ଜିଲାରେ କମିଛି ଡେଙ୍ଗୁ ପ୍ରକୋପ

ଢେଙ୍କାନାଳ ଅଫିସ, ୧୬।୫: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ସଭାଗୃହରେ ମଙ୍ଗଳବାର ଜିଲାସ୍ତରୀୟ ଜାତୀୟ ଡେଙ୍ଗୁ ଦିବସ ପାଳିତ ହୋଇଯାଇଛି। ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମ୍‌ଓ) ଡା. ଅଶୋକ କୁମାର ଦାଶ ଏଥିରେ ଅଧ୍ୟକ୍ଷତା କରି କହିଲେ, ଜିଲାରେ ଡେଙ୍ଗୁ ପ୍ରକୋପ କମିଛି। ଜିଲାରେ ୨୦୧୩ରେ ସର୍ବାଧିକ ୪୧୬ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିଲେ। ୨୦୧୪ରେ ୨୭୪, ୨୦୧୫ରେ ୪୪, ୨୦୧୬ରେ ୧୧୭, ୨୦୧୭ରେ ୫୧, ୨୦୧୮ରେ ୬୧, ୨୦୧୯ରେ ୯୬, ୨୦୨୦ରେ ୫, ୨୦୨୧ରେ ୫୧, ୨୦୨୨ରେ ୭୯ ଏବଂ ୨୦୨୩ ମେ’ ଦ୍ୱିତୀୟ ସପ୍ତାହ ସୁଦ୍ଧା ମାତ୍ର ଜଣେ ରୋଗୀ ଚିହ୍ନଟ ହୋଇଛନ୍ତି। ୨୦୧୩ରୁ ଅଦ୍ୟାବଧି ଡେଙ୍ଗୁରେ କାହାରି ଜୀବନ ଯାଇ ନ ଥିବା ସିଡିଏମ୍‌ଓ ସୂଚନା ଦେଇଛନ୍ତି। ସମସ୍ତେ ମିଳିମିଶି କାର୍ଯ୍ୟକଲେ ଜିଲା ଡେଙ୍ଗୁ ମୁକ୍ତ ହୋଇପାରିବ। ପରିବେଶକୁ ପରିଷ୍କାର ରଖିବା, ଆଶା, ଅଙ୍ଗନଓ୍ବାଡି, ସ୍ବାସ୍ଥ୍ୟକର୍ମୀଙ୍କ ସହାୟତାରେ ଜନ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା, ରୋଗ ଚିହ୍ନଟ, ତୁରନ୍ତ ଚିକିତ୍ସା ସେବା ଯୋଗାଇଦେବା ଲାଗି ସିଡିଏମ୍‌ଓ ପରାମର୍ଶ ଦେଇଛନ୍ତି।
ଜିଲା ଭେକ୍ଟରବାହିତ ରୋଗ ପରାମର୍ଶଦାତା ତପନ କୁମାର ସାହୁ ଆଲୋଚନାରେ ଭାଗନେଇ କହିଲେ, ଡେଙ୍ଗୁରେ ଆକ୍ରାନ୍ତ ରୋଗୀଙ୍କୁ ଭୀଷଣ ଜ୍ୱର, ଗଣ୍ଠି ବିନ୍ଧା, ବାନ୍ତି, ମୁଣ୍ଡବ୍ୟଥା ହୋଇଥାଏ। ଶରୀରରେ ଲାଲ୍‌ ଦାଗ ପଡ଼ିଯାଏ। ଏଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ ମେଡିକାଲରେ ପରାମର୍ଶ କରିବା ଜରୁରୀ। ଡେଙ୍ଗୁ ରୋଗ ପାଇଁ କୌଣସି ପ୍ରତିଷେଧକ ଟିକା କିମ୍ବା ଔଷଧ ନାହିଁ। ଲକ୍ଷଣକୁ ଦେଖି ରୋଗର ଚିକିତ୍ସା କରାଯାଇଥାଏ। ଜିଲା ଚିକିତ୍ସାଳୟର ଦ୍ୱିତୀୟ ମହଲା ୯୩ନଂ. କୋଠରିରେ ନିଃଶୁଳ୍କ ଡେଙ୍ଗୁ ପରୀକ୍ଷା କରାଯାଉଛି ବୋଲି ସୂଚନା ଦିଆଯାଇଥିଲା।
ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଜ୍ୟୋତିଷ ଚନ୍ଦ୍ର ମହାପାତ୍ର କହିଲେ, ପାଣି ଜମି ରହୁଥିବା ସ୍ଥାନରେ ଏଡିସ୍‌ ମଶା ଲାର୍ଭା ଦେଇଥାଏ। ତେଣୁ ୨-୩ ଦିନ ଅନ୍ତରରେ ପାଣିପାତ୍ର, ଟାଙ୍କି, କୁଲର ପାଣି ବଦଳାଇବା ଜରୁରୀ। ନିୟମିତ ମଶାରି ବ୍ୟବହାର ଦ୍ୱାରା ମାରାତ୍ମକ ଡେଙ୍ଗୁରୁ ଅନେକାଂଶରେ ସୁରକ୍ଷା ମିଳିପାରିବ ବୋଲି ସେ କହିଥିଲେ। ଜିଲା ଯକ୍ଷ୍ମା ନିୟନ୍ତ୍ରଣ ଅଧିକାରୀ ଡା. ଗୁରୁପ୍ରସାଦ ଜେନା, ଜିଲା ଭେକ୍ଟରବାହିତ ରୋଗ ଅଧିକାରୀ ଡା. ହିମାଂଶୁ ଶେଖର ହେମ୍ବ୍ରମ ଡେଙ୍ଗୁର ପ୍ରତିକାର ଉପରେ ଗୁରୁତ୍ୱାରୋପ କରିଥିଲେ। ବୈଠକରେ ଏଡିଏମ୍‌ଓ (ମେଡିକାଲ) ଡା. ଜୟକୃଷ୍ଣ ନାୟକ, ସ୍ବାସ୍ଥ୍ୟ ମିଶନ ପରିଚାଳିକା ସୋନାଲି ପ୍ରିୟଦର୍ଶିନୀ, ଜିଲା କୋଷାଧ୍ୟକ୍ଷ ଗଗନ ବିହାରୀ ସାହୁ, ମହାମାରୀ ବିଶେଷଜ୍ଞ ଡା. କଲ୍ଲୋଳ ଦାସ ପ୍ରମୁଖ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଅବସରରେ ଏକ ପୁସ୍ତିକା ଉନ୍ମୋଚନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri