ଆଇଆର୍‌ଇ ପ୍ଲାଣ୍ଟରେ ମହିଳା ଶ୍ରମିକଙ୍କ ମୃତ୍ୟୁ, ପ୍ରତିବାଦରେ ଧାରଣା

ଛତ୍ରପୁର,୧୭ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଆଇଆର୍‌ଇ ପ୍ଲାଣ୍ଟ ପରିସରରେ କାର୍ଯ୍ୟ କରୁଥିବା ସମୟରେ ଜଣେ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେହେଲେ ଛତ୍ରପୁର ନିକଟବର୍ତ୍ତୀ ମାଟିଖାଲ ଗ୍ରାମର ରମା ପ୍ରଧାନ(୩୪)। ପ୍ଲାଣ୍ଟ ପରିସରରେ ରବିବାର ଲୁହା ବୋହି ଆଣୁଥିବା ସମୟରେ ହଠାତ୍‌ ଲୁହା ଖସି ପଡ଼ିବାରୁ ଏଭଳି ଘଟଣା ଘଟିଥିବା ଜଣାପଡ଼ିଛି। ରମାଙ୍କୁ ପ୍ଲାଣ୍ଟ କାର୍ଯ୍ୟରେ ନିୟୋଜିତ କରାଯାଇଥିଲେ ମଧ୍ୟ କୌଣସି ସୁରକ୍ଷା ବ୍ୟବସ୍ଥା ନ ଥିବାରୁ ଏଭଳି ଘଟଣା ଘଟିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଦେଇଛି। ମୃତ ମହିଳା ଶ୍ରମିକଙ୍କ ଦୁଇଟି ଛୋଟ ଶିଶୁ ରହିଥିବା କୁହାଯାଇଛି। ପୂର୍ବରୁ ତାଙ୍କ ସ୍ବାମୀଙ୍କ ମୃତ୍ୟୁ ହୋଇଥିଲା ଫଳରେ ୨ ଶିଶୁ ଅନାଥ ହୋଇପଡ଼ିଛନ୍ତି। ସ୍ଥାନୀୟ ଲୋକେ କ୍ଷତିପୂରଣ ଦାବି କରି ଆଇଆର୍‌ଇ ପ୍ଲାଣ୍ଟ ଫାଟକ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏଥିରେ ବାବୁଲି ପ୍ରଧାନ, ପଞ୍ଚାନନ ପ୍ରଧାନ, ସୁରେଶ ପ୍ରଧାନ, ଭାଗୀରଥି ବେହେରା, ପି. ଧର୍ମା ରେଡ୍ଡୀ, ବାଦଲ ବେହେରା, ପୂର୍ବତନ ସମିତି ସଭ୍ୟ ଭାଗୀରଥି ପ୍ରଧାନ, କଣମଣା ନାଏବ ସରପଞ୍ଚ ପ୍ରଶାନ୍ତ ବେହେରା, ଏନ୍‌. ଓ୍ବାର୍ଦ୍ଧ ରାଜୁଲୁ ରେଡ୍ଡୀ ପ୍ରମୁଖ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୧୭ରେ ସୂର୍ଯ୍ୟଙ୍କ ବଡ଼ ଗୋଚର: ୩ ରାଶି ରୁହନ୍ତୁ ସାବଧାନ! ପାଖରୁ ଚାଲିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଅକ୍ଟୋବର ମଧ୍ୟଭାଗରେ ଗ୍ରହ ସ୍ଥିତିରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ପ୍ରକୃତରେ, ବୈଦିକ କ୍ୟାଲେଣ୍ଡର ଅନୁସାରେ, ଆସନ୍ତା ଅକ୍ଟୋବର ୧୭…

ଲୋକଙ୍କ ଅଭିଯୋଗ ଶୁଣିଲେ ବିଧାୟକ

ପାଟଣା,୮।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତରେ ଗୁରୁବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ…

ବିଦେଶ ଯାଉଥିବା ଏୟାର୍ ଇଣ୍ଡିଆ ଯାତ୍ରୀଙ୍କ ପାଇଁ ବଡ଼ ସୁବିଧା, ଏବେ ଫ୍ଲାଇଟ୍ ସହ ମିଳିବ Travel SIM

ନୂଆଦିଲ୍ଲୀ,୮ା୧୦: ବିଦେଶ ଭ୍ରମଣରେ ଯାଉଥିବା ଯାତ୍ରୀଙ୍କ ପାଇଁ ଏୟାର୍ ଇଣ୍ଡିଆ (Air India) ଏକ ନୂଆ ଏବଂ ସୁବିଧାଜନକ ସେବା ଆରମ୍ଭ କରିବାକୁ ଯାଉଛି। ଏବେ ଅନ୍ତର୍ଜାତୀୟ…

The Real Hero: ଯେତେବେଳେ ଦେଶ ପାଇଁ କାର୍ଗିଲ ଯୁଦ୍ଧ ମଇଦାନକୁ ଓହ୍ଲାଇଥିଲେ ନାନା ପାଟେକର, ଦେଖାଇଥିଲେ ଅସଲ ଦେଶପ୍ରେମ

ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କ ଅଭିନୟ ଓ ଦେଶପ୍ରେମ ବିଷୟରେ ସମସ୍ତେ ପରିଚିତ। ମାତ୍ର ବହୁତ କମ୍ ଲୋକ ଜାଣନ୍ତି ଯେ ୧୯୯୯ କାର୍ଗିଲ ଯୁଦ୍ଧ ସମୟରେ…

ପତ୍ନୀଙ୍କୁ କଡ଼ା ଜବାବ ଦେଲେ ମହମ୍ମଦ ଶାମି, ନିର୍ବାଚନ ଲଢ଼ିବାକୁ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କୁ ନେଇ ଉତ୍ତରପ୍ରଦେଶ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। କିଛି ମାସ ପୂର୍ବରୁ ଶାମି ରାଷ୍ଟ୍ରୀୟ…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

‘କଣ୍ଟ୍ରୋଲ୍ ଉଦୟ’ରୁ ‘ଲେ ମୈ ଭୀ ନାଚା’: ନାନା ପାଟେକରଙ୍କ ବିୟୋଗରେ ଝୁରୁଛି ଇଣ୍ଟରନେଟ୍, ଭାଇରାଲ୍ ହେଉଛି ଆଇକନିକ୍ ମିମ୍‌ସ

ପାଣାଜୀ:ଭାରତୀୟ ସିନେମା ଜଗତର ଜଣେ ବରିଷ୍ଠ ତଥା ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁବାର ସକାଳେ ଗୋଆସ୍ଥିତ ତାଙ୍କ ବାସଭବନରେ…

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?