ଆଜିଠାରୁ ଆରମ୍ଭ ହେବ ‘ଏକାମ୍ର ଉତ୍ସବ’

ଭୁବନେଶ୍ୱର, ୫।୧ (ବନ୍ଦନା ସେଠୀ)- ପ୍ରବାସୀ ଭାରତୀୟ ଦିବସରେ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ତଥା ଐତିହ୍ୟକୁ ଉଜ୍ଜୀବିତ କରିବା ପାଇଁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ‘ଏକାମ୍ର ଉତ୍ସବ’ ଅନୁଷ୍ଠିତ ହେବ। ଜାନୁଆରୀ ୫ରୁ ୧୬ ପର୍ଯ୍ୟନ୍ତ ଏହି ଉତ୍ସବ ଚାଲିବ। ଏନେଇ ଉତ୍ସବକୁ ବିଭିନ୍ନ ବର୍ଗରେ ବିଭକ୍ତ କରାଯାଇଥିବାବେଳେ ପାର୍କ ଉତ୍ସବ, ଖାଦ୍ୟ ମହୋତ୍ସବ, ସହର ଆଲୋକୀକରଣ, ଫ୍ଲି ମାର୍କେଟ ଏବଂ ଏକାମ୍ର ୱାକ୍ସ ଭଳି କାର୍ଯ୍ୟକ୍ରମକୁ ଅଧିକ ଗୁରୁତ୍ୱ ଦିଆଯାଇଥିବା ବିଡିଏ ପକ୍ଷରୁ ଶନିବାର କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି।
ଏହି କ୍ରମରେ ଜାନୁଆରୀ ୫ରୁ ୧୬ ପର୍ଯ୍ୟନ୍ତ ଇଡ୍‌କୋ ପ୍ରଦର୍ଶନୀ ପଡିଆରେ ଖାଦ୍ୟ ମହୋତ୍ସବ ଆୟୋଜିତ ହେବ। ମହୋତ୍ସବରେ ଓଡିଆ, ଉତ୍ତର ଭାରତୀୟ, ଦକ୍ଷିଣ ଭାରତୀୟ ଏବଂ ଆନ୍ତର୍ଜାତୀୟ ଖାଦ୍ୟର ଷ୍ଟଲ ପଡିବ। ଏଥିରେ ବିଭିନ୍ନ ରକମର ଖାଦ୍ୟ ସାମଗ୍ରୀ ସହ ସ୍ବାଦିଷ୍ଟ ବ୍ୟଞ୍ଜନ ଉପଲବ୍ଧ ହେବ। ସେହିପରି ଜାନୁଆରୀ ୫ରୁ ୧୨ପର୍ଯ୍ୟନ୍ତ ମଧୁସୂଦନ ପାର୍କ, ଇନ୍ଦିରାଗାନ୍ଧୀ ପାର୍କ, ବୁଦ୍ଧ ପାର୍କ, ଫରେଷ୍ଟ ପାର୍କ ଏବଂ ଅବଦୁଲକଲାମ ପାର୍କରେ ଏହି ଉତ୍ସବ ଆୟୋଜିତ ହେବ। ସକାଳ ୬ଟା ୩୦ରୁ ୯ଟା ପର୍ଯ୍ୟନ୍ତ ମାନସିକ ଓ ଶାରୀରିକ ସୁସ୍ଥତା ନେଇ ଯୋଗ, ଜୁମ୍ବା ଭଳି ଶାରୀରିକ ବ୍ୟାୟାମ ଓ ସ୍ବାସ୍ଥ୍ୟ ସୁରକ୍ଷା ଭିତ୍ତିକ କାର୍ଯ୍ୟକ୍ରମ ଆୟୋଜିତ ହେବ। ସେହିପରି ଅପରାହ୍ନ ୩ଟା ୩୦ରୁ ସନ୍ଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ସାଂସ୍କୃତିକ ତଥା ମନୋରଞ୍ଜନ ଭିତ୍ତିକ କାର୍ଯ୍ୟକ୍ରମ ଆୟୋଜିତ ହେବ। ଓଡ଼ିଶାର ଲୋକକଳା, ଓଲିଉଡ଼ ସେଲିବ୍ରିଟିଙ୍କ ସହ ଆଳାପ ଏବଂ ପେପର କ୍ରାଫ୍ଟ, ମ୍ୟାଜିକ ସୋ, ୱେଷ୍ଟ ଟୁ ବେଷ୍ଟ ଭଳି ନାନା କାର୍ଯ୍ୟଶାଳାମାନ ଆୟୋଜିତ ହେବ। ଏଥିସହ ପ୍ରତିଷ୍ଠିତ କଳାକାରଙ୍କ ଦ୍ୱାରା ଲାଇଭ୍‌ ସଙ୍ଗୀତ ପରିବେଷଣ କରାଯିବ।
ଏହାବାଦ୍‌ ନଗରର ସୌନ୍ଦର୍ଯ୍ୟ ବଢ଼ାଇବା ପାଇଁ ଏଜି ଛକରୁ କଳ୍ପନା ଛକ, ଏଜି ଛକରୁ ରାଜଭବନ ଛକ, ଏଜି ଛକରୁ ହାଉସିଂ ବୋର୍ଡ ଛକ, ରାଜଭବନ ଛକରୁ ଏକ୍ସଆଇଏମ୍‌ବି ଛକ, ଇନଷ୍ଟିଚ୍ୟୁଟ୍‌ ଅଫ ଇଞ୍ଜିନିୟର୍ସ ପାର୍ଶ୍ୱ ରାସ୍ତାରୁ ହାଉସିଂ ବୋର୍ଡ ଛକ, ଜନପଥ ଓ ମଧୁସୂଦନ ମାର୍ଗ ଭଳି ପ୍ରମୁଖ ରାସ୍ତାଗୁଡ଼ିକ ଝିକିମିକି ଆଲୋକରେ ଝଲସିବ। ୫ରୁ ଜାନୁୟାରୀ ୧୬ପର୍ଯ୍ୟନ୍ତ ଏହି ଆଲୋକୀକରଣ ବ୍ୟବସ୍ଥା ରହିବା ସହ ଏହା ପ୍ରଭାସୀ ଭାରତୀୟ ଦିବସ ୨୦୨୫ ପାଇଁ ଏକ ଅନନ୍ୟ ପରିବେଶ ସୃଷ୍ଟି କରିବ। ଉତ୍ସବର ଅନ୍ୟ ଏକ ଆକର୍ଷଣ ସାଜିବ ଫ୍ଲି ମାର୍କେଟ। ଜାନୁଆରୀ ୧୬ ଯାଏଁ ଅପରାହ୍ନ ୪ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ଏହି ବଜାର ଖୋଲିବ। ପରିଦର୍ଶକମାନେ ଟ୍ରେଣ୍ଡରେ ଥିବା ପୋଷାକ, ଫୁଟୱେର ଏବଂ ଆନ୍ୟନ୍ୟ ଆସବାବପତ୍ର, ଅନନ୍ୟ ହସ୍ତତନ୍ତ ଘର ସଜ୍ଜା ସାମଗ୍ରୀ ଆଦି ଏଠାରେ କିଣିପାରିବେ। ଏଥିସହ ମନୋରଞ୍ଜନ ନେଇ କଳାକାରଙ୍କ ଦ୍ୱାରା ଆକର୍ଷଣୀୟ ମଞ୍ଚ ଶୋ କରାଯିବ। ଉତ୍ସବର ଅନ୍ୟତମ ଅଂଶ ଭାବେ ‘ଏକାମ୍ର ୱାକ୍‌ସ’ ୨୦୨୪ ଡିସେମ୍ବର ୨୫ରୁ ଆରମ୍ଭ ହୋଇଥିବା ସୂଚନା ଦିଆଯାଇଛି। ସମ୍ମିଳନୀରେ ବିଡିଏ ଭିସି ଏନ୍‌. ଥିରୁମାଲା ନାୟକ, ସେକ୍ରେଟାରୀ ସ୍ନିଗ୍ଧା ଧଳ ପ୍ରମୁଖ ଉପସ୍ଥିତ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri