ଗୁଜରାଟରେ ମହିଳା ଶ୍ରମିକଙ୍କ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ମା’

ବରଗଡ଼ ଅଫିସ,୨୨।୫: ବରଗଡ଼ ଜିଲା ବରପାଲିରୁ ଗୁଜରାଟ ରାଜକୋଟକୁ ସ୍ବାମୀଙ୍କ ସହିତ କାମ ଅନ୍ବେଷଣରେ ଯାଇଥିବା ଜଣେ ମହିଳା ଶ୍ରମିକଙ୍କ ରବିବାର ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତା ମହିଳା ଜଣକ ହେଲେ, ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଲିମପଡ଼ା ନିବାସୀ ସୁଶାନ୍ତ ନାଗଙ୍କ ସ୍ତ୍ରୀ ପ୍ରତିମା(୨୩)। ପ୍ରତିମା ଆତ୍ମହତ୍ୟା କରିଥିବା ଶାଶୁଘର ଲୋକେ କହୁଥିବା ବେଳେ ପ୍ରତିମାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ନେଇ ବାପଘର ଲୋକେ ଅଭିଯୋଗ କରିଛନ୍ତି। ଏ ନେଇ ମୃତା ମହିଳାଙ୍କ ମା’ କର୍ପୁର ରବିବାର ବରପାଲି ଥାନାରେ ଏକ ଏତଲା ଦେଇଛନ୍ତି। ଏପରି କି ମାମଲାର ବିଧିବଦ୍ଧ ତଦନ୍ତ କରି ଗୁଜୁରାଟରୁ ମୃତଦେହ ଆଣିବା ଦିଗରେ ପଦକ୍ଷେପ ନେବାକୁ ବରଗଡ଼ ସାମାଜିକ କର୍ମୀ ଦୀପା ବାରିକ ଗୁଜରାଟ ଏବଂ ଓଡ଼ିଶା ସରକାରଙ୍କୁ ଟୁଇଟ୍‌ କରି ନିବେଦନ କରିଛନ୍ତି।

ପ୍ରକାଶ ଯେ, ବରଗଡ଼ ଜିଲା ବରପାଲି ପୌର ପରିଷଦ ଅଧୀନ ୱାର୍ଡ ନମ୍ବର-୩ର କର୍ପୁର ମହାନନ୍ଦଙ୍କ ଝିଅ ପ୍ରତିମା ଗତ ୫ବର୍ଷ ତଳେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଲିମପଡ଼ା ନିବାସୀ ଜମୁ ନାଗଙ୍କ ପୁଅ ସୁଶାନ୍ତଙ୍କୁ ବିବାହ କରିଥିଲେ। ବିବାହ ପରେ ଶାଶୁଘର ଲୋକେ ପ୍ରତିମାଙ୍କୁ ଯୌତୁକ ନିର୍ଯାତନା ଦେଇ ଆସୁଥିବା ବାପଘର ଲୋକେ ଅଭିଯୋଗ କରିଛନ୍ତି। ଗତ କିଛିଦିନ ତଳେ ପ୍ରତିମାଙ୍କୁ ଧରି ସୁଶାନ୍ତ ଗୁଜରାଟର ରାଜକୋଟ ଅଞ୍ଚଳକୁ କାମ କରିବାକୁ ଯାଇଥିଲେ। ରବିବାର ପ୍ରତିମା ଆତ୍ମହତ୍ୟା କରିଥିବା ନେଇ ଶାଶୁଘର ଲୋକେ ଫୋନ ଯୋଗେ ସୂଚନା ଦେଇଥିବା ପ୍ରତିମାଙ୍କ ମା’ କର୍ପୁର ଏତଲାରେ ଉଲ୍ଲେଖ କରିଛନ୍ତି। ଶନିବାର ଝିଅଙ୍କ ସହିତ ସେ କଥା ହୋଇଥିଲେ। ହେଲେ ରବିବାର ଝିଅର ମୃତ୍ୟୁ ଖବର ପାଇ କର୍ପୁର ଭାଙ୍ଗି ପଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri