ମାର୍କଫେଡ୍‌ ଦ୍ୱାରା ଚାଷୀଙ୍କୁ ସାର ଯୋଗାହେବ

ଭୁବନେଶ୍ୱର,୪।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରବର୍ତ୍ତିତ ୫-ଟି ଅନ୍ତର୍ଗତ କାର୍ଯ୍ୟକ୍ରମରେ ମାର୍କଫେଡ୍‌ର ସାର ଯୋଗାଣ ଓ ଆର୍ଥିକ ବ୍ୟବସ୍ଥାର କମ୍ପ୍ୟୁଟରୀକରଣ କରାଯାଇଛି। ମାର୍କଫେଡ୍‌ ଦ୍ୱାରା ରାଜ୍ୟର ଚାଷୀଙ୍କୁ ସାର ଯୋଗାଣ ପ୍ରକ୍ରିୟାରେ ଅଧିକ ସ୍ବଚ୍ଛ ଓ ପାରଦର୍ଶୀ କରାଯିବା ସହିତ ଠିକ୍‌ ସମୟରେ ସେମାନଙ୍କୁ ଏହା ଯୋଗାଇ ଦିଆଯାଇପାରିବ। ଏହାଦ୍ୱାରା ଚାଷୀ ଉପକୃତ ହେବା ସହିତ କୃଷି ଉତ୍ପାଦନ ବୃଦ୍ଧି ପାଇବ ବୋଲି ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରକାଶ କରିଛନ୍ତି।
ମନ୍ତ୍ରୀ ସ୍ବାଇଁ ଓଡ଼ିଶା ରାଜ୍ୟ ସମବାୟ ବାଣିଜ୍ୟ ମହାସଂଘ ଲିଃ (ମାର୍କଫେଡ୍‌,ଓଡ଼ିଶା)ର ମୁଖ୍ୟ କାର୍ଯ୍ୟାଳୟରେ ସାର ଆବଣ୍ଟନ ଓ ଆର୍ଥିକ ପରିଚାଳନାର କମ୍ପ୍ୟୁଟରୀକରଣ ବ୍ୟବସ୍ଥା ‘ସମନ୍ବିତ’ର ଶୁଭ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, କୋଭିଡ୍‌ ମହାମାରୀର କଟକଣା ସତ୍ତ୍ବେ ସମବାୟ ବିଭାଗ ଦ୍ୱାରା ରାଜ୍ୟର ଚାଷୀଙ୍କୁ ଠିକ୍‌ ସମୟରେ ଋଣ ସମେତ ଆବଶ୍ୟକ କୃଷି ସାମଗ୍ରୀ ଯୋଗାଇ ଦିଆଯାଇପାରିଥିବାରୁ ଫସଲ ଉତ୍ପାଦନ ବୃଦ୍ଧି ପାଇଛି। ନୂତନ ବ୍ୟବସ୍ଥା ପ୍ରଚଳନ ଦ୍ୱାରା ସାର ଯୋଗାଣର ନିରୀକ୍ଷଣ ଓ ନିୟନ୍ତ୍ରଣ ବ୍ୟବସ୍ଥା ଅଧିକ ସୁଦୃଢ଼ ହୋଇପାରିବ। ସାର ଉତ୍ପାଦନକାରୀ କମ୍ପାନୀ ଓ ଆମଦାନୀକାରୀଙ୍କଠାରୁ ଆରମ୍ଭକରି ପାଇକାରୀ ଏବଂ ଖୁଚୁରା ସାର ବ୍ୟବସାୟୀଙ୍କୁ ସାର ଯୋଗାଣ ଓ ପରିବହନ ପର୍ଯ୍ୟନ୍ତ ପ୍ରତ୍ୟେକ ବ୍ୟବସ୍ଥାକୁ ସୁନିୟନ୍ତ୍ରିତ କରାଯାଇପାରିବ। ଏଥିରେ ସାର ଯୋଗାଣ ପ୍ରକ୍ରିୟାକୁ ତ୍ୱରାନ୍ବିତ ଓ ସ୍ବଚ୍ଛ କରାଯିବା ସହିତ କର୍ମଚାରୀଙ୍କ ଦକ୍ଷତା ବୃଦ୍ଧି ହୋଇପାରିବ ବୋଲି ମନ୍ତ୍ରୀ ସ୍ବାଇଁ କହିଛନ୍ତି। ଏହି ଅବସରରେ ମନ୍ତ୍ରୀ ସ୍ବାଇଁ ସମନ୍ବିତ କାର୍ଯ୍ୟକ୍ରମର ବ୍ୟବହାର ପୁସ୍ତିକାର ଶୁୁଭ ଉନ୍ମୋଚନ କରିଥିଲେ। ମାର୍କଫେଡ୍‌ ରାଜ୍ୟର ଏକ ଶୀର୍ଷ ସମବାୟ ସଂସ୍ଥା ଯାହା ରାଜ୍ୟରେ ଥିବା ୨୭୦୦ରୁ ଅଧିକ ପ୍ରାଥମିକ କୃଷି ସମବାୟ ସମିତି ଓ ୧୭୦୦ରୁ ଅଧିକ ବେସରକାରୀ ଲାଇସେନ୍ସପ୍ରାପ୍ତ ବ୍ୟବସାୟୀଙ୍କ ଜରିଆରେ ଚାଷୀଙ୍କୁ ରାସାୟନିକ ସାର ଯୋଗାଇଥାଏ। ଏଥିସହିତ ମାର୍କଫେଡ୍‌ ରାଜ୍ୟର ଚାଷୀଙ୍କଠାରୁ କେନ୍ଦ୍ର ସରକାରଙ୍କ ଦ୍ୱାରା ସ୍ଥିରୀକୃତ ମୂଲ୍ୟରେ ଡାଲିଜାତୀୟ ଶସ୍ୟ ଓ ତୈଳବୀଜ ସଂଗ୍ରହ ଦିଗରେ ମୁଖ୍ୟ ଭୂମିକା ଗ୍ରହଣ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଇଞ୍ଜିନିୟରିଂ ଛାଡ଼ି ଷ୍ଟ୍ରବେରି ଚାଷକୁ ଆପଣାଇଛନ୍ତି ସଫଳଚାଷୀ ଭାଗୀରଥି

କାଳିଆପାଣି,୨୬ା୩(ଅସିତ ମହାନ୍ତ): ଯାଜପୁର ଜିଲା ସୁକିନ୍ଦା ବ୍ଲକ ପିଙ୍ଗଲ ପଞ୍ଚାୟତ ଅନ୍ତର୍ଗତ ରାଇଟିକର ଗ୍ରାମର ଭାଗୀରଥି ସ୍ବାଇଁ ଇଞ୍ଜିନିୟରିଂ ବୃତ୍ତି ଛାଡ଼ି ଷ୍ଟ୍ରବେରି ଚାଷ କରି ସଫଳ…

ଧରିତ୍ରୀର ପ୍ରଭାବ; ବୁଲା କୁକୁର ଉପରେ ମୁଖ୍ୟମନ୍ତ୍ରୀ ବସ୍ ଚଢ଼ାଇ ଦେବା ଘଟଣା, ଆକ୍ସନ ମୋଡରେ ବିଡିଓ

ଗଞ୍ଜାମ,୨୬।୩ (ବିଦ୍ୟାଧର ସାହୁ):  ମୁଖ୍ୟମନ୍ତ୍ରୀ ବସ୍ ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଘଟଣା । ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆକ୍ସନ ମୋଡରେ ପ୍ରଶାସନ । ଡ୍ରାଇଭରମାନଙ୍କୁ…

କଲେଜ ଫେୟାରଓ୍ବେଲ୍‌ରେ ଯୋଗଦେଇଥିଲେ ତୃପ୍ତିମୟୀ, ଘରକୁ ଫେରିବା ସମୟରେ ଘଟିଲା…

ଜଗତ୍‌ସିଂହପୁର,୨୬ା୩ (ପ୍ରମୋଦ କୁମାର ନାୟକ): ମଙ୍ଗଳବାର ପରୀକ୍ଷା ସରିଲା। ବୁଧବାର ଥିଲା ବିଦାୟକାଳୀନ ଉତ୍ସବ (ଫେୟାର୍‌ଓ୍ବେଲ)। ତେଣୁ ମନରେ ଥିଲା ଅଫୁରନ୍ତ ଆନନ୍ଦ। ନୂଆ ଶାଢ଼ି ପିନ୍ଧି…

ଗ୍ୟାସକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଓଡ଼ିଶାବାସୀଙ୍କ ପାଇଁ…

ଭୁବନେଶ୍ୱର,୨୬।୩: ରାଜ୍ୟରେ ଗ୍ୟାସ, ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ। ଏନେଇ ଗୁରୁବାର ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି,…

ଆମେରିକାର ଭୟଙ୍କର ଚେତାବନୀ: ଇରାନ ପରାଜୟ ସ୍ବୀକାର ନ କଲେ…ଶୁଣିକି ସାରା ବିଶ୍ୱ ସ୍ତବ୍ଧ

ଓ୍ବାଶିଂଟନ୍‌,୨୬।୩: ହ୍ବାଇଟ ହାଉସ ପ୍ରେସ ସଚିବ କାରୋଲିନ ଲିଭିଟ କହିଛନ୍ତି ଯେ ଆମେରିକା ଗତ ତିନି ଦିନ ଧରି ଇରାନ ସହିତ ଆଲୋଚନା କରୁଛି ଏବଂ ଏକ…

ଗଞ୍ଜାମ ସହରରେ ଗୁଟଖା ତମାଖୁ କଳାବଜାର, ଚଢ଼ା ଦରରେ ବିକ୍ରି ଅଭିଯୋଗ

ଗଞ୍ଜାମ,୨୬।୩ (ବିଦ୍ୟାଧର ସାହୁ): ଗତ କିଛି ଦିନ ହେଲା ଗଞ୍ଜାମ ସହରରେ ଗୁଟଖା କଳା ବଜାର ହେଉଛି ।ପୂର୍ବରୁ ରାଧା ଖଇନି, ପାନ ମସଲା ବିମଳ, ସଫଳ…

ମହାନଦୀରେ ଭାସୁଛନ୍ତି ମାଳମାଳ କୁମ୍ଭୀର: ସୋଲ ଭେଳାରେ ପାର ହୋଇ ମାଛ, କଙ୍କଡ଼ା ଧରି ପରିବାର ପୋଷଣ କରୁଛନ୍ତି ମହିଳା

ମହାକାଳପଡ଼ା,୨୬ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ନଦୀ ନାଳଘେରା ବତିଘର ଅଞ୍ଚଳ ମହାନଦୀ ଅବବାହିକା ଶାଖା ନାଳଗୁଡ଼ିକରେ କୁମ୍ଭୀର ମାଳ ମାଳ…

ଇରାନ ଉପରେ ପରମାଣୁ ଆକ୍ରମଣ ଯୋଜନା କରୁଛି ଆମେରିକା! ହ୍ବାଇଟ ହାଉସ ଆକାଉଣ୍ଟରୁ ଏଭଳି ପୋଷ୍ଟ ପରେ ଖେଳିଗଲା ଆତଙ୍କ

ଓ୍ବାଶିଂଟନ୍‌,୨୬।୩: ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ଫେବୃଆରୀ ୨୮ ତାରିଖରେ ଇରାନ ଉପରେ ମିଳିତ ଆକ୍ରମଣ ଆରମ୍ଭ କରିଥିଲେ, ସେତେବେଳେ ଦେଶଟି ବହୁତ କ୍ଷତି ସହିଥିଲା। ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri