Posted inଖେଳ

ହାଇତି ଫୁଟ୍‌ବଲ ସଭାପତିଙ୍କୁ ଆଜୀବନ ବାସନ୍ଦ କଲା ଫିଫା

ଜୁରିଚ୍‌, ୨୧ା୧୧ (ଏପି)-ମହିଳା ଖେଳାଳିଙ୍କୁ ଯୌନ ଶୋଷଣ ଅଭିଯୋଗରେ ହାଇତି ଫୁଟ୍‌ବଲ ମହାସଂଘ ସଭାପତି ଓ୍ବାଇଭେସ୍‌ ଜିନ୍‌ ବାର୍ଟଙ୍କୁ ବିଶ୍ୱ ପରିଚାଳନା ସଂସ୍ଥା ଫିଫା ଶୁକ୍ରବାରଠାରୁ ଖେଳରୁ ଆଜୀବନ ବାସନ୍ଦ କରିଛି। ଜିନ୍‌ ବାର୍ଟ ନିଜ ପଦବୀର ଅପବ୍ୟହାର କରି ବହୁ ମହିଳା ଖେଳାଳିଙ୍କ ଯୌନ ଶୋଷଣ କରିଛନ୍ତି। ସେମାନଙ୍କ ମଧ୍ୟରେ ନାବାଳିକା ଓ ଜାତୀୟ ଦଳର କେତେଜଣ ଖେଳାଳି ମଧ୍ୟ ଅଛନ୍ତି। ବାସନ୍ଦ ଦଣ୍ଡ ବ୍ୟତୀତ ତାଙ୍କୁ ୧ନିୟୁତ ସୁଇସ୍‌ ଫ୍ରାଙ୍କ୍‌ (୧.୧ ନିୟୁତ ଡଲାର) ମଧ୍ୟ ଜରିମାନା କରାଯାଇଛି। ଜିନ୍‌ ବାର୍ଟଙ୍କ କଳାକାରନାମା ସମ୍ପର୍କରେ ଏକ ବ୍ରିଟିଶ ଖବରକାଗଜରେ ରିପୋର୍ଟ ପ୍ରକାଶ ପାଇଥିଲା। ରିପୋର୍ଟ ଅନୁସାରେ ଫିଫା ପାଣ୍ଠି ସହାୟତାରେ ଚାଲିଥିବା ଦେଶର ଜାତୀୟ ଟ୍ରେନିଂ ସେଣ୍ଟରଠାରେ ସେ ଏହି କୁତ୍ସିତ କାର୍ଯ୍ୟ କରିଥାନ୍ତି। ଜିନ୍‌ ବାର୍ଟ ରାଞ୍ଚ୍‌ ନାମରେ ପରିଚିତ। ୨୦୦୦ରୁ ସେ ହାଇତି ଫୁଟ୍‌ବଲର ମୁଖ୍ୟ ରହି ଆସିଛନ୍ତି। ସରକାରୀକଳ, ରାଜନୀତି ଏବଂ ଆଇନ ବ୍ୟବସ୍ଥାସହ ତାଙ୍କର ସୁସମ୍ପର୍କ ରହିଥିବା ହ୍ୟୁମାନ ରାଇଟ୍‌ ଓ୍ବାଚ୍‌ କହିଛି। ତାଙ୍କ ବିରୋଧରେ ଅଣାଯାଇଥିବା ଅଭିଯୋଗର କିନ୍ତୁ ସେ ଖଣ୍ଡନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ଅଧିକ ଆଶା ରଖିବା ଭୁଲ’, ବୈଭବଙ୍କୁ ନେଇ କପିଲ ଦେବଙ୍କ ବଡ଼ ବୟାନ:, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ, ୮।୬: ଆଇପିଏଲ ୨୦୨୬ରେ ପ୍ରଭାବଶାଳୀ ପ୍ରଦର୍ଶନ ପାଇଁ ବୈଭବ ସୂର୍ଯ୍ୟବଂଶୀ ଭାରତୀୟ ଟି୨୦ ଦଳରେ ସ୍ଥାନ ପାଇଛନ୍ତି। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନଙ୍କୁ ଆୟର୍ଲାଣ୍ଡ-ଇଂଲଣ୍ଡ ଏବଂ…

ଭାରତ ପାଇଁ ଖେଳିବା ପୂର୍ବରୁ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଆଗକୁ…

ନୂଆଦିଲ୍ଲୀ,୮।୬: ମାତ୍ର ୧୫ ବର୍ଷ ବୟସରେ ବିଶ୍ୱର ସବୁଠାରୁ ଚର୍ଚ୍ଚିତ କ୍ରିକେଟର ପାଲଟିଛନ୍ତି ବୈଭବ ସୂର୍ଯ୍ୟବଂଶୀ। IPLରେ ଚହଳ ସୃଷ୍ଟି କରିବା ଠାରୁ ଆରମ୍ଭ କରି ଟିମ…

ଇତିହାସ ରଚିଲା ଟିମ୍‌ ଇଣ୍ଡିଆ: ଟେଷ୍ଟ କ୍ରିକେଟ ଇତିହାସରେ…

ଚଣ୍ଡିଗଡ଼,୮।୬: ଏକମାତ୍ର ଟେଷ୍ଟରେ ଟିମ ଇଣ୍ଡିଆ ଆଫଗାନିସ୍ତାନକୁ ଏକ ଇନିଂସ ଏବଂ ୩୦୦ ରନରେ ପରାସ୍ତ କରିଛି। ଏହା ଟେଷ୍ଟ କ୍ରିକେଟ ଇତିହାସରେ ଟିମ ଇଣ୍ଡିଆର ସବୁଠାରୁ…

ପରମ୍ପରା କାହିଁକି ଭାଙ୍ଗିଲେ ଜୟ ଶାହା? ସେ ଜଣେ ପାକିସ୍ତାନୀ ଖେଳାଳିଙ୍କ ସହ ସର୍ବସାଧାରଣରେ ହାତ ମିଳାଇଲେ

ନୂଆଦିଲ୍ଲୀ,୮।୬: ଭାରତ ଏବଂ ପାକିସ୍ତାନ ମଧ୍ୟରେ ସମ୍ପର୍କ ଏତେ ଖରାପ ହୋଇଯାଇଛି ଯେ ଉଭୟ ଦେଶର ଖେଳାଳିମାନେ କ୍ରିକେଟ ପଡ଼ିଆରେ ହାତ ମିଳାନ୍ତି ନାହିଁ। ପାକିସ୍ତାନ ଲଗାତାର…

ଖାଲି କ୍ରିକେଟ ଖେଳିବାକୁ ଆସିନି, ୧୦-୨୦ ବର୍ଷ ଯାଏ ଡୋମିନେଟ୍‌ କରିବାକୁ ଚାହୁଁଛି: ବୈଭବଙ୍କ…

ନୂଆଦିଲ୍ଲୀ,୭।୬: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଦ୍ୱାରା ସାରା ବିଶ୍ୱକୁ ଚକିତ କରିଥିବା ୧୫ ବର୍ଷର ଯୁବ କ୍ରିକେଟରବୈଭବ ସୂର୍ଯ୍ୟବଂଶୀଙ୍କୁ ଶନିବାର ଦିନ ଏକ ବଡ଼…

ଟିମ ଇଣ୍ଡିଆରେ ଏଣ୍ଟ୍ରି ପରେ ବିଜ୍ଞାପନ ବଜାରରେ ଛାଇଗଲେ ସୂର୍ଯ୍ୟବଂଶୀ; କିନ୍ତୁ ବିରାଟ-ରୋହିତଙ୍କ ଭଳି କରିପାରିବେନି ସବୁ ବ୍ରାଣ୍ଡର ପ୍ରଚାର, ଜାଣନ୍ତୁ କାହିଁକ?

ନୂଆଦିଲ୍ଲୀ,୭।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ସହିତ ଏସିଆନ ଗେମ୍ସ ପାଇଁ ମଧ୍ୟ ନିଜର ଟି-୨୦ ଦଳ ଘୋଷଣା କରିସାରିଛି।…

‘ସ୍ବପ୍ନ ପୂରଣ ହେଲା..’, ବିରାଟ କୋହଲିଙ୍କୁ ନେଇ ଏମିତି କଥା କହିଲେ ବୈଭବ ସୂର୍ଯ୍ୟବଂଶୀ, ଏବେ ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୭।୬: ଯଦିଓ RCB GTକୁ ପରାସ୍ତ କରି IPL 2026 ଟାଇଟଲ ଜିତିଥିଲା, କିନ୍ତୁ 19ତମ ସିଜିନ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଦର୍ଶନ ପାଇଁ ମନେ ରହିବ। ବୈଭବ…

ଅଧିନାୟକ ପଦ ଯିବା ପରେ ସନ୍ୟାସ ନେଲେ ସୂର୍ଯ୍ୟକୁମାର? ସୋସିଆଲ ମିଡିଆରେ ପୋଷ୍ଟ ଭାଇରାଲ

ନୂଆଦିଲ୍ଲୀ,୭।୬: ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ଟିମ ଇଣ୍ଡିଆର ଇଂଲଣ୍ଡ ଏବଂ ଆୟର୍ଲାଣ୍ଡ ଗସ୍ତ ପାଇଁ ଚୟନ କରାଯାଇ ନଥିଲା। ତାଙ୍କ ସ୍ଥାନରେ ଶ୍ରେୟସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri