ମୁହାଁମୁହିଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା-ସମୀର ଦାସ, ଗୋଷ୍ଠୀ କନ୍ଦଳ ଜୋରଦାର

ନିମାପଡ଼ା, ୧୯।୧: ପୁରୀ ଜିଲା ନିମାପଡ଼ା ନିର୍ବାଚନ ମଣ୍ଡଳୀରେ ଭାଜପାର ଆଭ୍ୟନ୍ତରୀଣ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ସମୀର ରଞ୍ଜନ ଦାସଙ୍କ ମଧ୍ୟରେ ଚାଲିଥିବା ବିବାଦ ଏବେ ଖୋଲାଖୋଲି ସଂଘର୍ଷର ରୂପ ନେଇଛି। ଦଳୀୟ ଅନୁଶାସନ ରକ୍ଷା ପାଇଁ ଜିଲା ନେତୃତ୍ୱ ଚେତାବନୀ ଦେଇଥିଲେ ମଧ୍ୟ ସ୍ଥିତିରେ କୌଣସି ସୁଧାର ଆସିନାହିଁ।

ନୂତନ ବର୍ଷ ଆରମ୍ଭରୁ ସମୀର ଦାସ ପ୍ରତି ବୁଧବାର ଏବଂ ଶନିବାର ନିମାପଡ଼ାରେ ଏକ ‘ଜନ ଶୁଣାଣି ଶିବିର’ ଆୟୋଜନ କରୁଛନ୍ତି। ଲୋକଙ୍କ ସମସ୍ୟା ସରକାରୀ ସ୍ତରରେ ସମାଧାନ ହେଉନଥିବାରୁ ସେ ଏହି ପଦକ୍ଷେପ ନେଇଥିବା ଦାବି କରିଛନ୍ତି।

ଉପମୁଖ୍ୟମନ୍ତ୍ରୀ ଏହାକୁ ଏକ ‘ସମାନ୍ତରାଳ ଶାସନ ବ୍ୟବସ୍ଥା’ କହି ବିରୋଧ କରିଛନ୍ତି। ସେ କହିଛନ୍ତି ଯେ ସରକାରୀ ସ୍ତରରେ ଅଭିଯୋଗ ଶୁଣାଣି ପାଇଁ ବ୍ୟବସ୍ଥା ଥାଉ ଥାଉ ସମୀରଙ୍କ ଏହି କାର୍ଯ୍ୟ ଦଳୀୟ ସଂଗଠନକୁ ଦୁର୍ବଳ କରୁଛି।

“ଗତ ୨୪ ବର୍ଷ ଧରି ସେ (ସମୀର) ଅଞ୍ଚଳ ପାଇଁ କିଛି କରିନାହାନ୍ତି। ଏବେ କୁମ୍ଭୀର କାନ୍ଦଣା କାନ୍ଦି ଲୋକଙ୍କ ସମାନୁଭୂତି ପାଇବାକୁ ଚେଷ୍ଟା କରୁଛନ୍ତି। ଯଦି ସେ କାମ କରିଥାନ୍ତେ, ତେବେ ଆଜି ମୋ ପାଖରେ ଏତେ ଅଭିଯୋଗ ପତ୍ର ପହଞ୍ଚିନଥାନ୍ତା।”

“ଉପମୁଖ୍ୟମନ୍ତ୍ରୀ ଲୋକଙ୍କ କଥା ଶୁଣୁନାହାନ୍ତି, ତେଣୁ ମୁଁ ସପ୍ତାହରେ ଦୁଇଥର ଲୋକଙ୍କ ସମସ୍ୟା ଶୁଣୁଛି। ଭାଜପା ସଂଗଠନକୁ ବଞ୍ଚାଇବା ପାଇଁ ମୁଁ ଏହି ବୈଠକ କରୁଛି।”

ଏହି ବିବାଦକୁ ନେଇ ପୁରୀ ଜିଲା ଭାଜପା ସଭାପତି ଦେବେନ୍ଦ୍ର ତରାଇ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଶୃଙ୍ଖଳାଗତ ଉଲ୍ଲଂଘନ ପାଇଁ ସମୀର ଦାସଙ୍କୁ ଏପର୍ଯ୍ୟନ୍ତ ଦୁଇଟି ନୋଟିସ୍ ଜାରି କରାଯାଇଛି। ଯଦି ସେ ନିଜ କାର୍ଯ୍ୟକଳାପ ବନ୍ଦ ନକରନ୍ତି, ତେବେ ଦଳ ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ଚେତାବନୀ ଦିଆଯାଇଛି।

ଆସନ୍ତା ବର୍ଷ ପଞ୍ଚାୟତ ନିର୍ବାଚନ ଥିବାରୁ ନିମାପଡ଼ାରେ ଏହି ପାୱାର୍ ଗେମ୍‌ ରାଜ୍ୟ ରାଜନୀତିକୁ ବେଶ ସରଗରମ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri