Posted inଖେଳ

୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ ଉଦ୍‌ଘାଟିତ

ଭୁବନେଶ୍ୱର, ୧୨।୧୦ (କ୍ରୀଡ଼ା ପ୍ରତିନିଧି): ଭାରତ ଏବଂ ଓଡ଼ିଶା କ୍ରୀଡ଼ା ଇତିହାସରେ ଯୋଡ଼ି ହୋଇଛି ଏକ ନୂଆ ଅଧ୍ୟାୟ। ଦେଶରେ ପ୍ରଥମଥରପାଇଁ ଆୟୋଜିତ ହୋଇଛି ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ। ଟୁର୍ନାମେଣ୍ଟରେ ଭାରତ ମଧ୍ୟ ଡେବ୍ୟୁ କରିଛି। କଳିଙ୍ଗ ଷ୍ଟାଡିୟମରେ ଉଦ୍‌ଘାଟିତ ହୋଇଛି ବିଶ୍ୱକପର ୭ମ ସଂସ୍କରଣ। ପ୍ରତିଯୋଗିତାର ପ୍ରଥମ ମ୍ୟାଚ ଅପରାହ୍ନ ୪ଟା ୩୦ରେ ବ୍ରାଜିଲ ଓ ମରକ୍କୋ ମଧ୍ୟରେ ହୋଇଥିଲେ ହେଁ ଉଦ୍‌ଘାଟନୀ ଉତ୍ସବ ରାତି ୮ଟାରେ ଭାରତ-ଆମେରିକା ମ୍ୟାଚ ପୂର୍ବରୁ ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁର, କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ବିଭାଗ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଫିଫା ମହାସଚିବ ଫାତମା ସମୋଉରା, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ, ସର୍ବଭାରତୀୟ ଫୁଟବଲ ଫେଡେରେଶନ (ଏଆଇଏଫଏଫ) ସଭାପତି କଲ୍ୟାଣ ଚୌବେ ପ୍ରମୁଖ ଅତିଥିଭାବେ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀ ହାତଯୋଡ଼ି ସମସ୍ତ ଖେଳାଳି ଓ ଅଫିସିଆଲଙ୍କ ସହ ପରିଚିତ ହେବାପରେ ମ୍ୟାଚ ଆରମ୍ଭ ହୋଇଥିଲା। ରାଜ୍ୟ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା ଏହି ଉତ୍ସବରେ ଯୋଗ ଦେଇଥିଲେ। ଆତସବାଜି କାର୍ଯ୍ୟକ୍ରମ ଦର୍ଶକଙ୍କ ମନ ମୋହିଥିଲା। ପୂର୍ବରୁ ହକି ବିଶ୍ୱକପ ସମେତ ଡଜନେରୁ ଊର୍ଦ୍ଧ୍ୱ ଅନ୍ତର୍ଜାତୀୟ ଟୁର୍ନାମେଣ୍ଟ ଦେଖି ସାରିଥିବା ଓଡ଼ିଶା ଦର୍ଶକ ଏବେ ଉପଭୋଗ କରିଛନ୍ତି ଫିଫାର ଏକ ମେଗା ପ୍ରତିଯୋଗିତା। ବିଶ୍ୱର ମହିଳା ଫୁଟବଲରେ ରାଜୁତି କରୁଥିବା ଉଦୀୟମାନ ତାରକାଙ୍କ ଆକ୍ସନ ଦେଖିବାକୁ ମିଳିଛି କଳିଙ୍ଗ ଆରେନାରେ। ଓଡ଼ିଶାର ଦର୍ଶକ ମଧ୍ୟ ଏହି ସୁଯୋଗକୁ ହାତଛଡ଼ା କରି ନାହାନ୍ତି। ବହୁ ସଂଖ୍ୟାରେ ଉପସ୍ଥିତ ରହି ଫୁଟବଲର ରୋମାଞ୍ଚକୁ ନିକଟରୁ ଦେଖିବା ସହ ସେମାନଙ୍କ ପ୍ରିୟ ତାରକାଙ୍କୁ ଉତ୍ସାହିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri