ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ସାର ଯୋଗାଣ ତ୍ୱରାନ୍ୱିତ, ୬୨ ଡିଲରଙ୍କ ଲାଇସେନ୍ସ ବାତିଲ

ଭୁବନେଶ୍ୱର,୩୧।୮: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଖରିଫ ୨୦୨୫ ପାଇଁ ରାଜ୍ୟରେ ସାର ଯୋଗାଣ ତ୍ୱରାନ୍ୱିତ କରାଯାଇଛି। ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ନିୟମିତ ସମୀକ୍ଷା କରୁଛନ୍ତି। ରାଜ୍ୟରେ ପର୍ଯ୍ୟାପ୍ତ ସାର ମହଜୁଦ ଥିବା ସୂଚନା ଦେଇ ଚାଷୀଙ୍କୁ ଆତଙ୍କିତ ନ ହେବାକୁ ଅନୁରୋଧ କରାଯାଇଛି।

ଖରିଫ ଋତୁ ପାଇଁ ୫୮.୫୦ ଲକ୍ଷ ହେକ୍ଟର ଫସଲ ଯୋଜନା (ଧାନ: ୩୪.୯୪ ଲକ୍ଷ, ଅଣ-ଧାନ: ୨୩.୫୬ ଲକ୍ଷ) ଅନୁଯାୟୀ, ରାଜ୍ୟକୁ ୯.୫୫ ଲକ୍ଷ ମେଟ୍ରିକ ଟନ୍ ସାର ଆବଣ୍ଟିତ ହୋଇଛି। ଅଗଷ୍ଟ ଶେଷ ସୁଦ୍ଧା ୮.୧୦ ଲକ୍ଷ ମେଟ୍ରିକ ଟନ୍ ସାର ମିଳିସାରିଛି, ମୋଟ ଉପଲବ୍ଧତା ୧୧.୦୪ ଲକ୍ଷ ମେଟ୍ରିକ ଟନ୍ (ୟୁରିଆ: ୪.୮୪ ଲକ୍ଷ, DAP: ୨.୧୮ ଲକ୍ଷ, MOP: ୦.୬୧ ଲକ୍ଷ, SSP: ୦.୩୪ ଲକ୍ଷ, NP/NPK/NPKS: ୩.୦୫ ଲକ୍ଷ)। ଏଥିମଧ୍ୟରୁ ୮.୪୬ ଲକ୍ଷ ମେଟ୍ରିକ ଟନ୍ ଚାଷୀଙ୍କୁ ବିକ୍ରି ହୋଇଛି, ଏବଂ ୨.୫୬ ଲକ୍ଷ ମେଟ୍ରିକ ଟନ୍ ମହଜୁଦ ଅଛି।

କଳାବଜାରୀ ଓ ନକଲି ସାର ରୋକିବାକୁ ଜିଲା ଓ ବ୍ଲକ ସ୍ତରରେ ଏନଫୋର୍ସମେଣ୍ଟ ଟିମ୍‌ ଗଠନ କରାଯାଇଛି। ୪୫୪୬ ଖୁଚୁରା ଦୋକାନ ଯାଞ୍ଚ ହୋଇଛି, ୧୨୦୨ ବ୍ୟବସାୟୀଙ୍କୁ ନୋଟିସ ଜାରି, ୩୦ଟି ଦୋକାନରେ ବିକ୍ରୟ ବନ୍ଦ, ୬୨ଟି ଡିଲର ଲାଇସେନ୍ସ ନିଲମ୍ବିତ/ବାତିଲ ଓ ୬ଟି ଷ୍ଟକ୍‌ ଜବତ ହୋଇଛି।

କୃଷି ସଚିବ ଡ଼. ଅରବିନ୍ଦ କୁମାର ପାଢ଼ୀ କେନ୍ଦ୍ର ସରକାର ଓ ସାର କମ୍ପାନୀଙ୍କ ସହ ସମନ୍ୱୟ ରଖି ଯୋଗାଣ ସୁନିଶ୍ଚିତ କରୁଛନ୍ତି। ମାର୍କଫେଡ୍‌କୁ ପାକ୍ସ ଓ ଲ୍ୟାମ୍ପସରେ ସାର ଉପଲବ୍ଧତା ନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ଭୋପାଳ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ, ଟଳିଲା ବଡ଼ ବିପଦ

ଭୋପାଳ/ନୂଆଦିଲ୍ଲୀ: ଭୋପାଳରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆର ବିମାନ (AI-୧୮୮୬) ଜୟପୁର ବିମାନବନ୍ଦରରେ ଜରୁରୀକାଳିନ ଅବତରଣ କରିଛି। ଉଡ଼ାଣ ସମୟରେ ବିମାନଟିକୁ ଜୟପୁରକୁ ଡାଇଭର୍ଟ କରାଯାଇ ସୁରକ୍ଷିତ…

ଆସନ୍ତା ସପ୍ତାହରେ ପୁଣି ଭିଜିବ ଓଡ଼ିଶା: ୧୪ରୁ ୧୯ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୩/୯: ଆସନ୍ତା ସପ୍ତାହରେ ପୁଣି ଥରେ ଭିଜିବ ଓଡ଼ିଶା। ୧୪ରୁ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ସୂଚନା ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?