ସୁପର ମାର୍କେଟରେ ଆଖିବୁଜା ଗୁଳି ମାଡ଼, ୧୦ ମୃତ ବହୁ ଆହତ…

ନ୍ୟୁୟର୍କ, ୧୫।୫ : ଆମେରିକାର ନ୍ୟୁୟର୍କର ଏକ ସୁପର ମାର୍କେଟରେ ଆଖିବୁଜା ଗୁଳିମାଡ଼ରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଘଟଣାରେ ବହୁ ଲୋକ ଆହତ ହୋଇଛନ୍ତି। ବଫେଲୋ ନିକଟରେ ଜେଫରସନ ଆଭେନ୍ୟୁ ନିକଟରେ ଏହି ଗୁଳି ମାଡ଼ ହୋଇଥିବା ଅଧିକାରୀମାନେ କହିଛନ୍ତି।

ରିପୋର୍ଟ ଅନୁଯାୟୀ, ଗୁଳିମାଡ଼ କରିଥିବା ବ୍ୟକ୍ତିଙ୍କୁ ଗିରଫ ଯାଇଛି। ପୋଲିସ ଏହାର ତଦନ୍ତ ଆରମ୍ଭ କରିଛି। ଏଠାରେ ଅନ୍ୟାନ୍ୟ ଜରୁରୀକାଳୀନ ସେବା ଉପରେ କଟକଣା ଜାରି କରିବା ସହ ଜନସାଧାରଣଙ୍କୁ ଏଠାକୁ ନଆସିବାକୁ ନିର୍ଦ୍ଦେଶ ଜାରି ହୋଇଛି।

ଗୁଳିମାଡ଼ରେ ମୃତକ ଏବଂ ଆହତ ଲୋକେ ସୁପର ମାର୍କେଟ ବାହାରେ ତଳେ ପଡ଼ି ରହିଥିଲେ। ବନ୍ଧୁକଧାରୀ ବ୍ୟକ୍ତି ଜଣକ ସାମରିକ ଶୈଳୀରେ ପୋଷାକ ପିନ୍ଧିଥିଲେ ବୋଲି ପୋଲିସ ଅଧିକାରୀ କହିଛନ୍ତି। ସେ ଏକ ସୁରକ୍ଷାଜ୍ୟାକେଟ ମଧ୍ୟ ପିନ୍ଧିଥିଲେ। ତାଙ୍କ ପାଖରୁ ବହୁ ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ତାଙ୍କର ଟାକ୍ଟିକାଲ ଗିଅର୍‌ ଟାକ୍ଟିକାଲ ହେଲମେଟ ମଧ୍ୟ ଥିଲା। ତାଙ୍କ ଦେଶରେ ଏକ କ୍ୟାମେରା ଲଗାଯାଇଥିଲା ଯେଉଁଥିରେ ଘଟଣାର ଲାଇଭଷ୍ଟ୍ରିମ କରାଯାଉଥିଲା।

ଗୁଳିମାଡ଼ରେ ମୃତକଙ୍କ ମଧ୍ୟରେ ଜଣେ ଅବସରପ୍ରାପ୍ତ ପୋଲିସ କର୍ମଚାରୀ ମଧ୍ୟ ଅଛନ୍ତି। ସେ ସୁପର ମାର୍କେଟରେ ସଶସ୍ତ୍ର ସୁରକ୍ଷା କର୍ମୀ ଭାବରେ କାର୍ଯ୍ୟ କରୁଥିଲେ। ଗୁଳିମାଡ଼ କରୁଥିବା ବ୍ୟକ୍ତି ତାଙ୍କ ବେକରେ ବନ୍ଧୁକ ଲଗାଇଥିବା କମିଶନର କହିଛନ୍ତି। ପରେ ଗୁଳିକାଣ୍ଡ ଭିଆଇଥିବା ବ୍ୟକ୍ତି ଆତ୍ମସମର୍ପଣ କରିଥିଲେ। ତାଙ୍କୁ ପଚରା ଉଚରା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍‌ କରିଦେଲେ ଏହି ୫ ବ୍ୟାଟର୍‌

ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ…

ଜେଲ୍‌ ଭିତରେ ସଂଘର୍ଷ: ଗଡ଼ିଲା ୧୦ ମୁଣ୍ଡ, ୧୬ ଆହତ

ମେକ୍ସିକୋ,୯ା୧୦: ମେକ୍ସିକୋର ଉତ୍ତର-ପଶ୍ଚିମ ରାଜ୍ୟ ସିନାଲୋଆର ମାଜାଟାନ ସହରରେ ଥିବା ‘ଏଲ କାଷ୍ଟିଲୋ’ ଜେଲ୍‌ରେ ଘଟିଥିବା ଏକ ସଂଘର୍ଷରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୬ ଜଣ…

ଆଜି ସୃଷ୍ଟି ହେବ ବିରଳ ବିଷ ଯୋଗ, ୩ ରାଶି ଉପରେ ପଡ଼ିପାରେ ନକାରାତ୍ମକ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଓ ଚନ୍ଦ୍ରମାଙ୍କ ପରସ୍ପର ଦୃଷ୍ଟି ଯୋଗୁଁ ବିଷ ଯୋଗ ସୃଷ୍ଟି ହେଉଛି । ଏହି ଯୋଗର ପ୍ରଭାବରେ କେତେକ ରାଶିର ବ୍ୟକ୍ତିଙ୍କୁ…

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

କୋହଲିଙ୍କ ଏହି ସ୍କିଲ୍‌ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା

ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍‌ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?