ଅରୁନ୍ଧତୀ ଜୁଏଲର୍ସର ଫେଷ୍ଟିଭ୍‌ ଧମାଲ

ଭୁବନେଶ୍ୱର,୨୭।୯: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଅରୁନ୍ଧତୀ ଜୁଏଲର୍ସ ପକ୍ଷରୁ ନିକଟରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଫେଷ୍ଟିଭ୍‌ ଧମାଲ ଲକ୍ଷପତି ଲକି ଡ୍ର ବିଜେତା ଘୋଷିତ ହୋଇଯାଇଛି। ଏପରିକି ବିଗତ ୨୩ ବର୍ଷ ଧରି ପ୍ରତିଷ୍ଠାନ ପାଳନ କରିଆସୁଥିବା ଫେଷ୍ଟିଭ୍‌ ଧମାଲ୍‌ ମହୋତ୍ସବ ଚଳିତ ବର୍ଷ ରାଉରକେଲାର ସେକ୍ଟର-୫ସ୍ଥିତ ଭଞ୍ଜଭବନଠାରେ ଅନୁଷ୍ଠିତ ହୋଇଯାଇଛି। ବିଶେଷ କରି ଚଳିତ ବର୍ଷ ଅରୁନ୍ଧତୀର ରାଉରକେଲା ଶାଖାରୁ ୧୧ଜଣ ଲକ୍ଷପତି ବିଜେତାଙ୍କ ନାମ ଘୋଷଣା ସହ ପୁରସ୍କୃତ ମଧ୍ୟ ହୋଇଛନ୍ତି। ଏହି ପରିପ୍ରେକ୍ଷୀରେ ଅରୁନ୍ଧତୀ ଗ୍ରୁପର ପରିଚାଳନା ନିର୍ଦ୍ଦେଶକ ବ୍ରହ୍ମାନନ୍ଦ ମେହେର କହିଥିଲେ, ବିଗତ ୨୩ବର୍ଷ ଧରି ଅରୁନ୍ଧତୀ ନିରନ୍ତର ଓ ନିଷ୍ଠାପର ଭାବେ ସମସ୍ତଙ୍କ ସୁଚିନ୍ତିତ ମତାମତ ଓ ପରାମର୍ଶକୁ ପାଥେୟ କରି ଅନ୍ୟମାନଙ୍କଠୁ କିଛି ଭିନ୍ନ ଓ ସ୍ବତନ୍ତ୍ର କରିପାରିଛି। ଏପରିକି ଓଡିଶାବାସୀଙ୍କ ହୃଦୟରେ ମଧ୍ୟ ଏକ ସ୍ବତନ୍ତ୍ର ସ୍ଥାନ ନେଇପାରିଛି। ଓଡିଶାର ସର୍ବବୃହତ ଜୁଏଲେରି ବ୍ରାଣ୍ଡ୍‌ ଭାବେ ପ୍ରତିଷ୍ଠିତ ହୋଇ ୫୦ ଲକ୍ଷରୁ ଅଧିକ ଗ୍ରାହକଙ୍କୁ ଅନୁଷ୍ଠାନ ସହ ଯୋଡିପାରିଛି। ସେହିଭଳି ଆମ ଉପରେ ଲକ୍ଷାଧିକ ସଂଖ୍ୟାର ଗ୍ରାହକବନ୍ଧୁଙ୍କ ଥିବା ପ୍ରଗାଢ ବିଶ୍ୱାସ ଓ ଭଲପାଇବା, ଆମକୁ ଆଗାମୀ ଦିନରେ ପ୍ରେରଣା ଓ ଉସତ୍ାହ ପ୍ରଦାନ କରିବ। ଏହା ସହ ଶୁଦ୍ଧତା ଓ କାରୁକାର୍ଯ୍ୟ ଭରା ସୁନାଗହଣା, ସ୍ବଚ୍ଛତା ଓ ପାରଦର୍ଶିତା ଭରା ପ୍ରତ୍ୟେକ ବ୍ୟବସାୟିକ ପଦକ୍ଷେପ, ନମ୍ରତା ଓ ଆମତ୍ୀୟତା ଭରା ଗ୍ରାହକ ସେବା ଯୋଗାଇ ଦେବା ପାଇଁ ଆମେ ମଧ୍ୟ ପ୍ରତିଶ୍ରୁତିବଦ୍ଧ ରହିିଛୁ। ସେହିପରି ଗତ କିଛି ମାସ ମଧ୍ୟରେ ୧୦,୦୦୦ରୁ ଊର୍ଦ୍ଧ୍ୱ ରାଉରକେଲାବାସୀଙ୍କ ଅରୁନ୍ଧତୀ ବ୍ରାଣ୍ଡ୍‌ ପ୍ରତି ଭଲପାଇବା ଓ ବିଶ୍ୱାସ ପ୍ରକଟ କରିଛନ୍ତି। ଏପରିକି ଅରୁନ୍ଧତୀ ସହ ଯୋଡି ହୋଇଥିବାରୁ ଆମେ ସମସ୍ତ ରାଉରକେଲା ବାସୀଙ୍କୁ ହୃଦୟରୁ କୃତଜ୍ଞତା ଜଣାଉଛି ବୋଲି ଅରୁନ୍ଧତୀ ଗ୍ରୁପର ସହ ନିର୍ଦ୍ଦେଶକ ଅଚ୍ୟୁଦାନନ୍ଦ ମେହେର ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri