ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା ବେଳେ ଗୋଟିଏ ମହଲା ଛାତରୁ ଖସି ଜଣେ ମହିଳା ଶ୍ରମିକଙ୍କ ମୃତ୍ୟୁ ହୋଇଛି । ବ୍ରହ୍ମପୁର ଏମକେସିଜିରେ ଭର୍ତ୍ତି କରାଯାଇଥିବା ବେଳେ ଡାକ୍ତର ମୃତ ଘୋଷଣା କରିଛନ୍ତି । ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

ମୃତ ଶ୍ରମିକ ହେଲେ ଗଞ୍ଜାମ ଜିଲା ସୋରଡ଼ା ଥାନା କେନ୍ଦୁପଦର ଗ୍ରାମର ତିଳତୋମା ଗୌଡ଼ (୩୫ )ବୋଲି ଜଣାପଡିଛି । ସେ ବିଦ୍ୟୁତ ସଂସ୍ପର୍ଶରେ ଆସି ଛାତରୁ ଖସି ପଡିଥିବା ଆଶଙ୍କା କରିଯାଉଥିବା ନେଇ ତାଙ୍କ ସମ୍ପର୍କୀୟ ଚନ୍ଦନ ଗୌଡ଼ କହିଛନ୍ତି । ପ୍ରକାଶ ଯେ, ଦାରିଙ୍ଗବାଡିର ଏକ କୋଠା ନିର୍ମାଣ କାର୍ଯ୍ୟରେ ଗଞ୍ଜାମ ଜିଲା କେନ୍ଦୁପଦର ଗ୍ରାମର ତିଳତୋମା ଏବଂ ତାଙ୍କ ସ୍ୱାମୀ ସୁରେନ୍ଦ୍ର ଗୌଡ଼ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ । ତେବେ ପ୍ରଥମ ମହଲାରେ ତିଳତୋମା କାର୍ଯ୍ୟକାରୁଥିବା ବେଳେ ଏଭଳି ଅଭାବନୀୟ ଘଟଣା ଘଟିଥିଲା । ତେବେ ବିଦ୍ୟୁତ ସଂସ୍ପର୍ଶରେ ଆସି ଥିବା କୁହାଯାଉଥିବା ବେଳେ ଏହି ଅଘଟଣ କିଭଳି ଘଟିଛି ତାର ତଦନ୍ତ ଦାରିଙ୍ଗବାଡି ଆଇଆଇସି ସଂଗ୍ରାମ କେଶରୀ ଜେନା କରୁଥିବା ଜଣାପଡିଛି ।

ଚିକିତ୍ସା କରୁଥିବା ଡାକ୍ତର ରାକେଶ କୁମାର ସ୍ୱାଇଁ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଯେ, ତିଳତୋମାଙ୍କୁ ଗୁରୁତର ଅବସ୍ଥାରେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା । ତାଙ୍କର ମୁଣ୍ଡରେ ଶକ୍ତ ଆଘାତ ଯୋଗୁଁ ଅଚେତ ଅବସ୍ଥାରେ ଥିଲେ ଓ ରକ୍ତଚାପ ମଧ୍ୟ ଅଧିକା ଥିଲା । ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଅଧିକା ଚିକିତ୍ସା ପାଇଁ ଅନ୍ୟତ୍ର ନେବାକୁ ସେ ପରାମର୍ଶ ଦେଇଥିଲେ । ତେବେ ପରିବାର ଲୋକ ଦାରିଙ୍ଗବାଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରୁ ବ୍ରହ୍ମପୁର ଏମକେସିଜିରେ ଭର୍ତ୍ତି କରିଥିଲେ । ସେଠାରୁ ଡାକ୍ତର ତାଙ୍କୁ ଭୁବନେଶ୍ୱର ଏମ୍ସକୁ ନେବାକୁ ପରାମର୍ଶ ଦେଇଥିଲେ । ଏମ୍ସ ନେବାକୁ ପ୍ରସ୍ତୁତି ଚାଲିଥିବା ବେଳେ ତିଳତୋମାଙ୍କ ମୃତ୍ୟୁ ହୋଇଯାଇଥିଲା ବୋଲି ସମ୍ପର୍କୀୟ ଚନ୍ଦନ କହିଛନ୍ତି । ଘଟଣାକୁ ନେଇ ପୋଲିସ ଏବଂ ବିଦ୍ୟୁତ ବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଥିବା ବେଳେ ଏନେଇ ବ୍ରହ୍ମପୁରରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର ହେବ ବୋଲି ଜଣାପଡିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?