Posted inଖେଳ

୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ ଉଦ୍‌ଘାଟିତ

ଭୁବନେଶ୍ୱର, ୧୨।୧୦ (କ୍ରୀଡ଼ା ପ୍ରତିନିଧି): ଭାରତ ଏବଂ ଓଡ଼ିଶା କ୍ରୀଡ଼ା ଇତିହାସରେ ଯୋଡ଼ି ହୋଇଛି ଏକ ନୂଆ ଅଧ୍ୟାୟ। ଦେଶରେ ପ୍ରଥମଥରପାଇଁ ଆୟୋଜିତ ହୋଇଛି ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ। ଟୁର୍ନାମେଣ୍ଟରେ ଭାରତ ମଧ୍ୟ ଡେବ୍ୟୁ କରିଛି। କଳିଙ୍ଗ ଷ୍ଟାଡିୟମରେ ଉଦ୍‌ଘାଟିତ ହୋଇଛି ବିଶ୍ୱକପର ୭ମ ସଂସ୍କରଣ। ପ୍ରତିଯୋଗିତାର ପ୍ରଥମ ମ୍ୟାଚ ଅପରାହ୍ନ ୪ଟା ୩୦ରେ ବ୍ରାଜିଲ ଓ ମରକ୍କୋ ମଧ୍ୟରେ ହୋଇଥିଲେ ହେଁ ଉଦ୍‌ଘାଟନୀ ଉତ୍ସବ ରାତି ୮ଟାରେ ଭାରତ-ଆମେରିକା ମ୍ୟାଚ ପୂର୍ବରୁ ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁର, କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ବିଭାଗ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଫିଫା ମହାସଚିବ ଫାତମା ସମୋଉରା, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ, ସର୍ବଭାରତୀୟ ଫୁଟବଲ ଫେଡେରେଶନ (ଏଆଇଏଫଏଫ) ସଭାପତି କଲ୍ୟାଣ ଚୌବେ ପ୍ରମୁଖ ଅତିଥିଭାବେ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀ ହାତଯୋଡ଼ି ସମସ୍ତ ଖେଳାଳି ଓ ଅଫିସିଆଲଙ୍କ ସହ ପରିଚିତ ହେବାପରେ ମ୍ୟାଚ ଆରମ୍ଭ ହୋଇଥିଲା। ରାଜ୍ୟ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା ଏହି ଉତ୍ସବରେ ଯୋଗ ଦେଇଥିଲେ। ଆତସବାଜି କାର୍ଯ୍ୟକ୍ରମ ଦର୍ଶକଙ୍କ ମନ ମୋହିଥିଲା। ପୂର୍ବରୁ ହକି ବିଶ୍ୱକପ ସମେତ ଡଜନେରୁ ଊର୍ଦ୍ଧ୍ୱ ଅନ୍ତର୍ଜାତୀୟ ଟୁର୍ନାମେଣ୍ଟ ଦେଖି ସାରିଥିବା ଓଡ଼ିଶା ଦର୍ଶକ ଏବେ ଉପଭୋଗ କରିଛନ୍ତି ଫିଫାର ଏକ ମେଗା ପ୍ରତିଯୋଗିତା। ବିଶ୍ୱର ମହିଳା ଫୁଟବଲରେ ରାଜୁତି କରୁଥିବା ଉଦୀୟମାନ ତାରକାଙ୍କ ଆକ୍ସନ ଦେଖିବାକୁ ମିଳିଛି କଳିଙ୍ଗ ଆରେନାରେ। ଓଡ଼ିଶାର ଦର୍ଶକ ମଧ୍ୟ ଏହି ସୁଯୋଗକୁ ହାତଛଡ଼ା କରି ନାହାନ୍ତି। ବହୁ ସଂଖ୍ୟାରେ ଉପସ୍ଥିତ ରହି ଫୁଟବଲର ରୋମାଞ୍ଚକୁ ନିକଟରୁ ଦେଖିବା ସହ ସେମାନଙ୍କ ପ୍ରିୟ ତାରକାଙ୍କୁ ଉତ୍ସାହିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri