ଆଇଆର୍‌ଇ ପ୍ଲାଣ୍ଟରେ ମହିଳା ଶ୍ରମିକଙ୍କ ମୃତ୍ୟୁ, ପ୍ରତିବାଦରେ ଧାରଣା

ଛତ୍ରପୁର,୧୭ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଆଇଆର୍‌ଇ ପ୍ଲାଣ୍ଟ ପରିସରରେ କାର୍ଯ୍ୟ କରୁଥିବା ସମୟରେ ଜଣେ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେହେଲେ ଛତ୍ରପୁର ନିକଟବର୍ତ୍ତୀ ମାଟିଖାଲ ଗ୍ରାମର ରମା ପ୍ରଧାନ(୩୪)। ପ୍ଲାଣ୍ଟ ପରିସରରେ ରବିବାର ଲୁହା ବୋହି ଆଣୁଥିବା ସମୟରେ ହଠାତ୍‌ ଲୁହା ଖସି ପଡ଼ିବାରୁ ଏଭଳି ଘଟଣା ଘଟିଥିବା ଜଣାପଡ଼ିଛି। ରମାଙ୍କୁ ପ୍ଲାଣ୍ଟ କାର୍ଯ୍ୟରେ ନିୟୋଜିତ କରାଯାଇଥିଲେ ମଧ୍ୟ କୌଣସି ସୁରକ୍ଷା ବ୍ୟବସ୍ଥା ନ ଥିବାରୁ ଏଭଳି ଘଟଣା ଘଟିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଦେଇଛି। ମୃତ ମହିଳା ଶ୍ରମିକଙ୍କ ଦୁଇଟି ଛୋଟ ଶିଶୁ ରହିଥିବା କୁହାଯାଇଛି। ପୂର୍ବରୁ ତାଙ୍କ ସ୍ବାମୀଙ୍କ ମୃତ୍ୟୁ ହୋଇଥିଲା ଫଳରେ ୨ ଶିଶୁ ଅନାଥ ହୋଇପଡ଼ିଛନ୍ତି। ସ୍ଥାନୀୟ ଲୋକେ କ୍ଷତିପୂରଣ ଦାବି କରି ଆଇଆର୍‌ଇ ପ୍ଲାଣ୍ଟ ଫାଟକ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏଥିରେ ବାବୁଲି ପ୍ରଧାନ, ପଞ୍ଚାନନ ପ୍ରଧାନ, ସୁରେଶ ପ୍ରଧାନ, ଭାଗୀରଥି ବେହେରା, ପି. ଧର୍ମା ରେଡ୍ଡୀ, ବାଦଲ ବେହେରା, ପୂର୍ବତନ ସମିତି ସଭ୍ୟ ଭାଗୀରଥି ପ୍ରଧାନ, କଣମଣା ନାଏବ ସରପଞ୍ଚ ପ୍ରଶାନ୍ତ ବେହେରା, ଏନ୍‌. ଓ୍ବାର୍ଦ୍ଧ ରାଜୁଲୁ ରେଡ୍ଡୀ ପ୍ରମୁଖ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri