ସାର ପାଇଁ ଉତ୍ତେଜନା:ଚାଷୀଙ୍କ ପକ୍ଷରୁ ରାସ୍ତାରୋକୋ

ଦିଗପହଣ୍ଡି/ପାଟପୁର,୧୫।୯(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପକ୍ଷରୁ ଚାଷୀଙ୍କୁ ସାରର ସୁଷମ ବଣ୍ଟନ କରାନଯାଇ ରବିବାର ରାତି ଅଧରେ ସମବାୟ ସମିତି ସମ୍ପାଦକ କିଛି ବ୍ୟବସାୟୀ ଓ ସମ୍ପର୍କୀୟମାନଙ୍କୁ ବେଆଇନ ଭାବେ ସାର ବିକ୍ରୀ କରିଥିବା ଅଭିଯୋଗ ହୋଇଛି। ସୋମବାର ସକାଳେ ଘଟଣା ପ୍ରଚାରିତ ହେବାପରେ ସିଦ୍ଧେଶ୍ୱର ପଞ୍ଚାୟତ ଅଧିନ ବିଭିନ୍ନ ଗ୍ରାମର ବହୁ ସଂଖ୍ୟକ ଚାଷୀ ସିଦ୍ଧେଶ୍ୱର ପଞ୍ଚାୟତ ଗଣିଆନାଳ ଛକରେ ଏକତ୍ରିତ ହୋଇ ସକାଳ ପ୍ରାୟ ସାଢେ ୯ଟାରୁ ବ୍ରହ୍ମପୁର – ଦିଗପହଣ୍ଡି ୧୭ ନଂ ରାଜ୍ୟ ରାଜପଥରେ ଟାୟାର ଜାଳି ସାଢ଼େ ୧୧ ଟା ଯାଏ ୨ ଘଣ୍ଟା ବ୍ୟାପୀ ଅବରୋଧ କରିଥିଲେ। ରାସ୍ତାର ଦୁଇକଡରେ ଗାଡ଼ି ମୋଟର ଅଟକି ରହିଥିଲା।
ଖବର ପାଇ ଦିଗପହଣ୍ଡି ତହସିଲଦାର ତଥା ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ସନ୍ତୋଷ କୁମାର ସାହୁ,ସିଦ୍ଧେଶ୍ୱର ପଞ୍ଚାୟତ ସରପଞ୍ଚ ବିଜୟ କୁମାର ପ୍ରଧାନ, ଦିଗପହଣ୍ଡି ଥାନା ଭାରପ୍ରାପ୍ତ ଆଇଆଇସି ରାଜ କିଶୋର ପାତ୍ର,ଏସ.ଆଇ ସୋଫିଆ ମିଶ୍ର ପ୍ରମୁଖ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ଉତ୍ତେଜିତ ଚାଷୀଙ୍କ ସହ ଆଲୋଚନା କରି ସମସ୍ତ ଚାଷୀଙ୍କୁ ସେବା ସମବାୟ ସମିତି ପକ୍ଷରୁ ପର୍ଯ୍ୟାପ୍ତ ପରିମାଣର ସାର ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦିଆଯିବା ପରେ ରାସ୍ତାରୋକୋ ପ୍ରତ୍ୟାହୃତ ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri