ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ ଗୁରୁବାର ୨ଦିନ ଧରି ଜିଲାର ବିଭିନ୍ନ ବ୍ଲକରେ କୃଷି ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଥିଲା। ଚଢ଼ାଉରେ ସାରବିକ୍ରି ଅନିୟମିତତା ଧରାପଡ଼ିବା ପରେ ଜିଲାର ୧୮ ଲାଇସେନ୍ସପ୍ରାପ୍ତ ସାର ବିକ୍ରେତା(ଡିଲର୍‌)ଙ୍କ ଲାଇସେନ୍ସକୁ ରବ୍ଦ(ସସପେଣ୍ଡ୍‌) କରି ଦିଆଯାଇଛି।

ସମ୍ପୃକ୍ତ ସାର ବିକ୍ରେତାମାନେ ହେଲେ, ବରଗଡ଼ ବ୍ଲକର ଶ୍ରୀ ଭେଙ୍କଟେଶ୍ୱର ଏଜେନ୍ସିସ୍‌, ଶିବଶଙ୍କର ଟ୍ରେଡର୍ସ, ଶିବା ଟ୍ରେଡିଙ୍ଗ, ଭେଙ୍କଟେଶ୍ୱର କ୍ରପ୍‌ କେୟାର୍‌, ଖମାରୀ ଫର୍ଟିଲାଇଜର ଷ୍ଟୋର, ମୁନ୍ନା କୁମାର ଅଗ୍ରୱାଲ ଫର୍ଟିଲାଇଜର ଡିଲର, ମା ଦୁର୍ଗା ଏଗ୍ରୋ ଫାର୍ମ, ବିକାଶ ଫର୍ଟିଲାଇଜର୍ସ, ଭେଡ଼େନ ବ୍ଳକର ମେହେର ଏଜେନ୍ସି, ବରପାଲି ବ୍ଲକର ଓଡ଼ିଶା ଟ୍ରେଡ୍‌ କମ୍ବାଇନ୍‌, ବିଷ୍ଣୁ ଟ୍ରେଡ଼ିଂ କମ୍ପାନୀ, ବିଜେପୁର ବ୍ଲକର ସମଲେଶ୍ୱରୀ ଏଣ୍ଟରପ୍ରାଇଜେସ୍‌, ସୋହେଲା ବ୍ଳକର ସନ୍ଦୀପ କୁମାର ଗୁପ୍ତା ଫର୍ଟିଲାଇଜର୍ସ ଡିଲର, ବୃନ୍ଦା ମେହେର ଫର୍ଟିଲାଇଜର ଡିଲର୍ସ, ଅତାବିରା ବ୍ଲକର ନିଉ ବଂଶଲ ଟ୍ରେଡର୍ସ, ଦେବ ଟ୍ରେଡ଼ର୍ସ, ସୁଜାତା ଟ୍ରେଡ଼ର୍ସ ଏବଂ ସାହୁ ଟ୍ରେଡ଼ର୍ସ।

ଏଠାରେ ଉଲ୍ଲେଖନୀୟ, ଜିଲାରେ ବର୍ତ୍ତମାନ ଖରିଫ ଧାନ ଫସଲ ଚାଲିଥିବାବେଳେ ୟୁରିଆ ସାରର ଆବଶ୍ୟକତା ରହିଛି। ଚାଷୀଙ୍କ ଆବଶ୍ୟକତା ଅନୁଯାୟୀ, ଜିଲାକୁ ୟୁରିଆ ସମେତ ଅନ୍ୟ ସାର ମଧ୍ୟ ଆସିଛି। ମାତ୍ର ଜିଲାର ଚାଷୀଙ୍କୁ ସରକାରୀ ନିର୍ଦ୍ଧାରୀତ ଦରରେ ସାର ମିଳୁ ନଥିବାବେଳେ ସାର କଳାବଜାର ସହିତ ପଡ଼ୋଶୀ ଛତିଶଗଡ଼କୁ ସାର ଚାଲାଣ ହେଉଥିବା ଚାଷୀ ମହଲରେ ଅଭିଯୋଗ ହେଉଛି। ଏଭଳି ଅଭିଯୋଗ ନେଇ ଗତ ୨୮ତାରିଖ ଧରିତ୍ରୀରେ ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ ଶୀର୍ଷକରେ ଏକ ବିସ୍ତୃତ ରିପୋର୍ଟ ପ୍ରକାଶ ପାଇଥିଲା। ଏହି ସମସ୍ୟାକୁ ଗୁରୁତ୍ୱର ସହିତ ନେଇ ସେଥିପ୍ରତି ତ୍ୱରିତ୍‌ କାର୍ଯ୍ୟାନୁଷ୍ଠାନ ନେବାକୁ ଜିଲାପାଳ ଆଦିତ୍ୟ ଗୋୟଲ ଜିଲାର କୃଷି ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ‘ୟୁଭିଏ’ର ସୌଜନ୍ୟମୂଳକ ସାକ୍ଷାତ: ଜେଏମ୍ଏଫ୍ସି ବିଚାରପତିଙ୍କ ସହ ସାମାଜିକ-ଆଇନଗତ ସମସ୍ୟା ଉପରେ…

ଥୁଆମୂଳ ରାମପୁର,୨୦।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଶିକ୍ଷାର ବିକାଶ, ସ୍କୁଲ ଡ୍ରପଆଉଟ୍ ସମସ୍ୟା, ସାମାଜିକ କୁସଂସ୍କାର ଏବଂ ସାଧାରଣ ଲୋକଙ୍କ ନିଶୁଳ୍କ ଆଇନଗତ…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ନିୟମିତ ଆବର୍ଜନା ଉଠା ନଗଲେ ଆନ୍ଦୋଳନ: ଟ୍ରାକ୍ଟରରେ ଯାଇ ସ୍ମାରକପତ୍ର ପ୍ରଦାନ, ୧୦ଦିନ ମଧ୍ୟରେ…

ବରଗଡ଼,୨୦ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ପରିମଳ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ସହରର ରାସ୍ତାକଡ଼, ବସଷ୍ଟାଣ୍ଡ ଓ ବଜାର ଅଞ୍ଚଳରେ କୁଢ଼ କୁଢ଼ ଆବର୍ଜନା ଜମା ହୋଇ…

ଅନୁଦାନରୁ ବଞ୍ଚିତ ଅଧ୍ୟାପକମାନଙ୍କ ସମନ୍ୱୟ ସମିତି ବୈଠକ: ସରକାରୀ ପ୍ରତିଶ୍ରୁତିକୁ ନେଇ କ୍ଷୋଭ

ଭୁବନେଶ୍ୱର/ମହାକାଳପଡ଼ା,୨୦ା୮: ରାଜ୍ୟର ଅନୁଦାନରୁ ବଞ୍ଚିତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀମାନଙ୍କୁ ନେଇ ଭୁବନେଶ୍ୱର ସ୍ଥିତ ଆର୍ଯ୍ୟ ମନ୍ଦିରଠାରେ ଏକ ଗୁରୁତ୍ୱପୂର୍ଣ୍ଣ ସମନ୍ୱୟ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି।…

ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ବିଧାନସଭା ଗୃହ କମିଟି: ବିକାଶ କାର୍ଯ୍ୟର…

ପୁରୁଷୋତ୍ତମପୁର,୨୦ା୮(ସବିତା ମିଶ୍ର): ଓଡ଼ିଶା ବିଧାନସଭା ଗୃହ କମିଟି (ସବମିସନ୍) ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ଅବସରରେ ଗୁରୁବାର ସନ୍ଧ୍ୟାରେ ମା’ ତାରାତାରିଣୀଙ୍କ ପୀଠ ପରିଦର୍ଶନ କରିଛନ୍ତି। କମିଟି…

ଥୁଆମୂଳ ରାମପୁରରେ ରାସନ ଚାଉଳ ଓଜନରେ ହେରଫେର୍: ଏମ୍‌ଆଇଙ୍କ ତଦନ୍ତ ପରେ ମେସିନ୍ ବନ୍ଦ, ବଳକା ଚାଉଳ ଯାଉଛି କୁଆଡ଼େ?

ଥୁଆମୂଳ ରାମପୁର,୨୦ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତରେ ପିଡିଏସ (PDS) ରାସନ ଚାଉଳ ଓଜନରେ ବ୍ୟାପକ ହେରଫେର୍ ନେଇ ଗୁରୁବାର ଗୁରୁତର ଅଭିଯୋଗ ସାମ୍ନାକୁ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି…

ଘରୋଇ ବସ୍‌ର ଦାଦାଗିରି: ହାଇଦ୍ରାବାଦରୁ ଟିକେଟ୍ କାଟିଥିବା ଯାତ୍ରୀଙ୍କୁ ଅଧା ରାସ୍ତାରେ ଓହ୍ଲାଇଦେଲେ,ଆମପାଣିରେ…

କୋକସରା,୨୦ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଘରୋଇ ବସ୍ କର୍ମଚାରୀଙ୍କ ଦବଙ୍ଗଗିରି। ପୂରା ରାସ୍ତାର ଟିକେଟ୍ କାଟି ଅଧା ବାଟରେ ଯାତ୍ରୀଙ୍କୁ ଓହ୍ଲାଇ ଦେବା ଭଳି ଅଭାବନୀୟ ଦୃଶ୍ୟ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri