ସାର ସଙ୍କଟ: କଳାବଜାରୀ ନେଇ ଚିନ୍ତାରେ ଚାଷୀ

ବରଗଡ଼,୧୬।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଚାଷକାର୍ଯ୍ୟ ଜୋର୍‌ ଧରିଛି। ଏହି ସମୟରେ ଜିଲାରେ ସାର କଳାବଜାର ଚାଷୀଙ୍କୁ ଚିନ୍ତାରେ ପକାଇ ଦେଇଛି। ଗ୍ରୋମୋର ଏବଂ ଡିଏପି ସାର ଠିକ୍‌ଭାବେ ଉପଲବ୍ଧ ହେଉ ନଥିବାବେଳେ ତାହା କଳାବଜାରରେ ବିକ୍ରି ହେଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ମଙ୍ଗଳବାର ସଂଯୁକ୍ତ କୃଷକ ସଂଗଠନ ମୁଖ୍ୟ ଜିଲା କୃଷି ଅଧିକାରୀ(ସିଡିଏଓ) ଲୋଚନ ଚନ୍ଦ୍ର ମାଝିଙ୍କୁ ଫେରାଦ ହୋଇ ଏକ ଦାବିପତ୍ର ପ୍ରଦାନ କରିଛି। ଦାବିପତ୍ରରେ ଉଲ୍ଲେଖ ରହିଛି, ଜିଲାରେ ଖରିଫ୍‌ରେ ୨ଲକ୍ଷ ୩୦ହଜାର ହେକ୍ଟର ଧାନ ଏବଂ ୧ଲକ୍ଷ ୨୦ହେକ୍ଟର ଅନ୍ୟ ଅଣଧାନ ଚାଷ ହୋଇଥାଏ। ଏହି ଦୃଷ୍ଟିରୁ ଜିଲାରେ ସାରର ଯଥେଷ୍ଟ ଆବଶ୍ୟକତା ରହିଥାଏ। କିନ୍ତୁ ଖରିଫ ଚାଷକାର୍ଯ୍ୟ ଆରମ୍ଭରୁ ଜିଲାରେ ଗ୍ରୋମୋର ଏବଂ ଡିଏପି ସାର ସଙ୍କଟ ଦେଖାଯାଇଛି। ପ୍ରାଥମିକ କୃଷି ସମବାୟ ସମିତି(ପାକ୍ସ) ଗୁଡ଼ିକରେ ବିଭାଗୀୟ କର୍ମଚାରୀ ଡିଏପି ସାର ନଥିବା କହୁଥିବା ବେଳେ ବାହାରେ କଳାବଜାରରେ ବିକ୍ରି ହେଉଥିବା ଅଭିଯୋଗ ହୋଇଛି। ଡିଏପି ସାରର ଦର ପକେଟ୍‌ ପ୍ରତି ୧୩୫୦ ଟଙ୍କା ରହିଥିବା ବେଳେ ତାକୁ ୧୬୦୦ ଟଙ୍କାରୁ ୧୭୦୦ ଟଙ୍କା ଯାଏ ଦରରେ ବିକ୍ରି କରାଯାଉଛି ବୋଲି ଅଭିଯୋଗ ହୋଇଛି। ଏହା ସହିତ ଡିଏପି ସାର କିଣିଲେ ନାନୋ ସାରକୁ ଅତିରିକ୍ତ ଭାବେ ଦିଆଯାଉଛି ଏବଂ ଚାଷୀ ଉପରେ ଅଧିକ ଆର୍ଥିକ ବୋଝ ପଡୁଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଫଳରେ ସାର କଳାବଜାର କରୁଥିବା ବ୍ୟବସାୟୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ, ଡିଲରଙ୍କ ଦୋକାନ ସମ୍ମୁଖରେ ଷ୍ଟକ୍‌ ଏବଂ ସାରଦର ତାଳିକା ସାର୍ବଜନୀନ କରିବାପାଇଁ ଦାବି କରାଯାଇଛି। ସଂଯୁକ୍ତ କୃଷକ ସଂଗଠନର ଉପଦେଷ୍ଟା ରମେଶ ମହାପାତ୍ର, ସୁରେଶ ନେକାଣ୍ଟି ପ୍ରମୁଖ ଦାବିପତ୍ର ପ୍ରଦାନ ବେଳେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri