ସାର ପାଇଁ ଉତ୍ତେଜନା:ଚାଷୀଙ୍କ ପକ୍ଷରୁ ରାସ୍ତାରୋକୋ

ଦିଗପହଣ୍ଡି/ପାଟପୁର,୧୫।୯(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପକ୍ଷରୁ ଚାଷୀଙ୍କୁ ସାରର ସୁଷମ ବଣ୍ଟନ କରାନଯାଇ ରବିବାର ରାତି ଅଧରେ ସମବାୟ ସମିତି ସମ୍ପାଦକ କିଛି ବ୍ୟବସାୟୀ ଓ ସମ୍ପର୍କୀୟମାନଙ୍କୁ ବେଆଇନ ଭାବେ ସାର ବିକ୍ରୀ କରିଥିବା ଅଭିଯୋଗ ହୋଇଛି। ସୋମବାର ସକାଳେ ଘଟଣା ପ୍ରଚାରିତ ହେବାପରେ ସିଦ୍ଧେଶ୍ୱର ପଞ୍ଚାୟତ ଅଧିନ ବିଭିନ୍ନ ଗ୍ରାମର ବହୁ ସଂଖ୍ୟକ ଚାଷୀ ସିଦ୍ଧେଶ୍ୱର ପଞ୍ଚାୟତ ଗଣିଆନାଳ ଛକରେ ଏକତ୍ରିତ ହୋଇ ସକାଳ ପ୍ରାୟ ସାଢେ ୯ଟାରୁ ବ୍ରହ୍ମପୁର – ଦିଗପହଣ୍ଡି ୧୭ ନଂ ରାଜ୍ୟ ରାଜପଥରେ ଟାୟାର ଜାଳି ସାଢ଼େ ୧୧ ଟା ଯାଏ ୨ ଘଣ୍ଟା ବ୍ୟାପୀ ଅବରୋଧ କରିଥିଲେ। ରାସ୍ତାର ଦୁଇକଡରେ ଗାଡ଼ି ମୋଟର ଅଟକି ରହିଥିଲା।
ଖବର ପାଇ ଦିଗପହଣ୍ଡି ତହସିଲଦାର ତଥା ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ସନ୍ତୋଷ କୁମାର ସାହୁ,ସିଦ୍ଧେଶ୍ୱର ପଞ୍ଚାୟତ ସରପଞ୍ଚ ବିଜୟ କୁମାର ପ୍ରଧାନ, ଦିଗପହଣ୍ଡି ଥାନା ଭାରପ୍ରାପ୍ତ ଆଇଆଇସି ରାଜ କିଶୋର ପାତ୍ର,ଏସ.ଆଇ ସୋଫିଆ ମିଶ୍ର ପ୍ରମୁଖ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ଉତ୍ତେଜିତ ଚାଷୀଙ୍କ ସହ ଆଲୋଚନା କରି ସମସ୍ତ ଚାଷୀଙ୍କୁ ସେବା ସମବାୟ ସମିତି ପକ୍ଷରୁ ପର୍ଯ୍ୟାପ୍ତ ପରିମାଣର ସାର ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦିଆଯିବା ପରେ ରାସ୍ତାରୋକୋ ପ୍ରତ୍ୟାହୃତ ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଏହି ଷ୍ଟାର ଫୁଟ୍‌ବଲ ଖେଳାଳିଙ୍କୁ ବ୍ଲାକ୍‌ମେଲ କରି ଜେଲଗଲେ ମହିଳା

ସିଓଲ,୮ା୧୨: ଫୁଟବଲ ଷ୍ଟାର ସନ୍‌ ହିଅଙ୍ଗ ମିନ୍‌ଙ୍କୁ ବ୍ଲାକ୍‌ମେଲ କରିଥିବା ଅଭିଯୋଗରେ ଦକ୍ଷିଣ କୋରିଆର ଏକ କୋର୍ଟ ଜଣେ ମହିଳାଙ୍କୁ ୪ବର୍ଷ ଜେଲ ଦଣ୍ଡ କରିଛି।...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri