ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ଭୟଙ୍କର ଅଗ୍ନୀକାଣ୍ଡ, ୧୪ ମୃତ, ୧୮ ଗୁରୁତର

ବାଗଦାଦ,୯।୧୨: ଇରାକର ଉତ୍ତର ସହର ଏରବିଲର ଏକ ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ଅଗ୍ନିକାଣ୍ଡରେ ଅତି କମରେ ୧୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୮ଜଣ ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣା ଶୁକ୍ରବାର (8 ଡିସେମ୍ବର) ସାରେ ଘଟିଛି। ସୋରାନର ସ୍ବାସ୍ଥ୍ୟ ନିର୍ଦ୍ଦେଶାଳୟର ମୁଖ୍ୟ କାମରାମ ମୁଲ୍ଲା ମହମ୍ମଦଙ୍କ ଅନୁଯାୟୀ, ଏରବିଲର ପୂର୍ବରେ ଥିବା ଏକ ଛୋଟ ସହର ସୋରାନରେ ଥିବା ଏକ କୋଠା (ହଷ୍ଟେଲ) ରେ ନିଆଁ ଲାଗିଯାଇଥିଲା। ମୃତକଙ୍କ ସଂଖ୍ୟାକୁ ସରକାରୀ ଗଣମାଧ୍ୟମ ନିଶ୍ଚିତ କରିଛି।
ସ୍ଥାନୀୟ ନ୍ୟୁଜ ଏଜେନ୍ସି ରୁଦାଓ ରିପୋର୍ଟ କରିଛି ଯେ ଶୁକ୍ରବାର ରାତି ସୁଦ୍ଧା ନିଆଁ ଲିଭାଯାଇଛି। ରୁଦାଓଙ୍କ ଅନୁଯାୟୀ, ପ୍ରାଥମିକ ଅନୁସନ୍ଧାନରେ ଅଗ୍ନିକାଣ୍ଡର କାରଣ ସର୍ଟ ସର୍କିଟ ବୋଲି କୁହାଯାଇଛି। ଏହି ଅଞ୍ଚଳ କୁର୍ଦ୍ଦିସ୍ତାନ ପ୍ରଦେଶରେ ଆସିଥାଏ। ଏହି ଘଟଣା ସମ୍ପର୍କରେ କୁର୍ଦ୍ଦିସ୍ତାନ ପ୍ରଧାନମନ୍ତ୍ରୀ ମସରୌର ବରଜାନି ଏକ ତଦନ୍ତ କମିଟି ଗଠନ କରିଛନ୍ତି।

ସୂଚନାଯୋଗ୍ୟ, ଇରାକରେ ବିଲ୍ଡିଂରେ ନିଆଁ ଭଳି ଘଟଣା ବାରମ୍ବାର ଘଟେ। ସୁରକ୍ଷା ନିୟମକୁ ଅବମାନନା କରି ସେଠାରେ ନିର୍ମାଣ କାର୍ଯ୍ୟ ପ୍ରାୟତଃ କରାଯାଏ। ଏହା ବ୍ୟତୀତ ପରିବହନ କ୍ଷେତ୍ରରେ ମଧ୍ୟ ଅନେକ ଅସାବଧାନତା ଦେଖାଦେଇଛି। ଇରାକରେ ସରକାରୀ ବ୍ୟବସ୍ଥାର ମୌଳିକ ଗଠନ କ୍ରମାଗତ ଭାବେ ଭୁଶୁଡି ପଡୁଛି। ଦଶନ୍ଧି ଧରି ଦେଶ ଦୁର୍ନୀତିରେ ପୀଡିତ ଥିଲା। ଯାହାର ପରିଣାମ ଦେଶବାସୀଙ୍କୁ ଭୋଗିବାକୁ ପଡୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri