ସମବାୟ ସମିତିରେ ମିଳୁନି ସାର

ପଟ୍ଟାମୁଣ୍ଡାଇ, ୩ା୯(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକରେ ସମବାୟ ସମିତି ମାଧ୍ୟମରେ ସାର ଯୋଗାଣ ସମ୍ପୂର୍ଣ୍ଣ ଫେଲ୍‌ ମାରିଛି। ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଥିବା ୧୬ଟି ସମବାୟ ସମିତି ସାର ଉଠାଇ ନ ଥିବାବେଳେ ଚାଷୀମାନେ ଅସୁବିଧା ଭୋଗ କରୁଛନ୍ତି। ଚଳିତ ଖରିଫ ଋତୁରେ ବ୍ଲକର ୩୧ ପଞ୍ଚାୟତରେ ୧୧,୭୦୦ ହେକ୍ଟର ଜମିରେ ଖରିଫ ଧାନ ଫସଲ ହେଉଛି। ସେଥିମଧ୍ୟରୁ ଏ ଯାବତ ୬ ହଜାର ହେକ୍ଟର ଜମିରେ ରୁଆପୋତା କାମ ସରିଛି। ଅବଶିଷ୍ଟ ଜମିରେ ରୁଆଧାନ ପାଇଁ ତଳି ପଡି ରହିଛି। ଚଳିତ ଖରିଫ ଚାଷ ଆରମ୍ଭରୁ ବର୍ଷା ଲୁଚକାଳି ଖେଳ, ବିହନ ଅଭାବ ସହ ସଂଗ୍ରାମ କରି ଚାଷୀମାନେ ନିଜର ଚାଷ କାର୍ଯ୍ୟକୁ ଆଗେଇ ନେଉଥିଲେ। ଧାନ ତଳି ରୁଆ, ବୁଣା ହୋଇଥିବା ଜମିରେ ଚାଷୀ ସାର ପକାଇବାକୁ ପାଉ ନ ଥିବା ଅଭିଯୋଗ ହେଉଛି। ମାର୍କଫେଡ ପକ୍ଷରୁ ପ୍ରାଥମିକ କୃଷି ସମବାୟ ସମିତି ମାଧ୍ୟମରେ ଚାଷୀଙ୍କୁ ସାର ଯୋଗାଣର ବ୍ୟବସ୍ଥା ହୋଇଛି ବୋଲି କୁହାଯାଉଛି। ହେଲେ ସାରର ଉକତ୍ଟ ଅଭାବ ଚାଷୀଙ୍କ ଆର୍ଥତ୍କ ମେରୁଦଣ୍ଡକୁ ଦୋହଲାଇ ଦେଇଛି ବୋଲି ଚାଷୀମାନେ ଅଭିଯୋଗ କରିଛନ୍ତି।
କୃଷକ ନେତା ବିଜୟ ଦାସ କୁହନ୍ତି, ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଥିବା ୧୬ ପ୍ରାଥମିକ କୃଷି ସମବାୟ ସମିତି ଉପରେ ୩୧ ପଞ୍ଚାୟତର ଚାଷୀମାନେ ନିର୍ଭରଶୀଳ। ମାତ୍ର ପଟ୍ଟାମୁଣ୍ଡାଇ ମାର୍କଫେଡ ପରିଚାଳକଙ୍କ ମନମାନି ଓ ସମବାୟ ସମିତିର ସମ୍ପାଦକଙ୍କ ବେପରୁଆ ମନୋଭାବ ପାଇଁ ଚାଷ ଆରମ୍ଭରୁ ସାର ମିଳୁନାହିଁ। ଅଞ୍ଚଳରେ ଥିବା ୧୬ଟି ସମବାୟ ସମିତିରେ ସାର ପହଞ୍ଚତ୍ ପାରି ନ ଥିବାରୁ ଚାଷୀ ସାର ପାଇ ପାରୁନାହାନ୍ତି। ମାର୍କଫେଡ ସାର ଆବଣ୍ଟନ କରୁ ନ ଥିବାରୁ ଚାଷୀମାନଙ୍କୁ ବଜାରରୁ ଚଢା ଦରରେ ସାର କିଣିବାକୁ ପଡୁଛି ବୋଲି ଚାଷୀମାନେ ଅଭିଯୋଗ କରୁଛନ୍ତି। ଖୋଲା ବଜାରରୁ ଚାଷୀ ୟୁରିଆ, ଗ୍ରୋମୋର ଓ ପଟାସ୍‌ ବସ୍ତା ପିଛା ୧୦୦ରୁ ୪୦୦ ଟଙ୍କା ଯାଏ ଅଧିକ ଦରରେ କିଣି କାମରେ ଲଗାଉଛନ୍ତି। ଚାଷୀଙ୍କ ପାଇଁ ଆବଶ୍ୟକ ସାର ସମବାୟ ସମିତିକୁ ଯୋଗାଇ ଦିଆଯାଉଛି ବୋଲି ସରକାର ଘୋଷଣା କରିଥିଲେ। ହେଲେ ତାହା ସମ୍ପୂର୍ଣ୍ଣ ନିଷ୍ପ୍ରଭ ହୋଇଛି। ଫଳରେ ଚଳିତବର୍ଷ ଖରିଫ ଫସଲ ଅମଳ ବାଧାପ୍ରାପ୍ତ ହେବ ବୋଲି ସେ କହିଛନ୍ତି। ସମବାୟବିତ୍‌ ବନମାଳୀ ମହାପାତ୍ର କୁହନ୍ତି, ଗତ ୨ ସପ୍ତାହ ହେବ ବର୍ଷା ନାହିଁ। କେବଳ କେନାଲ ପାଣିକୁ ମୋଟର ଯୋଗେ ମଡ଼ାଇ ଧାନ ଫସଲକୁ ବହୁ କଷ୍ଟରେ ବଞ୍ଚାଇ ରଖାଯାଇଛି। ମାତ୍ର ଏହି ସମୟରେ ଚାଷ ପାଇଁ ଆବଶ୍ୟକ ହେଉଥିବା ୟୁରିଆ ସାରର ଉତ୍କଟ ଅଭାବ ଯୋଗୁ ଅଞ୍ଚଳର ଚାଷୀ ହଇରାଣ ହେଉଛନ୍ତି। ଚାଷୀମାନେ ସାର ପାଇବା ପାଇଁ ସମବାୟ ସମିତି ସମ୍ପାଦକଙ୍କୁ ଯୋଗାଯୋଗ କରୁଥିଲେ ମଧ୍ୟ କୌଣସି ସମିତିରେ ବସ୍ତାଏ ହେଲେ ସାର ନ ଥିବା ସମ୍ପାଦକମାନେ ଚାଷୀଙ୍କୁ କହିଛନ୍ତି। ଅନ୍ୟପକ୍ଷେ ପଟ୍ଟାମୁଣ୍ଡାଇ ମାର୍କଫେଡ ଗୋଦାମଟି ବହୁ ସମୟରେ ବନ୍ଦ ରହୁଛି। ବର୍ତ୍ତମାନ ଏହି ଗୋଦାମରେ ଅତ୍ୟାବଶ୍ୟକ ଗ୍ରୋମୋର ଓ ଡିଏପି ସାର ମହଜୁଦ ନାହିଁ। ଏହାର ସୁଯୋଗ ନେଇ ସାରଗୁଡିକ ବଜାରରେ ଉଚ୍ଚା ଦରରେ ବିକ୍ରି ହେଉଥିବା ଅଭିଯୋଗ ହେଉଛି। ତେବେ ମାର୍କଫେଡ ସାରଗୁଡିକ କେତେବେଳେ ଆସି କେତେବେଳେ ବିକ୍ରି ହୋଇଯାଉଛି ତାହା ଜଣାପଡୁନାହିଁ ବୋଲି ସେ କହିଛନ୍ତି। ମାର୍କଫେଡ ଗୋଦାମର ପରିଚାଳକ ପ୍ରଶାନ୍ତ କୁମାର ରାଉତଙ୍କୁ ପଚାରିବାରେ ଜିଲାରେ ୧୨୧ଟି ସମବାୟ ସମିତି ମଧ୍ୟରୁ ୬୫ଟି ସମିତିକୁ ଆବଶ୍ୟକତାଠାରୁ ଅଧିକ ସାର ଯୋଗାଇ ଦିଆଯାଇଛି। ମାତ୍ର ପଟ୍ଟାମୁଣ୍ଡାଇର ୧୬ଟି ସମବାୟ ସମିତି ସହ ଅନ୍ୟ କେତେଗୋଟି ସମିତି ମାର୍କଫେଡ ସହ ଯୋଗାଯୋଗ କରିନାହାନ୍ତି। ପଟ୍ଟାମୁଣ୍ଡାଇରେ ଥିବା ସମବାୟ ସମିତି ମାର୍କଫେଡ ଗୋଦାମରେ ଉପଯୁକ୍ତ କାଗଜପତ୍ର ସହ ଯୋଗାଯୋଗ କଲେ ସାର ଆସିଲେ ତାଙ୍କୁ ପର୍ଯ୍ୟାୟ କ୍ରମେ ଦିଆଯିବ ବୋଲି ସେ କହିଛନ୍ତି। ଏ ସମ୍ପର୍କରେ ସମବାୟ ବିଭାଗ ଉପନିବନ୍ଧକ କଟକ-୨ ଡିଭିଜନ ରୁଦ୍ର ପ୍ରସାଦ ଦାଶଙ୍କୁ ପଚାରବାରେ ସାର ଯୋଗାଇ ଦେବାକୁ ଆମେ କାହାରିକୁ ମନା କରିନୁ। ଯଦି ସେମାନେ ଷ୍ଟକ୍‌ କରିନାହାନ୍ତି ଏ ବିଷୟରେ ଏଆର୍‌ଙ୍କ ସହ ଆଲୋଚନା କରି ଚାଷୀଙ୍କ ସମସ୍ୟା ଦୂର କରିବାକୁ ଉଦ୍ୟମ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri