Posted inଖେଳ

ବିଶ୍ୱ ଫର୍ନାଣ୍ଡୋଙ୍କୁ ୫ ଉଇକେଟ ସଫଳତା

ଜୋହାନ୍ସବର୍ଗ, ୫ା୧ (ଏପି)-ବିଶ୍ୱ ଫର୍ନାଣ୍ଡୋଙ୍କ ୫ ଉଇକେଟ ସଫଳତା ସତ୍ତ୍ୱେ ସ୍ଥାନୀୟ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସରେ ବୃହତ୍‌ ଅଗ୍ରଣୀ ହାସଲ କରିଛି। ସୋମବାର ଥିଲା ମ୍ୟାଚର ଦ୍ୱିତୀୟ ଦିବସ। ଫର୍ନାଣ୍ଡୋ (୫/୧୦୧)ଙ୍କ ପ୍ରଭାବୀ ବୋଲିଂ ଯୋଗୁ ଏକଦା ୨୧୮/୧ ସ୍ଥିତିରେ ଥିବା ଘରୋଇ ଦଳ ଚା’ପାନ ବିରତି ପୂର୍ବରୁ ୩୦୨ ରନରେ ଅଲଆଉଟ ହୋଇଯାଇଥିଲା। ଏହା ସତ୍ତ୍ୱେ ପ୍ରଥମ ଦିବସରେ ୧୫୭ ସ୍କୋରରେ ଅଲଆଉଟ ହୋଇଥିବା ଶ୍ରୀଲଙ୍କାଠାରୁ ଦଳ ପ୍ରଥମ ଇନିଂସରେ ୧୪୫ରନ ଅଗ୍ରଣୀ ଲାଭ କରିପାରିଥିଲା। ଭ୍ରମଣକାରୀ ଦଳର ଏହାର ଦ୍ୱିତୀୟ ଇନିଂସ ଖେଳିବାକୁ ଯାଇ ଷ୍ଟମ୍ପ୍ସ ଅପସାରଣ ବେଳକୁ ୪ଉଇକେଟ ବିନିମୟରେ ୧୫୦ରନ କରିଛି। ଅଧିନାୟକ ଦିମୁଥ କରୁଣାରତ୍ନେ ୯୧ ଓ ଉଇକେଟକିପର ନିରୋଶାନ ଡିକ୍‌ଓ୍ବେଲା ୧୮ରନ କରି ଅପରାଜିତ ରହିଛନ୍ତି। ଶ୍ରୀଲଙ୍କା ୫ରନ ଅଗ୍ରଣୀ ଲାଭ କରିଛି।
ସଂକ୍ଷିପ୍ତ ସ୍କୋର
ଶ୍ରୀଲଙ୍କା ପ୍ରଥମ ଇନିଂସ: ୧୫୭
ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସ : ୩୦୨ (ଡିନ୍‌ ଏଲ୍‌ଗାର-୧୨୭, ରସି ଭାନ୍‌ଡର ଡସେନ-୬୭, ବିଶ୍ୱ ଫର୍ନାଣ୍ଡୋ-୫/୧୦୧, ଦାସୁନ ସାନକା-୨/୪୨, ଆସିଥା ଫର୍ନାଣ୍ଡୋ-୨/୬୧)।
ଶ୍ରୀଲଙ୍କା ଦ୍ୱିତୀୟ ଇନିଂସ: ୧୫୦/୪ (ଦିମୁଥ କରୁଣାରତ୍ନେ-୯୧*, ଲାହିରୁ ଥିରୁମାନେ-୩୧, ଲୁନ୍‌ଗି ଏନ୍‌ଗିଡି-୩/୨୬)।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri