Posted inଜାତୀୟ

ନିର୍ବାଚନ ପୂର୍ବରୁ ବାଡ଼ଡିଆଁ…

ନୂଆଦିଲ୍ଲୀ,୯।୬: ଆସନ୍ତା ୨୦୨୨ରେ ଦେଶର ୫ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଭାଜପା ଶକ୍ତି ବୃଦ୍ଧି କରିବା ଲାଗି ଅଣ୍ଟାଭିଡ଼ିବା ଆରମ୍ଭ କରିଛି। ଏହି ମର୍ମରେ ବିରୋଧୀ ଦଳଗୁଡ଼ିକୁ ଦୁର୍ବଳ କରିବା ଲାଗି ଛାମୁଆ ନେତାଙ୍କୁ ଦଳରେ ସାମିଲ କରାଯିବା ଉପରେ ଗୁରୁତ୍ୱାରୋପ କରାଯାଉଛି। ୨୦୨୨ରେ ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ଗୋଆ, ମଣିପୁର ଏବଂ ପଞ୍ଜାବରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହାର ଠିକ୍‌ ପୂର୍ବରୁ ଉତ୍ତରପ୍ରଦେଶର କଂଗ୍ରେସକୁ ଝଟ୍‌କା ଲାଗିଛି। ବାଡ଼ଡେଇଁ କଂଗ୍ରେସ ନେତା ଜିତିନ ପ୍ରସାଦ କେନ୍ଦ୍ରୀୟ ମନ୍ତ୍ରୀ ପୀୟୂଷ ଗୋଏଲଙ୍କ ଉପସ୍ଥିତିରେ ଭାଜପାରେ ସାମିଲ ହୋଇଛନ୍ତି। ୪୮ ବର୍ଷ ବୟସ୍କ ଜିତିନ ପ୍ରସାଦ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ ଏବଂ ପି.ଭି. ନରସିଂହ ରାଓଙ୍କର ରାଜନୈତିକ ପରାମର୍ଶଦାତା ଭାବେ କାର୍ଯ୍ୟ କରୁଥିଲେ। ସେ ଭାଜପାରେ ଯୋଗଦେବା ଦ୍ୱାରା ଉତ୍ତରପ୍ରଦେଶରେ ଦଳର ଶକ୍ତି ବୃଦ୍ଧି ହୋଇପାରିବ ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। ଭାଜପାରେ ଯୋଗଦେଇ ଜିତିନ୍‌ କହିଛନ୍ତି ଯେ, ତିନି ପିଢ଼ୀ ଧରି ଆମର ପୂର୍ବପୁରୁଷ କଂଗ୍ରେସରେ ରହି ଆସିଥିଲେ। ତେବେ ଏବେ ଗତ ୮-୧୦ ବର୍ଷ ଧରି ମୁଁ ଅନୁଭବ କରୁଛି ଦେଶର ବିକାଶ ପାଇଁ କାର୍ଯ୍ୟ କରୁଥିବା ଏକମାତ୍ର ରାଜନୈତିକ ଦଳ ହେଉଛି ଭାଜପା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଦେଶର ବିକାଶ ଧାରା ଜାରି ରହିଛି। ଏପରିସ୍ଥଳେ ସେ ଭାଜପା ପ୍ରତି ଆକର୍ଷିତ ହୋଇଥିବା ଜିତିନ୍‌ କହିଛନ୍ତି। ଭାଜପାରେ ଜଣେ କଂଗ୍ରେସ ନେତା ସାମିଲ ହେବା ନେଇ ଦଳର ରାଷ୍ଟ୍ରୀୟ ପ୍ରବକ୍ତା ତଥା ଏମ୍‌ପି ଅନୀଲ ବଲୁନି ବୁଧବାର ପୂର୍ବାହ୍ନ ୧୦ଟା ୪୦ରେ ଟୁଇଟ୍‌ କରି ସୂଚନା ଦେଇଥିଲେ। ତେବେ ସେ କାହାର ନାମ ସମ୍ପର୍କରେ ସୂଚନା ଦେଇ ନ ଥିଲେ। ଫଳରେ ଏନେଇ ନାନା କଳ୍ପନା ଜଳ୍ପନା ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍‌, ଜାଣନ୍ତୁ କିଏ କରିବେ ଅଭିନୟ?

ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

ସମୁଦ୍ର ଗଭୀରରେ ଭାରତର ସବୁଠାରୁ ବଡ଼ ସନ୍ଧାନ! ମିଳିବ କି ଶ୍ରୀକୃଷ୍ଣଙ୍କ ଦ୍ୱାରକା? ୨୦୩୦ ଯାଏଁ ଚାଲିବ…

ସମୁଦ୍ରର ଗଭୀରତାରେ ଲୁଚି ରହିଥିବା ଭାରତର ପ୍ରାଚୀନ ଇତିହାସକୁ ସାମ୍ନାକୁ ଆଣିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଅଭିଯାନ ଆରମ୍ଭ କରିଛନ୍ତି। ବର୍ଷ ୨୦୩୦ ପର୍ଯ୍ୟନ୍ତ…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri