Posted inଖେଳ

ଫିଫା ର଼୍ୟାଙ୍କିଙ୍ଗ୍ସରେ ଭାରତ ଦୁଇ ସ୍ଥାନ ଉପରକୁ ଉଠିଲା

ନୂଆଦିଲ୍ଲୀ,୨୩।୬: ଏସିଆନ୍‌ କପ୍‌ କ୍ୱାଲିଫିକେଶନ ରାଉଣ୍ଡରେ ଉଲ୍ଲେଖନୀୟ ପ୍ରଦର୍ଶନ ପରେ ଫିଫା ବିଶ୍ୱ ର଼୍ୟାଙ୍କିଙ୍ଗ୍ସରେ ଭାରତ ଉପରକୁ ଉଠିଛି। ପୂର୍ବରୁ ୧୦୬ତମ ସ୍ଥାନରେ ଥିବା ଭାରତ ଦୁଇଟି ସ୍ଥାନ ଉପରକୁ ଉଠିଥିବା ଫିଫା ପକ୍ଷରୁ ଗୁରୁବାର ପ୍ରକାଶ କରାଯାଇଥିବା ର଼୍ୟାଙ୍କିଙ୍ଗ୍ସରେ ଦର୍ଶାଯାଇଛି। ଫିଫା ର଼୍ୟାଙ୍କିଙ୍ଗ୍ସରେ ଏଭଳି ପରିବର୍ତ୍ତନ ସତ୍ତ୍ୱେ ଏସିଆନ୍‌ ଫୁଟବଲ କନ୍‌ଫେଡେରେଶନ ସଦସ୍ୟଙ୍କ ମଧ୍ୟରେ ଭାରତୀୟ ଦଳ ୧୯ତମ ସ୍ଥାନରେ ରହିଛି। ଏଏଫ୍‌ସି ଦେଶମାନଙ୍କ ମଧ୍ୟରେ ଇରାନ(୨୩ତମ) ଶୀର୍ଷରେ ଅଛି।

ସୁନୀଲ ଛେତ୍ରୀଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ଏସିଆନ୍‌ କପ୍‌ କ୍ୱାଲିଫିକେଶନ ରାଉଣ୍ଡରେ ଗ୍ରୁପ୍‌ ଡି’ରେ ସମସ୍ତ ୩ ମ୍ୟାଚ୍‌ ଜିତି ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିଥିଲା। ଏଥିସହିତ ୨୦୨୩ରେ ୨୪ ଦଳକୁ ନେଇ ହେବାକୁ ଥିବା ଇଭେଣ୍ଟରେ ସ୍ଥାନ ପକ୍କା କରିଛି। ଫିଫା ର଼୍ୟାଙ୍କିଙ୍ଗ୍ସ ଟପ୍‌-୩ରେ ପରିବର୍ତ୍ତନ ପରିଲଖିତ ହୋଇଛି। ବ୍ରାଜିଲ ପୂର୍ବଭଳି ଶୀର୍ଷରେ ଥିବା ବେଳେ ବେଲଜିୟମ ତା’ର ଦ୍ୱିତୀୟ ସ୍ଥାନ ବଜାୟ ରଖିଛି। କିନ୍ତୁ ଆର୍ଜେଣ୍ଟିନା ଫ୍ରାନ୍ସ(ଚତୁର୍ଥ)କୁ ପଛରେ ପକାଇ ତୃତୀୟ ସ୍ଥାନକୁ ଉନ୍ନୀତ ହେଇଛି। ଇଂଲଣ୍ଡ, ସ୍ପେନ, ଇଟାଲି, ନେଦରଲାଣ୍ଡ୍ସ, ପର୍ତ୍ତୁଗାଲ ଓ ଡେନମାର୍କ ଟପ୍‌-୧୦ରେ ରହିଛନ୍ତି। ପରବର୍ତ୍ତୀ ଫିଫା ର଼୍ୟାଙ୍କିଙ୍ଗ୍‌ ଅଗଷ୍ଟ ୨୫ ତାରିଖରେ ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri