Posted inଖେଳ

ବିଶ୍ୱ ଫର୍ନାଣ୍ଡୋଙ୍କୁ ୫ ଉଇକେଟ ସଫଳତା

ଜୋହାନ୍ସବର୍ଗ, ୫ା୧ (ଏପି)-ବିଶ୍ୱ ଫର୍ନାଣ୍ଡୋଙ୍କ ୫ ଉଇକେଟ ସଫଳତା ସତ୍ତ୍ୱେ ସ୍ଥାନୀୟ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସରେ ବୃହତ୍‌ ଅଗ୍ରଣୀ ହାସଲ କରିଛି। ସୋମବାର ଥିଲା ମ୍ୟାଚର ଦ୍ୱିତୀୟ ଦିବସ। ଫର୍ନାଣ୍ଡୋ (୫/୧୦୧)ଙ୍କ ପ୍ରଭାବୀ ବୋଲିଂ ଯୋଗୁ ଏକଦା ୨୧୮/୧ ସ୍ଥିତିରେ ଥିବା ଘରୋଇ ଦଳ ଚା’ପାନ ବିରତି ପୂର୍ବରୁ ୩୦୨ ରନରେ ଅଲଆଉଟ ହୋଇଯାଇଥିଲା। ଏହା ସତ୍ତ୍ୱେ ପ୍ରଥମ ଦିବସରେ ୧୫୭ ସ୍କୋରରେ ଅଲଆଉଟ ହୋଇଥିବା ଶ୍ରୀଲଙ୍କାଠାରୁ ଦଳ ପ୍ରଥମ ଇନିଂସରେ ୧୪୫ରନ ଅଗ୍ରଣୀ ଲାଭ କରିପାରିଥିଲା। ଭ୍ରମଣକାରୀ ଦଳର ଏହାର ଦ୍ୱିତୀୟ ଇନିଂସ ଖେଳିବାକୁ ଯାଇ ଷ୍ଟମ୍ପ୍ସ ଅପସାରଣ ବେଳକୁ ୪ଉଇକେଟ ବିନିମୟରେ ୧୫୦ରନ କରିଛି। ଅଧିନାୟକ ଦିମୁଥ କରୁଣାରତ୍ନେ ୯୧ ଓ ଉଇକେଟକିପର ନିରୋଶାନ ଡିକ୍‌ଓ୍ବେଲା ୧୮ରନ କରି ଅପରାଜିତ ରହିଛନ୍ତି। ଶ୍ରୀଲଙ୍କା ୫ରନ ଅଗ୍ରଣୀ ଲାଭ କରିଛି।
ସଂକ୍ଷିପ୍ତ ସ୍କୋର
ଶ୍ରୀଲଙ୍କା ପ୍ରଥମ ଇନିଂସ: ୧୫୭
ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସ : ୩୦୨ (ଡିନ୍‌ ଏଲ୍‌ଗାର-୧୨୭, ରସି ଭାନ୍‌ଡର ଡସେନ-୬୭, ବିଶ୍ୱ ଫର୍ନାଣ୍ଡୋ-୫/୧୦୧, ଦାସୁନ ସାନକା-୨/୪୨, ଆସିଥା ଫର୍ନାଣ୍ଡୋ-୨/୬୧)।
ଶ୍ରୀଲଙ୍କା ଦ୍ୱିତୀୟ ଇନିଂସ: ୧୫୦/୪ (ଦିମୁଥ କରୁଣାରତ୍ନେ-୯୧*, ଲାହିରୁ ଥିରୁମାନେ-୩୧, ଲୁନ୍‌ଗି ଏନ୍‌ଗିଡି-୩/୨୬)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ...

ହଠାତ୍‌ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି

ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍‌ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ...

ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ

ଭୁବନେଶ୍ୱର,୨୩।୪: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ବା ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ ଭାବେ ବିଶ୍ୱଜିତ ବିଶ୍ୱାଳ ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୪ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

ରୁଡ୍‌ଙ୍କୁ କ୍ୟାରିୟରର ବଡ଼ ଟାଇଟଲ

ବାର୍ସିଲୋନା, ୨୩ା୪ (ଏପି): କାସ୍ପର ରୁଡ୍‌ ବାର୍ସିଲୋନା ଓପନ ଟେନିସ ଚାମ୍ପିୟନ ହୋଇଛନ୍ତି। ଟୁର୍ନାମେଣ୍ଟର ଫାଇନାଲରେ ସେ ଷ୍ଟିଫାନସ ସିତ୍‌ସିପାସଙ୍କୁ ୭-୫, ୬-୩ରେ ହରାଇ ଦେଇଛନ୍ତି।...

ବାଗାନ ମୁକାବିଲା ପାଇଁ ଓଡ଼ିଶା ଏଫ୍‌ସି ପ୍ରସ୍ତୁତ

ଭୁବନେଶ୍ୱର, ୨୩।୪ (ତପନ ସ୍ବାଇଁ): ଇତିହାସ ସୃଷ୍ଟି ହୋଇସାରିଛି। ଓଡ଼ିଶା ଏଫ୍‌ସି ପ୍ରଥମ ଥର ପାଇଁ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ସେମିଫାଇନାଲରେ ପ୍ରବେଶ କରିଛି।...

ଅମ୍ପାୟାରଙ୍କ ସହ ଯୁକ୍ତିତର୍କ କରିବା କୋହଲିଙ୍କୁ ପଡ଼ିଲା ମହଙ୍ଗା, ବିସିସିଆଇ ନେଲା କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୨।୪: ଆଇପିଏଲ ୨୦୨୪ରେ କୋଲକାତା ନାଇଟ ରାଇଡର୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ରବିବାର ଏକ ମ୍ୟାଚ ହୋଇଥିଲା। ଯେଉଁଥିରେ କେକେଆର୍‌ ୧ ରନ୍‌ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri