Posted inଖେଳ

ମହିଳା ବିଶ୍ୱକପ୍‌ ପାଇଁ ଫିଫାର ଆସିଲା ନୂଆ ନିୟମ, ଜାଣନ୍ତୁ…

ଜୁରିଚ୍‌,୨୦ା୩: ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ‘ଫିଫା’ର ଏକ ନୂଆ ନିୟମ ଅନୁମୋଦନ ଲାଭ କରିଛି। ଏଣିକି ମହିଳା ବିଶ୍ୱକପ୍‌ ଓ ଅନ୍ୟ ଟୁର୍ନାମେଣ୍ଟଗୁଡ଼ିକରେ ମହିଳା ଫୁଟ୍‌ବଲ କୋଚ୍‌ମାନେ ଅଧିକ ସୁଯୋଗ ପାଇବେ। ଫିଫା କହିଛି, ମହିଳା ଟୁର୍ନାମେଣ୍ଟଗୁଡ଼ିକରେ ପ୍ରତ୍ୟେକ ଦଳରେ ଅତିକମ୍‌ରେ ଜଣେ ମୁଖ୍ୟ କୋଚ୍‌ କିମ୍ବା ସହକାରୀ କୋଚ୍‌ ରହିବେ।

୨୦୨୩ ମହିଳା ବିଶ୍ୱକପ୍‌ରେ ଭାଗ ନେଇଥିବା ୩୨ଦଳ ମଧ୍ୟରୁ ମାତ୍ର ୧୦ଟିରେ ଜଣେ ମହିଳା ମୁଖ୍ୟ କୋଚ୍‌ ଥିଲେ। ସେମାନଙ୍କ ମଧ୍ୟରେ ଫାଇନାଲରେ ପରାଜିତ ଇଂଲଣ୍ଡ ଦଳର ସାରିନା ଓ୍ବିଗ୍‌ମାନ ଅନ୍ୟତମ।

ଫିଫାର ଚିଫ୍‌ ଫୁଟ୍‌ବଲ ଅଫିସର ଜୁଲ୍‌ ଏଲିସ୍‌ ତାଙ୍କର ଏକ ବିବୃତିରେ କହିଛନ୍ତି, ଆମକୁ ଅଧିକ କାମ କରିବାକୁ ହେବ,ପରିବର୍ତ୍ତନର ବେଗ ଦ୍ରୁତତର ହେବ। ୟୁରୋପୀୟ ଫୁଟ୍‌ବଲ ପରିଚାଳନା ସଂସ୍ଥା ‘ୟୁଫା’ ମହିଳା ଖେଳକୁ ଅଧିକ ଉନ୍ନତ କରିପାରିଛି।

ମହିଳା ୟୁରୋପିଆନ ଚାମ୍ପିୟନଶିପ୍‌ରେ ଭାଗ ନେଉଥିବା ୧୬ଟି ଦଳ ମଧ୍ୟରୁ ଯଦିଓ ୭ଟି ଦଳରେ ଜଣେ ଲେଖାଏ ମହିଳା ମୁଖ୍ୟ କୋଚ୍‌ ଅଛନ୍ତି, ଯେଉଁ ଦଳରେ ପୁରୁଷ ମୁଖ୍ୟକୋଚ୍‌ ଅଛନ୍ତି, ସେହି ଦଳରେ ଜଣେ ମହିଳା କୋଚ୍‌ ଅନିବାର୍ଯ୍ୟ। ଓ୍ବିଗ୍‌ମ୍ୟାନଙ୍କ ନେତୃତ୍ୱରେ ଇଂଲଣ୍ଡ ୟୁରୋପିଆନ ଟାଇଟଲ ବଜାୟ ରଖିଥିଲା, ଯାହା କି ତାଙ୍କର କ୍ରମାଗତ ତୃତୀୟ।

୧୯୯୭ରୁ ଚାଲିଥିବା ଏହି ଟୁର୍ନାମେଣ୍ଟରେ ଜଣେ ମହିଳା ମୁଖ୍ୟ କୋଚ୍‌ ଭାବେ କ୍ରମାଗତ ୮ମ ଟାଇଟଲ। ୟୁରୋପୀୟ ନୀତିକୁ ସମଗ୍ର ବିଶ୍ୱସ୍ତରରେ ପ୍ରସ୍ତାର କରିବାକୁ ଫିଫା ଚାହେଁ ବୋଲି ଏଲିସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri