ଗାଁରେ ବ୍ୟାପୁଛି ଜ୍ୱର, ୨୦ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

ପାତ୍ରପୁର,୨୧।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ବୁରାତାଲ ପଞ୍ଚାୟତ ଧୋବାଲିଙ୍ଗି ଗ୍ରାମରେ କିଛି ଦିନ ହେଲା ଜ୍ୱର ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟର ବାତାବରଣ ଦେଖାଦେଇଛି। ମିଳିଥିବା ସୂଚନା ମୁତାବକ, ଗ୍ରାମର ମମିତା ଦଳେଇ, ସୁମିତ୍ରା କାର୍ଯ୍ୟୀ, ମୁକ୍ତା ବେହେରା, ଲତା ବେହେରା, କୋରାମଣି ବେହେରା, ସଂଯୁକ୍ତା ଦଳେଇ, ଅନିଶା ଦଳେଇ, ଶୁକୁଟା ଦଳେଇ, ବିନୋଦ ଭୂୟାଁ, ପ୍ରମୋଦିନୀ ପ୍ରଧାନ, ତନୀଷା ଦଳେଇ, କୁନା ପ୍ରଧାନ, କାଳିଆ ବେହେରାଙ୍କ ସମେତ ୨୦ରୁ ଉର୍ଦ୍ଧ୍ୱ ଗ୍ରାମବାସୀ ଜ୍ୱରରେ ଆକ୍ରାନ୍ତ ହୋଇଛନ୍ତି। ଆକ୍ରାନ୍ତମାନଙ୍କ ମଧ୍ୟରେ ପିଲାଙ୍କ ସମେତ ବୟସ୍କ ମଧ୍ୟ ରହିଛନ୍ତି।

ଗତ ୫ ଦିନ ହେଲା ଲୋକେ ଜ୍ୱରରେ ଆକ୍ରାନ୍ତ ହୋଇଥିବା ବେଳେ ଚିକିତ୍ସା ସୁବିଧା ପାଇପାରୁ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏନେଇ ଗ୍ରାମରେ ତୁରନ୍ତ ସ୍ବାସ୍ଥ୍ୟ ଶିବିର ଆୟୋଜନ କରି ଆକ୍ରାନ୍ତଙ୍କ ରକ୍ତ ପରୀକ୍ଷା କରି ଆବଶ୍ୟକ ଚିକିତ୍ସା ବ୍ୟବସ୍ଥା ଯୋଗାଇ ଦେବାକୁ ସାଧାରଣରେ ଦାବି ହୋଇଛି।

Share