ଟ୍ରାକ୍ଟରେ ଯାଉଥିଲେ ମହିଳା ଶ୍ରମିକ: ଉଠିଗଲା ଡ଼ାଲା, ଆଉ ତା’ପରେ…

ଝରିଗାଁ,୧୦।୩(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଗୋମିଆଡ଼ା ଗ୍ରାମଠାରୁ କିଛି ଦୂରରେ ସୋମବାର ଏକ ଟ୍ରାକ୍ଟର ଦୁର୍ଘଟଣାରେ ଜଣେ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଘମା ଗୌଡ଼(୪୫)।

ଗ୍ରାମବାସୀଙ୍କ କହିବା ମୁତାବକ, ସବୁଦିନ ଭଳି ସୋମବାର ଟ୍ରାକ୍ଟର ଚାଳକ ପୂର୍ଣ୍ଣ ଭତ୍ରା ଝରିଗାଁ ବ୍ଲକ ବାଣୁଆଗଡ଼ା ପଞ୍ଚାୟତ ଅନ୍ତର୍ଗତ ଗୋମିଆଡ଼ା ଗ୍ରାମର ୧୨ଜଣ ମହିଳା ଶ୍ରମିକ ଘମା ଗୌଡ଼, ସୁଲଚନା ଠାକୁର, ରାଧିକା ଠାକୁର, ନୀଳନ୍ଦ୍ରି ଠାକୁର, ଜୟମନି ନାୟକ, ଅଞ୍ଜନା ନାୟକ, ପଦନା ନାୟକ, ଡମନି ମାଳି, ଚଞ୍ଚଲା ମାଝୀ, ଅମାଦେଇ ମାଝୀ ଓ ନବୀନା ମାଝୀଙ୍କୁ ଟ୍ରାକ୍ଟର ଡାଲାରେ ବସାଇ ରାସ୍ତା କାମରେ ନିୟୋଜିତ କରିବାକୁ ନେଉଥିଲେ।

ହେଲେ ଗୋମିଆଡା ଗାଁଠାରୁ କିଛି ଦୂର ଆସିବା ପରେ ହଠାତ ଟ୍ରାକ୍ଟରର ହାଇଡ୍ରୋଲିକ ଡାଲା ଉପରକୁ ଉଠି ଯାଇଥିଲା। ଫଳରେ ଟ୍ରାକ୍ଟରରେ ବସିଥିବା ସମସ୍ତ ମହିଳା ଶଅମିକ ରାସ୍ତା ଉପରେ କଚାଡି ହୋଇ ପଡ଼ିଥିଲେ। ଫଳରେ ଘମା ଗୌଡ଼ଙ୍କ ମୁଣ୍ଡରେ ଆଘାତ ଲାଗଥିଲା। ଫଳରେ ସେ ଗୁରୁତର ହୋଇପଡିଥିଲେ।

ସ୍ଥାନୀୟ ଲୋକ ତାଙ୍କୁ ଉଦ୍ଧାର କରି ଝରିଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅଭିଯୋଗ ପାଇ ଝରିଗାଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଟ୍ରାକ୍ଟର ଜବତ କରିବା ସହ ଟ୍ରାକ୍ଟର ଚାଳକ ପୂର୍ଣ୍ଣକୁ ଥାନାକୁ ଆଣି ପଚରାଉଚରା କରୁଛି। ତେବେ ଗ୍ରାମବାସୀ କ୍ଷତି ପୂରଣ ଦାବି କରି ଝରିଗାଁ-ଡାବୁଗାଁ ରାସ୍ତା ଅବରୋଧ କରିଥିଲେ।

ପୋଲିସ ପହଞ୍ଚି ବୁଝାଶୁଝା ପରେ ଗ୍ରାମବାସୀ ରାସ୍ତାରୁ ହଟିଥିଲେ। ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri