ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର ଧାନ ଚାଷ ପାଇଁ ସାର କିଣାରେ ଶୋଷଣର ସମ୍ମୁଖୀନ ହେବାକୁ ପଡୁଛି ବୋଲି ଚାଷୀମାନେ ଅଭିଯୋଗ କରିଛନ୍ତି। ଏହି କ୍ରମରେ ମଙ୍ଗଳବାର ଚାଷୀମାନେ ଜିଲା ମୁଖ୍ୟ କୃଷି ଅଧିକାରୀ ଲୋଚନ ଚରଣ ମାଝିଙ୍କୁ ଫେରାଦ ହୋଇଛନ୍ତି। ସୂଚନା ମୁତାବକ ବର୍ତ୍ତମାନ ରବି ରୁତୁର ଚାଷକାର୍ଯ୍ଯ ଆରମ୍ଭ ହୋଇଗଲାଣି। ଜିଲାର ମଣ୍ଡିମାନଙ୍କରେ ହଜାର ହଜାର କ୍ବିଣ୍ଟାଲ ଧାନ ବିକ୍ରି ଅପେକ୍ଷାରେ ପଡିରହିଛି। ଯେଉଁଥିପାଇଁ ଚଳିତ ରୁତୁର ଚାଷକାର୍ଯ୍ଯ ବିଳମ୍ବ ହୋଇଗଲାଣି। ଏହି ସମୟରେ ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିକୁ ଦୌଡିବ ନା ଚାଷ କାର୍ଯ୍ୟ ପାଇଁ ସାର ଖୋଜିବ, ତାହା ସେମାନଙ୍କ ପାଇଁ ଚିନ୍ତାର ବିଷୟ ହୋଇଛି। ମଙ୍ଗଳବାର ଜିଲାର ସୋହେଲା ଓ ଭଟଲି ବ୍ଲକର ବିଭିନ୍ନ ଶତାଧିକ ଚାଷୀ ଜିଲା ମୁଖ୍ୟ କୃଷି ଅଧିକାରୀ କାର୍ଯ୍ଯାଳୟକୁ ଆସି ସାର କଳାବଜାରୀ ହେଉଥିବା ଲିଖିତ ଅଭିଯୋଗ କରିଛନ୍ତି। ଖୋଲାବଜାରରେ ନିର୍ଦ୍ଧାରିତ ଦର ଠାରୁ ଢେର ଅଧିକ ଦରରେ ସାର ବିକ୍ରି ଚାଲିଥିବା ସେମାନେ ଅଭିଯୋଗ କରିଛନ୍ତି । ଜିଲାର ସମସ୍ତ ବ୍ଳକରେ କେତେକ ଲାଇସେନ୍ସପ୍ରାପ୍ତ ହୋଲସେଲର ଓ ରିଟେଲର ୟୁରିଆ ସାର ୫୦୦ ଟଙ୍କାରୁ ଅଧିକ ଦରରେ ଏବଂ ଡିଏପି ସାର ୧୮୦୦ ଟଙ୍କାରୁ ଅଧିକ ଦରରେ ବିକ୍ରି କରୁଥିବା ଅଭିଯୋଗ ହୋଇଛି। ୟୁରିଆ ସାର ପକେଟ୍ ପ୍ରତିଆନିର୍ଦ୍ଧାରିତ ଦର ୨୬୬ଟଙ୍କା ୫୦ ପଇସା ଏବଂ ଡିଏପି ସାର ପକେଟ୍ ପ୍ରତି ୧୩୫୦ ଟଙ୍କା ରହିଥିବାବେଳେ ସେଭଳି କଳାବଜାର ଯୋଗୁଁ ଚାଷୀମାନେ ଶୋଷଣର ସମ୍ମୁଖୀନ ହେଉଥିବା ଅଭିଯୋଗ ହେଉଛି। ଏ ସମ୍ପର୍କରେ ଜିଲ୍ଲା କୃଷି ଅଧିକାରୀ ମାଝି କହିଥିଲେ, ଜିଲାରେ ଭରପୁର ମାତ୍ରାରେ ସାର ମହଜୁଦ ଅଛି। ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ୬୦ ଭାଗ ଏବଂ ଲାଇସେନ୍ସପ୍ରାପ୍ତ ରିଟେଲରଙ୍କ ଜରିଆରେ ୪୦ ଭାଗ ସାର ଯୋଗାଇ ଦିଆଯାଉଛି। ସାର କଳାବଜାର ଅଭିଯୋଗ ଆସିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି । ତେବେ ଆଗାମୀ ଦୁଇ ତିନି ଦିନ ମଧ୍ୟରେ ଯଦି ଉପଯୁକ୍ତ ଦରରେ ସମସ୍ତ ଚାଷୀଙ୍କୁ ସାର ଯୋଗାଇ ଦିଆ ନଯାଏ, ତାହେଲେ ଚାଷୀ ରାଜରାସ୍ତାକୁ ଓହ୍ଲାଇବ ବୋଲି ଚାଷୀ ସଂଗଠନ ଜୟ କିସାନ ଆନ୍ଦୋଳନ ଚେତାବନୀ ଦେଇଛି । ଜୟ କିସାନ ଆନ୍ଦୋଳନ ର ଜିଲ୍ଲା ସଭାପତି ସୁଶୀଲ କୁମାର ସାହୁ, ସାଧାରଣ ସଂପାଦକ ହର ବଣିଆଁ, ଅକ୍ଷୟ ପ୍ରଧାନ, ଉମେଶ ପ୍ରଧାନ, ଭରତ ପ୍ରଧାନ ଆଦି ଚାଷୀ ପ୍ରତିନିଧି ଦାବିପତ୍ର ପ୍ରଦାନ ସମୟରେ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri