ଖେଳାଳି ପଜିଟିଭ୍‌

ପ୍ୟାରିସ, ୨୩ା୯ (ଏପି)- ଫ୍ରେଞ୍ଚ୍‌ ଓପନ୍‌ କ୍ୱାଲିଫାଇଂ ପୂର୍ବରୁ ଜଣେ ମହିଳା ଟେନିସ ଖେଳାଳି କରୋନା ପଜିଟିଭ୍‌ ଜଣାପଡ଼ିବାରୁ ତାଙ୍କୁ ମ୍ୟାଚ ଖେଳିବାରୁ ବାରଣ କରାଯାଇଛି। ଫ୍ରେଞ୍ଚ ଟେନିସ ଫେଡେରେଶନ (ଏଫ୍‌ଟିଏଫ୍‌) ଖେଳାଳିଙ୍କ ନାମ ପ୍ରକାଶ କରି ନାହିଁ। ତେବେ ଖେଳାଳି ଜଣକ ୭ଦିନ ଆଇସୋଲେଶନରେ ରହିବେ। ମହିଳା କ୍ୱାଲିଫାଇଂ ମଙ୍ଗଳବାରଠାରୁ ଆରମ୍ଭ ହେବ। ସୂଚନାଯୋଗ୍ୟ, ଦିନକ ପୂର୍ବରୁ ଅନ୍ୟ ୫ଜଣ ଖେଳାଳି କରୋନା ପଜିଟିଭ ଜଣାପଡ଼ିବାରୁ ସେମାନଙ୍କୁ କ୍ୱାଲିଫାଇଂ ରାଉଣ୍ଡ ଖେଳିବା ଲାଗି ବାରଣ କରାଯାଇଥିଲା। ଏମାନଙ୍କ ମଧ୍ୟରୁ ୩ ଜଣ ଜଣେ କୋଚ୍‌ଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଥିଲେ। ଫ୍ରେଞ୍ଚ ଓପନ ଗ୍ରାଣ୍ଡସ୍ଲାମ୍‌ ଟେନିସ ଟୁର୍ନାମେଣ୍ଟ ରବିବାରଠାରୁ ଆରମ୍ଭ ହେବ। ଏହା ୧୫ ଦିନ ଧରି ଚାଲିବ। ପ୍ରକୃତରେ ଏହି ଟୁର୍ନାମେଣ୍ଟ ମେ ମାସରେ ଖେଳାଯାଇଥାନ୍ତା। ମାତ୍ର କରୋନା ଯୋଗୁ ଏହାକୁ ସ୍ଥଗିତ ରଖାଯାଇଥିଲା। ନିକଟରେ ଅନୁଷ୍ଠିତ ୟୁଏସ୍‌ ଓପନରେ ଷ୍ଟାଡିୟମରେ ଦର୍ଶକଙ୍କୁ ବାରଣ କରାଯାଇଥିଲା। ମାତ୍ର ଫ୍ରେଞ୍ଚ ଓପନରେ ଦର୍ଶକଙ୍କ ସଂଖ୍ୟା ୫,୦୦୦ରେ ସୀମିତ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ନେଦରଲାଣ୍ଡ୍ସ ୭ ଉଇକେଟରେ ବିଜୟୀ: ସୁପର-୮ ଆଶା ଉଜ୍ଜୀବିତ

ନୂଆଦିଲ୍ଲୀ, ୧୦ା୨: ଆଇସିସି ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ‘ଏ’ ମ୍ୟାଚରେ ନେଦରଲାଣ୍ଡ୍ସ ୭ ଉଇକେଟରେ ନାମିବିୟାକୁ ହରାଇ ଦେଇଛି। ପ୍ରଥମ ମ୍ୟାଚରେ ପାକିସ୍ତାନଠାରୁ…

ଭାରତ ସହିତ ଖେଳିବାକୁ ପାକିସ୍ତାନ ରାଜି ହେବା ପରେ ରାତାରାତି ଦ୍ୱିଗୁଣିତ ହୋଇଗଲା ଫ୍ଲାଇଟ୍‌ ଟିକେଟ୍‌ ଦାମ୍‌

ନୂଆଦିଲ୍ଲୀ,୧୦।୨: ICC ସହିତ ଏକ ବୈଠକ ପରେ, ପାକିସ୍ତାନ କ୍ରିକେଟ ବୋର୍ଡ ୨୦୨୬ ଟି୨୦ ବିଶ୍ୱକପରେ ଭାରତ ସହିତ ଖେଳିବାକୁ ରାଜି ହୋଇଛି। ମ୍ୟାଚ ୧୫ ଫେବୃଆରୀରେ…

ଆମେ ନିଜ ପାଇଁ ନୁହେଁ ବରଂ…ଭାରତ ବିପକ୍ଷ ମ୍ୟାଚ ଖେଳିବାକୁ ପାକିସ୍ତାନ ରାଜି ପରେ ମୁହଁ ଖୋଲିଲେ ନକ୍‌ବି

ଇସଲାମାବାଦ୍‌,୧୦।୨: ପାକିସ୍ତାନ କ୍ରିକେଟ ବୋର୍ଡ ଅଧ୍ୟକ୍ଷ ମୋହସିନ ନକବିଙ୍କ ICC T20 ବିଶ୍ୱକପ ୨୦୨୬ରେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବା ସମ୍ପର୍କରେ ବୟାନ ପରେ ଏହା…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ କାହିଁକି ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୦।୨: ICC ପୁରୁଷ T20 ବିଶ୍ୱକପ 2026 ର ସବୁଠାରୁ ବଡ଼ ମ୍ୟାଚ, ଭାରତ ବନାମ ପାକିସ୍ତାନ, ନେଇ ସୃଷ୍ଟି ହୋଇଥିବା ବିବାଦର ଏବେ ଅନ୍ତ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri