ରାସ୍ତାରେ ବାଡ଼, ୧୦ ପରିବାରର ଯାତାୟାତ ଠପ୍‌

ବରୀ,୨୪।୭(ଡି.ଏନ.ଏ.): ରାସ୍ତା ଅବରୋଧ ଯୋଗୁ ବରୀ ବ୍ଲକ୍‌ ଅଧୀନ ଅରଙ୍ଗାବାଦ ପଞ୍ଚାୟତ ୭ନଂ. ଓ୍ବାର୍ଡର ୧୦ରୁ ଊର୍ଦ୍ଧ୍ୱ ପରିବାର ଯାତାୟାତ ନିମନ୍ତେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ୧୦ବର୍ଷ ପୂର୍ବରୁ ଏହି ଗ୍ରାମର ଜମିଦାର ଉକ୍ତ ଓ୍ବାର୍ଡର ରାସ୍ତା ଅବରୋଧର ଶିକାର ହୋଇଥିବା ପରିବାର ସଦସ୍ୟଙ୍କୁ ନିଜ ବାସଗୃହ ସହ ଯାତାୟାତ ନିମନ୍ତେ ଜମି ଯୋଗାଇ ଦେଇଥିଲେ। ମାତ୍ର ଗତ ପଞ୍ଚାୟତ ନିର୍ବାଚନ ସମୟରେ ରାଜନୈତିକ ତିକ୍ତତା ଯୋଗୁ ସମ୍ପୃକ୍ତ ଓ୍ବାର୍ଡର ଜଣେ ବ୍ୟକ୍ତି ରାସ୍ତା ଉପରେ ବାଡ଼ ବୁଜି ଦେଇଛନ୍ତି। ଫଳରେ ରାସ୍ତା ଉପରେ ନିର୍ଭର କରୁଥିବା ପରିବାର ସଦସ୍ୟମାନେ ବିଲରେ ପଶି ଯାତାୟାତ କରୁଛନ୍ତି। ଏତଦ୍‌ବ୍ୟତୀତ ବିଭିନ୍ନ ବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରୀଛାତ୍ରୀ ପାଣି କାଦୁଅରେ ପଶି ଯିବା ଆସିବା କରୁଛନ୍ତି। ଫଳରେ ସେମାନେ ବିଭିନ୍ନ ସମୟରେ ଥଣ୍ଡା ଜ୍ୱରରେ ଆକ୍ରାନ୍ତ ହେଉଛନ୍ତି। ରୋଗୀମାନେ ନିକଟସ୍ଥ ସ୍ବାସ୍ଥ୍ୟକେନ୍ଦ୍ରକୁ ଯିବା ପାଇଁ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ସମ୍ପର୍କରେ ଓ୍ବାର୍ଡର ବାନାମ୍ବର ମଲିକ, ଦେବେନ୍ଦ୍ର ମଲିକ, ଘନଶ୍ୟାମ ମଲିକଙ୍କ ସମେତ ଅନ୍ୟ ପରିବାର ଯାଜପୁର ଜିଲାପାଳ, ବରୀ ତହସିଲଦାର ଓ ବରୀ ମଣ୍ଡଳ ଉନ୍ନୟନ ଅଧିକାରୀଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି। ତେବେ ବରୀ ତହସିଲର ରାଜସ୍ବ ନିରୀକ୍ଷକ ତଦନ୍ତ କରି ଫେରି ଯାଇଥିଲେ ମଧ୍ୟ ରାସ୍ତାରୁ ବାଡ଼ ହଟାଇବା କ୍ଷେତ୍ରରେ କୌଣସି ପଦକ୍ଷେପ ନିଆଯାଇ ନ ଥିବା ଦେଖିବାକୁ ମିଳିଛି। ଆଗାମୀ ଦିନିରେ ଯାତାୟାତ ସମସ୍ୟା ସମାଧାନ ନ ହେଲେ ଲୋକେ ବରୀ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିବେ ବୋଲି ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ତହସିଲ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳି ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri