Posted inଖେଳ

୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌: ଟୁର୍ନାମେଣ୍ଟ ନିର୍ଦ୍ଦେଶକ ପଦବୀରୁ ରୋମାଙ୍କ ଇସ୍ତଫା

ନୂଆଦିଲ୍ଲୀ, ୧୧ା୪ (ପି.ଟି.)-୨୦୨୨ରେ ଭାରତରେ ହେବାକୁ ଥିବା ୧୭ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌ ଏବଂ ଏଏଫ୍‌ସି ମହିଳା ଏସିଆନ କପ୍‌ ପାଇଁ ନିଯୁକ୍ତ ଟୁର୍ନାମେଣ୍ଟ ନିର୍ଦ୍ଦେଶକ ରୋମା ଖାନ୍ନା ବ୍ୟକ୍ତିଗତ କାରଣ ଦର୍ଶାଇ ଶନିବାର ତାଙ୍କ ପଦବୀରୁ ଇସ୍ତଫା ପ୍ରଦାନ କରିଛନ୍ତି। ୨୦୧୯ରେ ଭାରତ ୧୭ ବର୍ଷରୁ କମ୍‌ ବିଶ୍ୱକପ୍‌ ବିଡ୍‌ ହାସଲ କରିବାରେ ରୋମାଙ୍କର ବିଶେଷ ଭୂମିକା ରହିଥିଲା। ସ୍ଥାନୀୟ ଆୟୋଜକ କମିଟି ତାଙ୍କୁ ଟୁର୍ନାମେଣ୍ଟ ନିର୍ଦ୍ଦେଶକ ପଦବୀରେ ନିଯୁକ୍ତି ଦେଇଥିଲା। ପୁନଶ୍ଚ ତାଙ୍କ ପ୍ରଚେଷ୍ଟାରେ ଭାରତ ଏଏଫ୍‌ସି ମହିଳା ଏସିଆନ କପ୍‌ ବିଡ୍‌ ଜିତିପାରିଥିଲା। ଏହି ଟୁର୍ନାମେଣ୍ଟ ଆସନ୍ତାବର୍ଷ ଆୟୋଜନ ହେବାକୁ ଯାଉଛି। ଇସ୍ତଫା ଦେବା ପରେ ରୋମା ଏକ ବିବୃତିରେ କହିଛନ୍ତି ଏଆଇଏଫ୍‌ଏଫ୍‌ ଓ ଫିଫା ତାଙ୍କ ଉପରେ ଭରସା ରଖିଥିବାରୁ ସେ ଧନ୍ୟବାଦ ଦେବାକୁ ଚାହିଁବେ। ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌) ସାଧାରଣ ସମ୍ପାଦକ କୁଶାଲ ଦାସ କହିଛନ୍ତି, ଭାରତୀୟ ଫୁଟ୍‌ବଲର ବିକାଶରେ ରୋମାଙ୍କର ବହୁ ଅବଦାନ ରହିଛି। ରୋମା ଏଆଇଏଫ୍‌ଏଫ୍‌ ସହ ୧୦ ବର୍ଷ ହେଲା ଜଡ଼ିତ ଥିଲେ। ଦେଶରେ ଫୁଟ୍‌ବଲ ଖେଳ ପ୍ରସାର ଦିଗରେ ସେ ଅନେକ କାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

ସିରିଜ୍‌ ବିଜୟ ଲକ୍ଷ୍ୟରେ ଭାରତ, ପୁଣି କୋହଲିଙ୍କ ଉପରେ ପ୍ରଶଂସକଙ୍କ ନଜର

ଗୁଆହାଟୀ,୨୯ା୯: ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଚଳିତ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌କୁ ବିରାଟ କୋହଲି ଓ ଶୁବମନ ଗିଲ୍‌ଙ୍କ ଶତକ ବଳରେ ଅତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?