ଦିଗପହଣ୍ଡିରେ ସାର ସମସ୍ୟା: ପୁଣି ତେଜିଲା ଚାଷୀ ଆନ୍ଦୋଳନ

ଦିଗପହଣ୍ଡି,୧୪।୯(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡିରେ ସାର ଯୋଗାଣ ଦାବିରେ ଗତ ଗୁରୁବାର ସହରର ବହୁସଂଖ୍ୟକ ଚାଷୀ ଆନ୍ଦୋଳନ କରିବାସହ ରାସ୍ତା ଅବରୋଧ କରିଥିଲେ। ଶୁକ୍ରବାର ସୁଦ୍ଧା ଚାଷୀଙ୍କୁ ସାର ଯୋଗାଣ କରାଯିବ ବୋଲି ସ୍ଥାନୀୟ ପୋଲିସ – ପ୍ରଶାସନିକ ଅଧିକାରୀମାନେ ପ୍ରତିଶ୍ରୁତି ଦେବାପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା। ପ୍ରତିଶ୍ରୁତି ମୁତାବକ ରବିବାର ସୁଦ୍ଧା ସ୍ଥାନୀୟ ପ୍ରଶାସନ ଚାଷୀଙ୍କୁ ୟୁରିଆ ସାର ପ୍ୟାକେଟ ଯୋଗାଣରେ ବିଫଳ ହେବାପରେ ସୋମବାର ପୁଣିଥରେ ଚାଷୀ ଆନ୍ଦୋଳନ ମୁଣ୍ଡ ଟେକିଛି। ବହୁସଂଖ୍ୟକ ଚାଷୀ ଦିଗପହଣ୍ଡିସ୍ଥିତ ପ୍ରାଥମିକ ସେବା ସମବାୟ ସମିତି ସମ୍ମୁଖରେ ଏକତ୍ରିତ ହୋଇ ସକାଳ ପ୍ରାୟ ସାଢ଼େ ୮ଟାରୁ ଦିଗପହଣ୍ଡି-ବ୍ରହ୍ମପୁର ୧୭ନଂ ରାଜ୍ୟ ରାଜପଥକୁ ଅବରୋଧ କରିଥିଲେ। ରାସ୍ତାରେ ଗାଡ଼ି ଚଳାଚଳ ବନ୍ଦ ରହିଥିଲା। ସେହିପରି ସାର ଯୋଗାଣ ପାଇଁ ଅଧିକୃତ ବିକ୍ରେତା ରଘୁନନ୍ଦନ ଟ୍ରେଡର୍ଶ ସମ୍ମୁଖରେ ଉତ୍ତେଜିତ ଚାଷୀମାନେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିବାସହ ଦୀର୍ଘସମୟ ଧାରଣାରେ ବସି ରହିଥିଲେ। ଚାଷୀ ନେତା କୁରେଶୁ ମହାରଣା, ଡି. ଅନ୍ତର୍ଯ୍ୟାମୀ, କିଶୋର ଜେନା, କେ.କୁନା, ଦିଗପହଣ୍ଡି ତହସିଲଦାର ଅଦୈତ କୁମାର ସ୍ବାଇଁଙ୍କ ସହ ସବିଶେଷ ଆଲୋଚନା କରିବାପରେ ଦିଗପହଣ୍ଡି ବ୍ଲକ ସହକାରୀ କୃଷି ଅଧିକାରୀ ପଦାରବିନ୍ଦ ସାହୁଙ୍କ ଉପସ୍ଥିତିରେ ଗୋଦାମରେ ମହଜୁଦ ଥିବା ସ୍ବଳ୍ପ ସଂଖ୍ୟକ ୟୁରିଆ ସାର ପ୍ୟାକେଟ ଗୁଡ଼ିକୁ ଚାଷୀଙ୍କୁ ସରକାରୀ ରିହାତି ଦରରେ ବଣ୍ଟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ନାମ୍ବିୟାଠାରୁ ଯଦି ପାକିସ୍ତାନ ହାରିଯାଏ ତେବେ କ’ଣ ହେବ? ବୁଝନ୍ତୁ T20 World Cupର ସୁପର ୮ କ୍ୱାଲିଫିଶେନର ଗଣିତ

ନୂଆଦିଲ୍ଲୀ,୧୬।୨: ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରି ICC T20 ବିଶ୍ୱକପ 2026 ର ସୁପର ୮ପାଇଁ ଯୋଗ୍ୟତା ଅର୍ଜନ କରିଛି। ଫେବୃଆରୀ ୧୫…

ପରୀକ୍ଷା ପୂର୍ବରୁ ନିୟମରେ ବଡ଼ ପରିବର୍ତ୍ତନ କଲା CBSE, ସପ୍ଲିମେଣ୍ଟାରୀ ଦେବାକୁ ହେଲେ….

ନୂଆଦିଲ୍ଲୀ,୧୬।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଫେବୃଆରୀ ୧୮ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ସମୟରେ, CBSE ଏକ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ବିଶ୍ୱ ଦେଖିବ ଭାରତର ଶକ୍ତି! ଫ୍ରାନ୍ସରୁ ବ୍ରାଜିଲ ପର୍ଯ୍ୟନ୍ତ, AI Impact Summit 2026ରେ ବିଶ୍ୱ ଶକ୍ତିର ହେବ ସମାବେଶ

ନୂଆଦିଲ୍ଲୀ,୧୬।୨: ଫେବୃଆରୀ ୧୭ ଏବଂ ୧୮ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬ କେବଳ ଏକ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ନୁହେଁ…

‘ଶଶି ଥରୁର ବୈଦେଶିକ ମନ୍ତ୍ରୀ ହେବାକୁ ଚାହୁଁଛନ୍ତି, ପବନ ଖେରା କେବଳ କାଠ କଣ୍ଢେଇ’, କାହିଁକି ଏମିତି କହିଲେ ମଣି ଶଙ୍କର ଆୟାର? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୬।୨: ବିବାଦୀୟ ବୟାନ ପାଇଁ ଜଣାଶୁଣା ବରିଷ୍ଠ କଂଗ୍ରେସ ନେତା ମଣି ଶଙ୍କର ଆୟାର ତାଙ୍କ ଦଳ ଭିତରେ ଥିବା ବରିଷ୍ଠ ନେତାମାନଙ୍କୁ ଟାର୍ଗେଟ କରିଛନ୍ତି। ସେ…

ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍‌ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଲାଗିଲା ବଡ଼ ଝଟକା

ଗୁଆହାଟି,୧୬।୨: ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଦଳକୁ ଏକ ବଡ଼ ଝଟକା ଲାଗିଛି। ବରିଷ୍ଠ ନେତା ଏବଂ ପୂର୍ବତନ ରାଜ୍ୟ କଂଗ୍ରେସ ସଭାପତି ଭୂପେନ ବୋରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri