ସାର ସଙ୍କଟ: କଳାବଜାରୀ ନେଇ ଚିନ୍ତାରେ ଚାଷୀ

ବରଗଡ଼,୧୬।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଚାଷକାର୍ଯ୍ୟ ଜୋର୍‌ ଧରିଛି। ଏହି ସମୟରେ ଜିଲାରେ ସାର କଳାବଜାର ଚାଷୀଙ୍କୁ ଚିନ୍ତାରେ ପକାଇ ଦେଇଛି। ଗ୍ରୋମୋର ଏବଂ ଡିଏପି ସାର ଠିକ୍‌ଭାବେ ଉପଲବ୍ଧ ହେଉ ନଥିବାବେଳେ ତାହା କଳାବଜାରରେ ବିକ୍ରି ହେଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ମଙ୍ଗଳବାର ସଂଯୁକ୍ତ କୃଷକ ସଂଗଠନ ମୁଖ୍ୟ ଜିଲା କୃଷି ଅଧିକାରୀ(ସିଡିଏଓ) ଲୋଚନ ଚନ୍ଦ୍ର ମାଝିଙ୍କୁ ଫେରାଦ ହୋଇ ଏକ ଦାବିପତ୍ର ପ୍ରଦାନ କରିଛି। ଦାବିପତ୍ରରେ ଉଲ୍ଲେଖ ରହିଛି, ଜିଲାରେ ଖରିଫ୍‌ରେ ୨ଲକ୍ଷ ୩୦ହଜାର ହେକ୍ଟର ଧାନ ଏବଂ ୧ଲକ୍ଷ ୨୦ହେକ୍ଟର ଅନ୍ୟ ଅଣଧାନ ଚାଷ ହୋଇଥାଏ। ଏହି ଦୃଷ୍ଟିରୁ ଜିଲାରେ ସାରର ଯଥେଷ୍ଟ ଆବଶ୍ୟକତା ରହିଥାଏ। କିନ୍ତୁ ଖରିଫ ଚାଷକାର୍ଯ୍ୟ ଆରମ୍ଭରୁ ଜିଲାରେ ଗ୍ରୋମୋର ଏବଂ ଡିଏପି ସାର ସଙ୍କଟ ଦେଖାଯାଇଛି। ପ୍ରାଥମିକ କୃଷି ସମବାୟ ସମିତି(ପାକ୍ସ) ଗୁଡ଼ିକରେ ବିଭାଗୀୟ କର୍ମଚାରୀ ଡିଏପି ସାର ନଥିବା କହୁଥିବା ବେଳେ ବାହାରେ କଳାବଜାରରେ ବିକ୍ରି ହେଉଥିବା ଅଭିଯୋଗ ହୋଇଛି। ଡିଏପି ସାରର ଦର ପକେଟ୍‌ ପ୍ରତି ୧୩୫୦ ଟଙ୍କା ରହିଥିବା ବେଳେ ତାକୁ ୧୬୦୦ ଟଙ୍କାରୁ ୧୭୦୦ ଟଙ୍କା ଯାଏ ଦରରେ ବିକ୍ରି କରାଯାଉଛି ବୋଲି ଅଭିଯୋଗ ହୋଇଛି। ଏହା ସହିତ ଡିଏପି ସାର କିଣିଲେ ନାନୋ ସାରକୁ ଅତିରିକ୍ତ ଭାବେ ଦିଆଯାଉଛି ଏବଂ ଚାଷୀ ଉପରେ ଅଧିକ ଆର୍ଥିକ ବୋଝ ପଡୁଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଫଳରେ ସାର କଳାବଜାର କରୁଥିବା ବ୍ୟବସାୟୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ, ଡିଲରଙ୍କ ଦୋକାନ ସମ୍ମୁଖରେ ଷ୍ଟକ୍‌ ଏବଂ ସାରଦର ତାଳିକା ସାର୍ବଜନୀନ କରିବାପାଇଁ ଦାବି କରାଯାଇଛି। ସଂଯୁକ୍ତ କୃଷକ ସଂଗଠନର ଉପଦେଷ୍ଟା ରମେଶ ମହାପାତ୍ର, ସୁରେଶ ନେକାଣ୍ଟି ପ୍ରମୁଖ ଦାବିପତ୍ର ପ୍ରଦାନ ବେଳେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘର ପଛ ଅଣ୍ଡରଗ୍ରାଉଣ୍ଡ୍‌ ସିକ୍ରେଟ୍‌ ଚାମ୍ବରରୁ ଚାଲିଥିଲା କଫ୍‌ ସିରପ୍‌ କାରବାର: ୮୧୩ ବୋତଲ ଜବତ, ମହିଳା ଗିରଫ, ସ୍ୱାମୀ ଫେରାର

ବରଗଡ଼,୯ା୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପୋଲିସ୍‌ ନିଶା କାରବାର ବିରୋଧରେ ନିଜର ଧରପଗଡ଼ ଅଭିଯାନକୁ ଅଧିକ ଜୋରଦାର କରିଛି। ବୁଧବାର ଭଟଲି ଥାନା ପୋଲିସ୍‌ ବଡ଼ମାଳ ଗ୍ରାମରେ…

ଦାଦନ ସମସ୍ୟା ଦୂର ସହ ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଆଲୋଚନା

ଦାରିଙ୍ଗବାଡ଼ି,୯ା୯(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଦାଦନ ସମସ୍ୟା ଦୂର କରିବା ସହ ସ୍ଥାନୀୟ ଅଞ୍ଚଳରେ ରୋଜଗାର ସୃଷ୍ଟି କରି ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଦାରିଙ୍ଗବାଡ଼ି ଜାଗୃତି…

ଏଣିକି ATM ରୁ ଟଙ୍କା ସହ ନୂଆ ଡେବିଟ କାର୍ଡ ବି ମିଳିବ, ଜାଣନ୍ତୁ କେମିତି?

ନୂଆଦିଲ୍‌ଲୀ,୯।୯: ଯେତେବେଳେ କୌଣସି ବ୍ୟକ୍ତି ବ୍ୟାଙ୍କ ଖାତା ଖୋଲନ୍ତି, ତେବେ ତାହାର ୧ ସପ୍ତାହ ପରେ ଘରେ ଏଟିଏମ କାର୍ଡ (ଡେବିଟ କାର୍ଡ) ପହଞ୍ଚିଥାଏ। ତେବେ ନୂତନ…

KBC କୁ ବାଏ ବାଏ କରିବେ ଅମିତାଭ! କୋଟି କୋଟି ପ୍ରଶଂସକଙ୍କୁ ଝଟ୍‌କା…

ମୁମ୍ବାଇ: ହିନ୍ଦୀ ସିନେମାର ମହାନାୟକ ଅମିତାଭ ବଚ୍ଚନ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ଦର୍ଶକଙ୍କ ମନୋରଞ୍ଜନ କରିଆସୁଛନ୍ତି। କେବଳ ଜଣେ ଅଭିନେତା ଭାବରେ ନୁହେଁ, ବରଂ…

ଗଣେଶ ପୂଜାକୁ ନେଇ ପୋଲିସର କଡ଼ା ଆଭିମୁଖ୍ୟ: ଡିଜେ ଶୋଭାଯାତ୍ରା ସମ୍ପୂର୍ଣ୍ଣ ନିଷେଧ

ଗଞ୍ଜାମ,୯ା୯(ବିଦ୍ୟାଧର ସାହୁ): ଚଳିତ ମାସ ୧୪ରେ ପାଳିତ ହେବ ଅଗ୍ର୍ୟ ପୂଜ୍ୟ ମହାବିନାୟକ ଗଣେଶ ପୂଜା l ଚଳିତ ବର୍ଷ ଗଣେଶ ପୂଜା ନିମନ୍ତେ କଡା ଆଭିମୁଖ୍ୟ…

କଳାହାଣ୍ଡିରେ ନୂଆ ଡିଆଇପିଆର୍‌ଓଙ୍କ ଯୋଗଦାନ

ଭବାନୀପାଟଣା,୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ନୂତନ ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆର୍‌ଓ) ଭାବେ ମନୋଜ କୁମାର ବେହେରା ଯୋଗଦେଇଛନ୍ତି। ଭବାନୀପାଟଣାସ୍ଥିତ ଡିଆଇପିଆରଙ୍କ କାର୍ଯ୍ୟାଳୟରେ ଭାରପ୍ରାପ୍ତ…

ଚାକିରିଆ କର୍ମଚାରୀଙ୍କ ପାଇଁ ଜରୁରୀ ଖବର, ଶୀଘ୍ର ଲିଙ୍କ୍‌ କରନ୍ତୁ ଆଧାରକାର୍ଡ ନହେଲେ…

ନୂଆଦିଲ୍ଲୀ,୯।୯: ଚାକିରିଆ କର୍ମଚାରୀ ଏବଂ ଇଏସଆଇସି (ESIC) ହିତାଧିକାରୀଙ୍କ ପାଇଁ ଏକ ଅତ୍ୟନ୍ତ ଜରୁରୀ ସୂଚନା ଆସିଛି। ଏବେ ସମସ୍ତ ଇଏସଆଇସି କାର୍ଡଧାରୀଙ୍କ ପାଇଁ ନିଜ ପରିଚୟ…

ରାସ୍ତାତଳକୁ ଖସିଲା ବସ୍‌, ଯାତ୍ରୀମାନେ ଭୟରେ ଚିତ୍କାର କରିବାରୁ…

ପଟ୍ଟାମୁଣ୍ଡାଇ,୯ା୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ-ରାଜନଗର ତଳ ରାସ୍ତା ନିକଟସ୍ଥ ଦୋଶିଆ କେନାଲ ରାସ୍ତାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୪୨ ଜଣ ଯାତ୍ରୀଙ୍କୁ ନେଇ ଦ୍ରୁତଗତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri