Posted inଖେଳ

ପନ୍ତ କଲେ କମାଲ, ସେମିଫାଇନାଲରେ ଜିତିବା ପରେ ଦୀନେଶ କାର୍ତ୍ତିକ ଦେଲେ ଖାସ୍‌ ମେଡାଲ

ନୂଆଦିଲ୍ଲୀ,୨୮।୬: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଗୁରୁବାର ଟି -୨୦ ବିଶ୍ୱକପ ୨୦୨୪ର ସେମିଫାଇନାଲ ଖେଳାଯାଇଥିଲା । ଯେଉଁଥିରେ ଭାରତ ଏହି ମ୍ୟାଚକୁ ଏକ ବଡ଼ ବ୍ୟବଧାନରେ ଜିତି ନେଇଛି। ଏହି ବିଜୟ ପରେ ଟିମ ଇଣ୍ଡିଆ ଟି -୨୦ ବିଶ୍ୱକପ ୨୦୨୪ର ଫାଇନାଲରେ ପ୍ରବେଶ କରିଛି। ବର୍ତ୍ତମାନ ଏହି ଟୁର୍ନାମେଣ୍ଟର ଅନ୍ତିମ ମ୍ୟାଚ ୨୯ଜୁନରେ ଦକ୍ଷିଣ ଆଫ୍ରିକା ଏବଂ ଭାରତ ମଧ୍ୟରେ ଖେଳାଯିବ। ସେମିଫାଇନାଲ ମ୍ୟାଚରେ ଭାରତ ଜବରଦସ୍ତ ଫିଲ୍ଡିଂ ପ୍ରଦର୍ଶନ କରିଥିଲା। ଯେଉଁଥିରେ ଦୁଇଟି ରନ ଆଉଟ ଉଇକେଟ୍‌ ମଧ୍ୟ ଅନ୍ତର୍ଭୁକ୍ତ ହୋଇଥିଲା।

ସେମିଫାଇନାଲ ମ୍ୟାଚ ଜିତିବା ପରେ ଟିମ ଇଣ୍ଡିଆର ଡ୍ରେସିଂ ରୁମରେ ଫିଲ୍ଡର ଅଫ ମ୍ୟାଚ ଘୋଷଣା କରାଯାଇଥିଲା ଏବଂ ଯୋଗ୍ୟ ବ୍ୟକ୍ତିଙ୍କୁ ପଦକ ପ୍ରଦାନ କରାଯାଇଥିଲା। ଏଥିପାଇଁ ଦଳର ଫିଲ୍ଡିଂ କୋଚ ଟି ଦିଲୀପ ଦଳକୁ ସମ୍ବୋଧିତ କରି ଖେଳାଳିଙ୍କ ପାରସ୍ପରିକ ସମନ୍ବୟକୁ ପ୍ରଶଂସା କରିଥିଲେ।

ଦିଲୀପ ପୂର୍ବତନ କ୍ରିକେଟର ଦୀନେଶ କାର୍ତ୍ତିକଙ୍କୁ ଏହି ଟୁର୍ନାମେଣ୍ଟରେ ଫିଲ୍ଡର ଅଫ ମ୍ୟାଚ ମେଡାଲା ପ୍ରଦାନ କରିବାକୁ ଡାକିଥିଲେ। ଆଉ ଦୀନେଶ କାର୍ତ୍ତିକ ରିଷଭ ପନ୍ତଙ୍କ ଏହି ମେଡାଲ ପ୍ରଦାନ କରିଥିଲେ। ଯାହାର ଫଟୋ ଏବେ ଭାଇରାଲ ହେଉଛି। ଦୀନେଶ ରିଷଭଙ୍କୁ ନେଇ କହିଛନ୍ତି, ଅନେକେ ଆଶା କରିନଥିଲେ ଯେ ସେ ଏତେ ଶୀଘ୍ର ଖେଳି ପାରିବେ, କିନ୍ତୁ ପଡ଼ିଆରେ ସେ କିପରି ପ୍ରଦର୍ଶନ କରିଛନ୍ତି ତାହା ଦେଖି ସମସ୍ତେ ପ୍ରଭାବିତ ହୋଇଯାଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri