ଧରାପଡ଼ିଲେ ଫେରାର ଆଜୀବନ କଏଦୀ

ରାଇରଙ୍ଗପୁର,୨୫ା୭(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସବ୍‌ ଜେଲ୍‌ରେ ଅଜୀବନ ସଜା କାଟୁଥିବା ଜଣେ କଏଦୀ ଶୁକ୍ରବାର ଚିକିତ୍ସା ପାଇଁ ଯାଇଥିବା ବେଳେ ଜେଲ୍‌ କର୍ମଚାରୀଙ୍କୁ ଚକ୍‌ମା ଦେଖାଇ ଚମ୍ପଟ ମାରିଥିଲେ। ଶନିବାର ସନ୍ଧ୍ୟାରେ ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତଗର୍ର୍ତ ରେହେଡ଼ାକୋଚା ଗ୍ରାମ ରାସ୍ତାରୁ ଜେଲ୍‌ କର୍ତ୍ତୃପକ୍ଷ ତାଙ୍କୁ ଧରିବାରେ ସଫଳ ହୋଇଛନ୍ତି। କଏଦୀ ଜଣକ ହେଲେ ତିରିଂ ଥାନା ଅଞ୍ଚଳର ଡମାନ ମାରାଣ୍ଡି। ୨୦୧୩ରେ ଏକ ହତ୍ୟା ମାମଲାରେ ସେ କୋର୍ଟ ଚାଲାଣ ହୋଇଥିଲେ। ୨୦୧୬ରେ ରାଇରଙ୍ଗପୁର ଅତିରିକ୍ତ ଜିଲା ଦୌରା ଜଜ୍‌ ତାଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ। ଶୁକ୍ରବାର ବାରିପଦାସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାକୁ ଚିକିତ୍ସା ପାଇଁ ଯାଇଥିଲେ। ସେଠାରୁ ଫେରିବା ବେଳେ ସନ୍ଧ୍ୟା ୫ଟା ସମୟରେ ବିଶୋଇ ଥାନା ଅଧୀନ କୁନ୍ଦୁଳିଆ ଗ୍ରାମ ନିକଟରେ ଶୌଚ ହେବା ବାହାନାରେ ଗାଡ଼ିରୁ ଓହ୍ଲାଇ ଫେରାର ହୋଇଯାଇଥିଲେ। ଏନେଇ ଜେଲ୍‌ କନଷ୍ଟେବଲ ଜିତେନ୍ଦ୍ର ମାରାଣ୍ଡି ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଧରିବାକୁ ଯାଇ ନାଳରେ ବୁଡ଼ିଗଲେ ବୃଦ୍ଧ, ମୃତଦେହ ଉଦ୍ଧାର କରି…

ବାରିପଦା,୨୭ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମାଛ ଧରିବାକୁ ଯାଇ ନାଳର ଗଭୀର ପାଣିରେ ବୁଡ଼ି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାରିପଦା ସଦର ଥାନା ଅନ୍ତର୍ଗତ…

ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଓଡ୍ରାଫ ଯବାନଙ୍କୁ କାମୁଡ଼ିଲା ସାପ

ବାରିପଦା, ୨୭।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଜଣେ ଓଡ୍ରାଫ ଯବାନଙ୍କୁ ସାପ କାମୁଡ଼ିଥିବା ଜଣାପଡ଼ିଛି। ବେତନଟୀ ବ୍ଲକ ଅନ୍ତର୍ଗତ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ଲଗାଣ ବର୍ଷାରେ ମୟୂରଭଞ୍ଜ ବେହାଲ, ନଦୀରେ ବଢୁଛି ଜଳସ୍ତର, ଅନେକ ଅଞ୍ଚଳକୁ ବିଚ୍ଛିନ୍ନ କଲା ବନ୍ୟାଜଳ

ବାରିପଦା,୨୫।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ବେହାଲ ହୋଇପଡିଛି। ପ୍ରବଳ ବର୍ଷା ଯୋଗୁ ଜିଲାର ଏକାଧିକ ନଦୀରେ ଜଳସ୍ତର ବୃଦ୍ଧି…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

ଅଭାବନୀୟ ଘଟଣା, ଖୋଲା ପାଇଖାନା ଟାଙ୍କିରେ ପଡ଼ି ୬ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ

ବୈଶିଙ୍ଗା,୨୫।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ତଥା ବୈଶିଙ୍ଗା ଥାନା ଅନ୍ତର୍ଗତ ନଡପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଲଗାଣ ବର୍ଷାରେ ଭରି…

ଗାଁରେ ବୁଲିଲା ମହାବଳ: ଲୋକେ ଭୟଭୀତ

ବାରିପଦା,୨୫ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ଖପରାଖାଇ ଗଁାରେ ମହାବଳ ବାଘ ଆତଙ୍କ ଦେଖାଦେଇଛି। ୫ଦିନ ଦେଲା ବାଘଟି ଖାଦ୍ୟ ଅନ୍ବେଷଣରେ ଗଁା ଭିତରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?